Get Updates
Get notified of breaking news, exclusive insights, and must-see stories!

ଗଞ୍ଜାମ ଜିଲ୍ଲାର ପାଟପୁର ଥାନାକୁ ପୁରସ୍କୃତ କଲେ ଅମିତ ଶାହ; ଦେଶର ଦ୍ବିତୀୟ ଶ୍ରେଷ୍ଠ ଥାନା ଭାବେ ପୁରସ୍କୃତ

ଗଞ୍ଜାମ ଜିଲ୍ଲାର ପାଟପୁର ଥାନାକୁ ପୁରସ୍କୃତ କଲେ ଅମିତ ଶାହ । ଦେଶର ଦ୍ବିତୀୟ ଶ୍ରେଷ୍ଠ ଥାନା ଭାବେ ପୁରସ୍କୃତ କଲେ ଶାହ। ପୁରସ୍କାର ଗ୍ରହଣ କରିଥିଲେ ପାଟପୁର ଆଇଆଇସି ସବ୍ୟସାଚୀ ମଲ୍ଲ । ଲୋକସେବା ଭବନରେ ଆୟୋଜିତ ଡିଜିପି ସମ୍ମିଳନୀରେ ପୁରସ୍କୃତ ।

ଆଜିଠାରୁ ଭୁବନେଶ୍ବରସ୍ଥିତ ଲୋକସେବା ଭବନ କନଭେନସନ ସେଣ୍ଟରରେ ଆରମ୍ଭ ହୋଇଛି ଅଖିଳ ଭାରତୀୟ ପୁଲିସ ମହାନିର୍ଦ୍ଦେଶକ/ ମହାନିରୀକ୍ଷକ ସମ୍ମିଳନୀ-୨୦୨୪ । ଏହି ସମ୍ମିଳନୀରେ ଭାରତ ସରକାରଙ୍କ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଓଡ଼ିଶାର ଗଞ୍ଜାମ ଜିଲ୍ଲାର ପାଟପୁର ଥାନାକୁ ଦେଶର ଦ୍ୱିତୀୟ ଶ୍ରେଷ୍ଠ ଥାନା ଭାବେ ପୁରସ୍କୃତ କରିଛନ୍ତି । ଉକ୍ତ ସମ୍ମିଳନୀରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ଯୋଗ ଦେଇଥିବା ବେଳେ ଓଡ଼ିଶା ପୁଲିସ ପାଇଁ ଏହି ସମ୍ମାନ ଅତ୍ୟନ୍ତ ଗର୍ବ ଓ ସମ୍ମାନର ମୁହୂର୍ତ୍ତ ବୋଲି ମତବ୍ୟକ୍ତ କରିଛନ୍ତି । ଡିଜିପି ଶ୍ରୀ ଖୁରାନିଆଙ୍କ ମାର୍ଗଦର୍ଶନରେ ଥାନାର ଭିତ୍ତିଭୂମି ନିର୍ମାଣ ଏବଂ ଉନ୍ନତିକରଣ ଭଳି କାର୍ଯ୍ୟ ସମ୍ପାଦିତ ହୋଇଥିଲା । ଏହି ଅବସରରେ ଡିଜିପି ଶ୍ରୀ ଖୁରାନିଆ ଗଞ୍ଜାମ ଏସପି ଶୁଭେନ୍ଦୁ କୁମାର ପାତ୍ରଙ୍କ ସମେତ ରାଜ୍ୟ ତଥା ଜିଲ୍ଲା ପୋଲିସର ଅଧିକାରୀ ଓ କର୍ମଚାରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

Patpur police station

ଉଲ୍ଲେଖଯୋଗ୍ୟ ଯେ, ପ୍ରତିବର୍ଷ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ତରଫରୁ ସମଗ୍ର ଦେଶରେ ଥିବା ଥାନାଗୁଡ଼ିକର ବିଭିନ୍ନ ମାନଦଣ୍ଡକୁ ଆଧାର କରି ଶ୍ରେଷ୍ଠ ଥାନା ପୁରସ୍କାର ନିମନ୍ତେ ଚୟନ କରାଯାଇଥାଏ । ଅପରାଧ ହାର, ତଦନ୍ତ, ମାମଲାର ସମାଧାନ, ସିସିଟିଏନ୍ଏସ୍ ବ୍ୟବହାର, ଏନଫୋର୍ସମେଣ୍ଟ, ପୁନରୁଦ୍ଧାର ସମ୍ପତ୍ତିର ମୂଲ୍ୟ, ଦୋଷୀ ସାବ୍ୟସ୍ତ ହାର, ଦଣ୍ଡବିଧାନ, ଥାନା ଗୁଡିକର ଆନୁସଙ୍ଗିକ ଭିତ୍ତିଭୂମି ଏବଂ ସାଧାରଣ ଜନତାଙ୍କୁ ଉନ୍ନତ ତଥା ଗୁଣାତ୍ମକ ସେବା ପ୍ରଦାନ ଭଳି ବିଭିନ୍ନ ମାନଦଣ୍ଡକୁ ଆଧାର କରି ଶ୍ରେଷ୍ଠ ଥାନା ଚୟନ କରାଯାଇଥାଏ । ଏହି ସମସ୍ତ ମାନଦଣ୍ଡରେ ଗଞ୍ଜାମ ଜିଲ୍ଲା ପାଟପୁର ଥାନାର ଉଲ୍ଲେଖନୀୟ ପ୍ରଦର୍ଶନ ରହିଥିଲା । ଏହାକୁ ଭିତ୍ତିକରି ପାଟପୁର ଥାନା ଦ୍ଵିତୀୟ ଶ୍ରେଷ୍ଠ ଥାନା ଭାବେ ପୁରସ୍କାର ପାଇବାକୁ ଯୋଗ୍ୟ ବିବେଚିତ ହୋଇଥିଲା । ପାଟପୁର ଥାନା ଆଇଆଇସି ସବ୍ୟସାଚୀ ମଲ୍ଲ କେନ୍ଦ୍ର ଗୃହମନ୍ତ୍ରୀଙ୍କ ଠାରୁ ପ୍ରଶଂସାପତ୍ର ସହ ଏହି ସମ୍ମାନଜନକ ପୁରସ୍କାର ଗ୍ରହଣ କରିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+