Get Updates
Get notified of breaking news, exclusive insights, and must-see stories!

ଆଜିଠୁ ପଞ୍ଚକ ବ୍ରତ ଆରମ୍ଭ; ଶ୍ରୀମନ୍ଦିରରେ ଲକ୍ଷ୍ମୀ ନାରାୟଣ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ଆଜିଠୁ ପଞ୍ଚକ ବ୍ରତ ଆରମ୍ଭ । ଶ୍ରୀମନ୍ଦିରରେ ଲକ୍ଷ୍ମୀ ନାରାୟଣ ବେଶରେ ମହାପ୍ରଭୁଙ୍କ ଦର୍ଶନ । ଶ୍ରୀକ୍ଷେତ୍ରରେ ଜମିଛି ଭକ୍ତଙ୍କ ଗହଳି । ଶ୍ରଦ୍ଧାଳୁଙ୍କ ସମାଗମ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ଭୋର ୪ଟାରୁ ଶ୍ରୀମନ୍ଦିରରେ ଶ୍ରୀଜିଉ ମାନଙ୍କ ଦ୍ୱାରଫିଟା, ମଙ୍ଗଳ ଆରତୀ ବଢି ଅବକାଶ ନୀତି ବଢିବା ପରେ ଠାକୁରଙ୍କୁ ଠିଆକିଆ ବା ଲକ୍ଷ୍ମୀନାରାୟଣ ବେଶରେ ଶୃଙ୍ଗାର କରାଯାଏ । ଶ୍ରୀଭୁଜ, ଶ୍ରୀପୟର, ବଳା, ସୁବର୍ଣ୍ଣ କିଆ, ପଦକ ମାଳା, ହରିଡ଼ା ମାଳା ଓ ବିଭିନ୍ନ ସୁବର୍ଣ୍ଣ ଅଳଙ୍କାର ଦ୍ୱାରା ଚତୁର୍ଧାମୂର୍ତ୍ତି ସୁସଜିତ ହୋଇ ଅଗଣିତ ଶ୍ରଦ୍ଧାଳୁ ଓ ବ୍ରତଧାରିଣୀଙ୍କୁ ଦର୍ଶନ ଦେଉଛନ୍ତି ।

Panchuka brata begins

ଠାକୁରଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଏହି ପଞ୍ଚକ ଯାତ୍ରା ଅନ୍ୟତମ ହୋଇଥିବା ବେଳେ ଆଜିର ଦିନରେ ମହାପ୍ରଭୁଙ୍କୁ ଦର୍ଶନ କଲେ କୋଟି ପୁଣ୍ୟ ମିଳିଥାଏ ବୋଲି ବିଶ୍ୱାସ ରହିଛି । ପଞ୍ଚକ ପାଇଁ ଆଠଗଡ଼ରେ ବାବା ଧବଳେଶ୍ବରଙ୍କ ନିକଟରେ ସ୍ବତନ୍ତ୍ର ରୀତିନୀତି ଅନୁଷ୍ଠିତ ହେଉଛି। ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ଦୂରଦୂରାନ୍ତରୁ ପ୍ରଭୁଙ୍କ ଦର୍ଶନ ପାଇଁ ଭକ୍ତ ଛୁଟିଆସିଛନ୍ତି। ପଞ୍ଚକ ପାଇଁ କେନ୍ଦ୍ରାପଡ଼ାର ବଳଦେବ ଜୀଉ ମନ୍ଦିରରେ ମଧ୍ୟ ଭକ୍ତଙ୍କ ଗହଳି ଜମିଛି।

ପଞ୍ଚକ ବ୍ରତ ୫ ଦିନ ପରିବର୍ତ୍ତେ ୪ ଦିନ ଅନୁଷ୍ଠିତ ହେବ । ସେଥିପାଇଁ ଚଳିତବର୍ଷ ମହାପ୍ରଭୁଙ୍କ ଲଷ୍ମୀନୃସିଂହ ବେଶକୁ ବାଦ ଦେଇ ଅନ୍ୟ ୪ଟି ବେଶ ଅନୁଷ୍ଠିତ ହେବ । ଆଜି ପଞ୍ଚୁକ ବ୍ରତର ପ୍ରଥମ ଦିନ ବଡ ଏକାଦଶୀ ତିଥିରେ ମହାପ୍ରଭୁଙ୍କୁ ଠିଆକିଆ ବେଶ ବା ଲଷ୍ମୀନାରାୟଣ ବେଶରେ ସଜ୍ଜିତ କରାଯାଇଛି । ସେହିପରି ଆସନ୍ତାକାଲି ମହାପ୍ରଭୁଙ୍କ ବାଙ୍କଚୂଡା ବେଶ ପରେ ଗୁରୁବାର ଡାଳିକିଆ କିମ୍ବା ତ୍ରିବିକ୍ରମ ବେଶ ଓ ଶୁକ୍ରବାର କାର୍ତ୍ତିକ ପୂର୍ଣ୍ଣିମାରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ସୁନାବେଶରେ ସଜ୍ଜିତ କରାଯିବ।

ଅତ୍ୟଧିକ ଭିଡ଼କୁ ଦୃଷ୍ଟିରେ ରଖି ମରିଚିକୋଟ ଛକ ପର୍ଯ୍ୟନ୍ତ ବ୍ୟାରିକେଡ଼ କରାଯାଇଛି । ଲୋକମାନେ ବ୍ୟାରିକେଡ଼ରେ ଯାଇ ସିଂହଦ୍ୱାର ପଟେ ପ୍ରବେଶ କରୁଛନ୍ତି । ପଞ୍ଚୁକ ପାଞ୍ଚଦିନ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିବା ବେଳେ ଟ୍ରାଫିକ ନିୟନ୍ତ୍ରଣ ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଇଛି। ମାର୍କେଟ ଛକ ଠାରୁ ନୋ ଭେଇକିଲ ଜୋନ । ସମୁଦ୍ର ଓ ବିଭିନ୍ନ ତୀର୍ଥ ପୁଷ୍କରିଣୀରେ ଲାଇଫଗାର୍ଡଙ୍କ ସହ ପୋଲିସ ମୁତୟନ କରାଯାଇଛି । ବ୍ୟାରିକେଡ଼ରେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ଫ୍ୟାନ, ବସିବା ବ୍ୟବସ୍ଥା ଓ ପାନୀୟ ଜଳର ଵ୍ୟଵସ୍ଥା ହୋଇଛି । ଶ୍ରୀମନ୍ଦିର ନୀତିକାନ୍ତି ସମୟ ଉପରେ ଭକ୍ତଙ୍କୁ ଅବଗତ କରାଯିବ । ଚଳିତ ବର୍ଷ ପଞ୍ଚୁକ ୫ ଦିନ ପରିବର୍ତ୍ତେ ୪ ଦିନ ପଡ଼ୁଥିବାରୁ ଅସମ୍ଭବ ଭିଡ ହେବାର ସମ୍ଭାବନା ରହିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+