ପିସିସି ସଭାପତିଙ୍କ ପ୍ରତିକ୍ରିୟା ; କହିଲେ ମୋକିମ୍ କିଏ, ମାତ୍ର ଗୋଟିଏ ଥର ବିଧାନସଭା ନିର୍ବାଚନ ଜିତିଛନ୍ତି

କଂଗ୍ରେସରୁ ମୋକିମଙ୍କ ବହିଷ୍କାର ପରେ ପିସିସି ସଭାପତିଙ୍କ ପ୍ରତିକ୍ରିୟା । ସାମ୍ବାଦିକଙ୍କ ପ୍ରଶ୍ନରେ ସେ କିଏ କହି ପଚାରିଲେ ଭକ୍ତ ଦାସ । ସେ କିଏ, ମାତ୍ର ଗୋଟିଏ ଥର ବିଧାନସଭା ନିର୍ବାଚନ ଜିତିଛନ୍ତି ।
ନିଜ କଥା ରଖିବାର ସବୁ ସଦସ୍ୟଙ୍କ ନିକଟରେ ଅଧିକାର ଅଛି । ଦଳୀୟ ନେତୃତ୍ବ ସେମାନଙ୍କ କଥା ନିଶ୍ଚିୟ ଶୁଣିବେ। ସୋନିଆଙ୍କୁ ଚିଠି ଲେଖିବାରେ କୌଣସି ସମସ୍ୟା ନାହିଁ' । କିନ୍ତୁ ଚିଠିକୁ ମିଡିଆରେ ପ୍ରଘଟ କରିବାର କ'ଣ ଆବଶ୍ୟକତା ଥିଲା ।

PCC President s response
କାରଣ ସେ ଦଳରେ ରହିବାକୁ ଚାହୁଁ ନଥିଲେ ବୋଲି କହିଛନ୍ତି ଭକ୍ତ। ରାହୁଲ ଗାନ୍ଧିଙ୍କ ବିଷୟରେ ସେ କ'ଣ ଜାଣନ୍ତି ବୋଲି ପ୍ରଶ୍ନ କଲେ ଭକ୍ତ। ରାହୁଲ ଗାନ୍ଧି ଦେଶ ସାରା ପଦଯାତ୍ରା କରି ଲୋକଙ୍କୁ ସଚେତନ କଲେ ।
ଏହା କ'ଣ କଠିନ ପରିଶ୍ରମ ନୁହେଁ, ଚିଠି ଲେଖି ସେ ରାହୁଲଙ୍କୁ ଗାଇଡ୍ କରିବେ ? ଏହା ବିରୋଧୀଙ୍କ କାମ କହି ମୋକିମଙ୍କୁ ସମାଲୋଚନା କଲେ ଭକ୍ତ । ଯଦି କେହି ନିଜ ନେତାଙ୍କ କଠିନ ପରିଶ୍ରମ ଓ ତ୍ୟାଗ ଦେଖିପାରୁନି, ସେମାନଙ୍କୁ କଣ କୁହାଯିବ ।

ମୋକିମଙ୍କୁ କଂଗ୍ରେସ ବହିଷ୍କାର କରିବା ପରେ ସମର୍ଥନରେ ବାହାରିଛନ୍ତି ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ । କଂଗ୍ରେସରେ ମୋକିମଙ୍କ ଭଳି ଅନେକ ନେତାଙ୍କର ଆବଶ୍ୟକତା ଅଛି । ନେତାଙ୍କ ମନରୁ ଅସନ୍ତୋଷ ଦୂର କରିବା ଦଳର କର୍ତ୍ତବ୍ୟ । କଂଗ୍ରେସ ଏବେ ରାଜ୍ୟରେ ଦୁର୍ବଳ ଅଛି । ଶକ୍ତିଶାଳୀ କରିବାକୁ ଉଦ୍ୟମ କରନ୍ତୁ ନେତା । ଅନ୍ୟପଟେ କଂଗ୍ରେସ ମୁଖପାତ୍ର ଜବାବ ରଖି କହିଛନ୍ତି, ବିଜେପି ଆଳାପ କରୁଥିଲେ ମୋକିମ । କଂଗ୍ରେସକୁ ଗଢ଼ିବାକୁ ନୁହେଁ, ବିଗାଡ଼ିବାକୁ ଚେଷ୍ଟା କରୁଥିଲେ । ଭକ୍ତ ଓ ମୋକିମଙ୍କ ମଧ୍ୟରେ ତୁଳନାତ୍ମକ ଚିତ୍ର ରଖି କଡାଗଣ୍ଡା ହିସାବ ରଖିଛି କଂଗ୍ରେସ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+