Get Updates
Get notified of breaking news, exclusive insights, and must-see stories!

ବଡ଼ି ଭୋରରୁ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମର ସମୀକ୍ଷା କଲେ ପାଣ୍ଡିଆନ

ଭୁବନେଶ୍ବର: ନବୀନ ଓଡିଶା ଓ 5T ଅଧ୍ୟକ୍ଷ ଭି କେ ପାଣ୍ଡିଆନ୍ ଆଜି ବଡିଭୋର ରୁ ପୁରୀ ଯାଇ 4.30 ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି । ପରିକ୍ରମା ପ୍ରକଳ୍ପ କାମ ତ୍ଵରାନ୍ଵିତ କରି 2023 ଡିସେମ୍ବର 15 ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ ।

ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ ଗୁଡିକର ପୁନରୁଦ୍ଧାର କାମ ତ୍ୱରାନ୍ୱିତ କରିବା ପାଇଁ 5T ଓ ନବୀନ ଓଡିଶା ଅଧକ୍ଷ ନିର୍ଦ୍ଦେଶ ଦେଇଥିଲେ । ପୁନରୁଦ୍ଧାର ସମୟରେ ମଠ ଗୁଡିକର ଇତିହାସ ଓ ପରମ୍ପରା କୁ ଗୁରୁତ୍ଵ ଦେଇ ସମସ୍ତ ଭାଗୀଦାର ମାନଙ୍କ ସହଯୋଗ ରେ କାମ କରିବାକୁ ଶ୍ରୀ ପାଣ୍ଡିଆନ୍ ପରାମର୍ଶ ଦେଇଥିଲେ ।

ପରିକ୍ରମା ପ୍ରକଳ୍ପ landscaping କାମରେ ଜଗନ୍ନାଥ ସଂସ୍କୃତି ସହ ଜଡିତ ବିଭିନ୍ନ ଦେଶୀୟ ବୃକ୍ଷ ଓ ଗୁଳ୍ମ ଲଗାଇବାକୁ ଶ୍ରୀ ପାଣ୍ଡିଆନ୍ ପରାମର୍ଶ ଦେଇଥିଲେ । ଏତବ୍ୟତୀତ ମେଘନାଦ ପାଚେରୀ ନିକଟରେ ମନ୍ଦିରର କ୍ଷୁଦ୍ର ପ୍ରତିକୃତି ନିର୍ମାଣ କରିବା ପାଇଁ ମଧ୍ଯ ସେ ପରାମର୍ଶ ଦେଇଥିଲେ ।

PANDIAN

ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ଯାତ୍ରୀ ମାନେ ଯେପରି ସ୍ବଚ୍ଛନ୍ଦରେ ମନ୍ଦିର ରେ ପହଞ୍ଚି ପାରିବେ ସେଥିପାଇଁ ମନ୍ଦିର ସଂଯୁକ୍ତ ରାସ୍ତା କୁ ଅବରୋଧ ମୁକ୍ତ ରଖିବା ପାଇଁ ଶ୍ରୀ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ ।

ସ୍ଥାନୀୟ ଲୋକ ତଥା ସେବାୟତ ମାନଙ୍କ ସୁବିଧା ପାଇଁ ଦୁଇ ଚକିଆ ଗାଡି ର ପାର୍କିଂ ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା କରିବାକୁ ଶ୍ରୀ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ . ଏତଦବ୍ୟତୀତ ମେଘନାଦ ପାଚେରୀ ପାଖରୁ ବିଭିନ୍ନ utilities ଗୁଡିକର ସ୍ଥାନାନ୍ତର ପରିକ୍ରମା ପ୍ରକଳ୍ପର ବିଦ୍ୟୁତ୍ ବ୍ୟବସ୍ଥା କାମ ନିର୍ଦ୍ଧାରିତ ସମୟରେ ଶେଷ କରିବା ଉପରେ ସେ ଗୁରୁତ୍ଵ ଆରୋପ କରିଥିଲେ ।

ଜଗନ୍ନାଥ ବଲ୍ଳଭ ପାର୍କିଂ କାମ ସହ ଯାତ୍ରୀ ମାନଙ୍କ ପାଇଁ ସେଠାରେ କରାଯାଉଥିବା ବିଭିନ୍ନ ସୁବିଧାର ବିକାଶ , ପ୍ରମୋଦ ଉଦ୍ୟାନ, ଓ ଶ୍ରୀ ସେତୁ କାମ ର ଅଗ୍ରଗତି ମଧ୍ଯ ଶ୍ରୀ ପାଣ୍ଡିଆନ୍ ସମୀକ୍ଷା କରିଥିଲେ ଓ ନିର୍ଦ୍ଧାରିତ ସମୟ ରେ କାମ ଶେଷ କରିବାକୁ ନିର୍ଦେଶ ଦେଇଥିଲେ । ଏଥି ପାଇଁ ଅଧିକ ଲୋକ ନିୟୋଜିତ କରିବା ପାଇଁ 5T ଓ ନବୀନ ଓଡିଶା ଅଧ୍ୟକ୍ଷ ପରାମର୍ଶ ଦେଇଥିଲେ ।

ଏହି ପରିଦର୍ଶନ ସମୟରେ ବିଧାୟକ ଶ୍ରୀ ପ୍ରଣବ ପ୍ରକାଶ ଦାସ, ପୁରୀ ଜିଲ୍ଲାପାଳ ,SP OBCC MD ଏବଂ ବିଭିନ୍ନ executing agency ର ଅଧିକାରୀମାନେ ଉପସ୍ଥିତ ଥିଲେ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+