ଆଜିଠୁ ତାତିରୁ ମିଳିବ ନିସ୍ତାର, ୪ ଦିନ ଯାଏଁ ରାଜ୍ୟରେ କାଳବୈଶାଖୀ ବର୍ଷା

ଆଜିଠୁ ୪ ଦିନ କାଳବୈଶାଖୀ ବର୍ଷା । ଆଜି ଅପରାହ୍ଣରେ ମାଲକାନଗିରି, ଗଞ୍ଜାମ, କୋରାପୁଟ ଓ ମୟୂରଭଞ୍ଜରେ ବିଜୁଳି, ଘଡ଼ଘଡ଼ିର ଆଶଙ୍କା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବ । ସେହିପରି ଝାରସୁଗୁଡ଼ା, ବୌଦ୍ଧ, ସମ୍ବଲପୁର ଓ ବଲାଙ୍ଗୀରକୁ ହିଟୱେଭ ପାଇଁ ୟେଲୋ ଚେତାବନୀ ଜାରି କରାଯାଇଛି । ତାତି ଓ ଆର୍ଦ୍ରତା ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

rain

ଆସନ୍ତାକାଲି କାଳବୈଶାଖୀ ପାଇଁ ୭ ଜିଲ୍ଲା କୋରାପୁଟ, ଗଞ୍ଜାମ, ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ବର, କେନ୍ଦୁଝର ଓ ଭଦ୍ରକକୁ ଅରେଞ୍ଜ ୱାର୍ଣ୍ଣିଂ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ । ସେହିପରି ବିଜୁଳି, ଘଡ଼ଘଡ଼ି ଓ ପବନ ପାଇଁ ୧୮ ଜିଲ୍ଲାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ । ୨୯ ତାରିଖ ଯାଏ କାଳବୈଶାଖୀ ଆଶଙ୍କା ରହିଛି । ୩ ଦିନରେ ତାପମାତ୍ରାରେ ବଡ଼ ଧରଣର ପରିବର୍ତ୍ତନର ସମ୍ଭାବନା ନାହିଁ । ଏହାପରେ ଦିନ ତାପମାତ୍ରାରେ ୩ରୁ ୫ ଡିଗ୍ରି ସେଲସିୟସ ହ୍ରାସ ହୋଇପାରେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+