ଡିଭାଇଡରରେ ପିଟି ହେଲା ଯାତ୍ରୀବାହୀ ବସ୍: ଦୁର୍ଘଟଣାରୁ ବର୍ତ୍ତିଗଲେ ୫୦ରୁ ଅଧିକ ଯାତ୍ରୀ

ଭାରସାମ୍ୟ ହରାଇ ଡିଭାଇଡରରେ ପିଟି ହେଲା ଯାତ୍ରୀବାହୀ ବସ୍ । ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତିଗଲେ ୫୦ରୁ ଅଧିକ ଯାତ୍ରୀ । ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥ ଲକ୍ଷ୍ମଣନାଥ ଟୋଲଗେଟ୍ ନିକଟରେ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ମୃତାହତ କେହି ହୋଇନାହାନ୍ତି ।

ଆଜି ସକାଳେ ବସଟି ଯାତ୍ରୀମାନଙ୍କୁ ନେଇ କୋଲକାତାରୁ ସୋର ଅଭିମୁଖେ ଆସୁଥିଲା। ଏହି ସମୟରେ ଲକ୍ଷ୍ମଣନାଥ ଟୋଲଗେଟ୍ ନିକଟରେ ବସଟି ଭାରସାମ୍ୟ ହରାଇ ଡିଭାଇଡରରେ ପିଟି ହୋଇଯାଇଥିଲା। ଦୁର୍ଘଟଣାରେ କାହାର କିଛି କ୍ଷତି ହୋଇ ନଥିଲା। ସମସ୍ତ ଯାତ୍ରୀ ସୁରକ୍ଷିତ ଥିଲେ ।

Passenger bus hit the divider

ବସ୍‌ରେ ୫୩ ଜଣ ଯାତ୍ରୀ ଥିଲେ ଜଣାଯାଇଛି। ଦୁର୍ଘଟଣାରେ ବସ୍‌ର ସମ୍ମୁଖ ଅଂଶଟି ଭାଙ୍ଗି ଯାଇଛି। ପୁଲିସ ଘଟଣାର ତଦନ୍ତ କରୁଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+