ସରିଲା ମାଟ୍ରିକ୍ ପରୀକ୍ଷା; ବୋର୍ଡ ପରୀକ୍ଷା ଦେଲେ ୫ ଲକ୍ଷରୁ ଅଧିକ ପିଲା
ଆଜି ସରିଲା ମାଟ୍ରିକ୍ ପରୀକ୍ଷା । ଶେଷ ଦିନରେ କେହି ହୋଇନାହାନ୍ତି ଏମପି । ଆଜି ହିନ୍ଦୀ ଓ ସଂସ୍କୃତ ବିଷୟରେ ପରୀକ୍ଷା ଦେଲେ ଛାତ୍ରଛାତ୍ରୀ । ଆସନ୍ତା ମାର୍ଚ୍ଚ ୧୯ ତାରିଖରୁ ଆରମ୍ଭ ହେବ ଖାତା ଦେଖା । ମାର୍ଚ୍ଚ ୧୯ରୁ ପାଖାପାଖି ୧୩ ଦିନ ଧରି ଛାତ୍ରଛାତ୍ରୀଙ୍କ ପରୀକ୍ଷା ଖାତାର ମୂଲ୍ୟାଙ୍କନ ହେବ । ପରୀକ୍ଷା ଖାତା ମୂଲ୍ୟାଙ୍କନ ସରିବା ପରେ ଦଶମ ରେଜଲ୍ଟ ପ୍ରକାଶ ହେବ ।
ସକାଳ ୯ଟାରୁ ଦିନ ସାଢେ ୧୧ଟା ଯାଏଁ ହୋଇଥିଲା ପରୀକ୍ଷା । ଫେବ୍ରୁଆରି ୨୧ ତାରିଖରୁ ଆରମ୍ଭ ହୋଇଥିବା ମାଟ୍ରିକ୍ ପରୀକ୍ଷା ଆଜି ସରିଲା ।
ଚଳିତ ବର୍ଷ ୫ ଲକ୍ଷରୁ ଅଧିକ ପିଲା ମାଟ୍ରିକ୍ ବୋର୍ଡ ପରୀକ୍ଷା ଦେଇଛନ୍ତି । ରାଜ୍ୟର ୩ ହଜାର ୧୩୩ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ହୋଇଥିଲା । ସୁରୁଖୁରରେ ପରୀକ୍ଷା ଶେଷ କରିବାକୁ ବୋର୍ଡ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଥିଲା । ଚଳିତ ବର୍ଷ ପ୍ରଥମ ଥର ପାଇଁ କପି ରୋକିବାକୁ ବୋର୍ଡ ପକ୍ଷରୁ ପ୍ରଶ୍ନପତ୍ରରେ କ୍ୟୁଆର କୋଡର ବ୍ୟବସ୍ଥା ମଧ୍ୟ କରାଯାଇଥିଲା । ଏହାଛଡା ପରୀକ୍ଷା କେନ୍ଦ୍ରରେ ଯେମିତି ଅନିୟମିତତା ନହେବ ସେଥିପାଇଁ ଫ୍ଲାଇଂ ସ୍କ୍ୱାଡ୍, ସେଣ୍ଟ୍ରାଲ ଅବ୍ଜରଭର୍ ଓ ଜିଲ୍ଲା ସ୍ତରୀୟ ପର୍ଯ୍ୟବେକ୍ଷକ ନିୟୋଜିତ ହୋଇଥିଲେ ।

ଦଶମ ପରୀକ୍ଷା ଦେବାକୁ ଯିବାବେଳେ ସଡ଼କ ଦୁର୍ଘଟଣାରେ ଜଣେ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଛାତ୍ର ଗୁରୁତର ହୋଇଛନ୍ତି। ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ମାଲକାନଗିରି ଜିଲ୍ଲା ଚନ୍ଦନଗୁଡା ନିକଟରେ ପିକଅପ ଭ୍ୟାନ ସହ ବାଇକ ଧକ୍କା ହୋଇ ଜଣେ ଦଶମ ଶ୍ରେଣୀ ପରୀକ୍ଷାର୍ଥୀଙ୍କ ମୃତ୍ୟୁ ହୋଇଛି। ଆଉ ଜଣେ ଛାତ୍ର ଗୁରୁତର ହୋଇଛନ୍ତି ।
ମୃତ ଛାତ୍ରଙ୍କ ନାମ ବିକ୍ରମ ସରଦାର ଓ ଗୁରୁତର ଛାତ୍ର ଜଣକ ତାପସ ସରଦାର ବୋଲି ଜଣାପଡିଛି। ପଦ୍ମଗିରି ବିଦ୍ୟାଳୟ ଛାତ୍ର ସେରପାଲି ପରୀକ୍ଷା କେନ୍ଦ୍ରକୁ ପରୀକ୍ଷା ଦେବାକୁ ଯାଉଥିବାବେଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଆଜି ଶେଷ ପରୀକ୍ଷା ଥିଲା। ପୁଲିସ ଘଟଣାସ୍ଥଳରେ ପହଂଚି ଶବ ଜବତ କରିବା ସହ ତଦନ୍ତ କରୁଛି।
-
କ୍ରସ୍ ଭୋଟିଂକୁ ନେଇ ନବୀନଙ୍କ ପ୍ରତିକ୍ରିୟା, କହିଲେ ବିଜେପି... -
ବିଧାୟିକା ଉପାସନାଙ୍କ ଭୋଟ୍କୁ ନେଇ ନବୀନଙ୍କ ଅଭିଯୋଗ -
ଅଣ୍ଡା ପ୍ରେମୀଙ୍କ ପାଇଁ ଖୁସି ଖବର ; କମିଲା ରେଟ, ଜାଣନ୍ତୁ କେତେ? -
୨ ମାସ ତଳୁ ଯୋଜନା ପ୍ରସ୍ତୁତ ହୋଇଥିଲା, ଜିତିବା ପାଇଁ ଲଢୁଥିଲୁ;ବିଜୟ ମହାପାତ୍ର -
ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ -
ଘଡ଼ଘଡ଼ି ବିଜୁଳି ସହିତ ପ୍ରବଳ ଝଡ଼ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ -
ସାବଧାନ ! ଖାଉଛନ୍ତି କଞ୍ଚା ଆମ୍ବ ତେବେ ନିହାତି ଜାଣନ୍ତୁ ଏହି କଥା, ନଚେତ୍... -
ଯୁଦ୍ଧ ଭିତରେ ଖସିଲା ସୁନା ରୂପା ଦାମ, ଜାଣନ୍ତୁ କେତେ ? -
୨୧ ଯାଏଁ କୁଆପଥର ବର୍ଷା ସମ୍ଭାବନା, ଆଜି ପାଇଁ ଆଲର୍ଟ ଜାରି -
SCB ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨୫ ଲକ୍ଷ କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ -
ଦିଲ୍ଲୀ ହାଇକୋର୍ଟରେ ୧୦କୋଟି ଟଙ୍କାର କେସ୍ ଦାଏର କଲେ କେନ୍ଦ୍ର ମନ୍ତ୍ରୀ ହରଦୀପ ସିଂହ ପୁରୀଙ୍କ ଝିଅ, ଜାଣନ୍ତୁ ପୁରା ଘଟଣା -
ନିର୍ବାଚନ ପୂର୍ବରୁ ମମତାଙ୍କୁ ଝଟକା, ଆକ୍ସନ ମୁଡକୁ ଆସିଲେ ନିର୍ବାଚନ କମିଶନ












Click it and Unblock the Notifications