ଆଜି ପବିତ୍ର ମାଘ ସପ୍ତମୀ : ଚନ୍ଦ୍ରଭାଗାରେ ବୁଡ଼ ପକାଇବାକୁ ପ୍ରବଳ ଭିଡ଼
ମାଘ ସପ୍ତମୀ ତିଥିରେ ମଙ୍ଗଳବାର ଭୋର ୫ଟାରେ ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ଲକ୍ଷାଧିକ ଶ୍ରଦ୍ଧାଳୁ ବୁଡ଼ ପକାଇଛନ୍ତି। ଏହି ଦିନ ଚନ୍ଦ୍ରଭାଗା ତୀର୍ଥରେ ସ୍ନାନ କଲେ ସମସ୍ତ ପାପ କ୍ଷୟ ହୋଇ ମୁକ୍ତି ମିଳିଥାଏ ବୋଲି ଶ୍ରଦ୍ଧାଳୁଙ୍କ ମନରେ ବିଶ୍ଵାସ ରହିଛି। ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଶ୍ରୀଶ୍ରୀ ତ୍ରୀବେଣୀଶ୍ବର, ଇଷାଣେଶ୍ବର, ଦକ୍ଷିଣେଶ୍ୱର ଦେବଙ୍କ ଚଳନ୍ତି ପ୍ରତିମା ସ୍ନାନ ପରେ ଅପେକ୍ଷାରତ ଶ୍ରଦ୍ଧାଳୁ ତୀର୍ଥ ଜଳରେ ବୁଡ଼ ପକାଇଥିଲେ।

ଶୃଙ୍ଖଳିତ ବୁଡ଼ ପାଇଁ ପୁରୀ ଜିଲ୍ଲା ପ୍ରଶାସନ ମଧ୍ୟ ସଜାଗ ରହିଛି। କୋଣାର୍କ ଓ ଚନ୍ଦ୍ରଭାଗାରେ ୬ ଜଣ ଆଡିସିନାଲ ଏସପିଙ୍କ ସମେତ ୩୩ ପ୍ଲାଟୁନ୍ ଫୋର୍ସ ମୁତୟନ ହୋଇଛନ୍ତି।ପରମ୍ପରା ଅନୁଯାୟୀ ମାଧିପୁରର ତ୍ରିବେଣିଶ୍ୱର ମହାପ୍ରଭୁ, କୁରୁଜଙ୍ଗରେ ଦକ୍ଷିଣେଶ୍ୱର ଓ ସନ୍ତପୁରରେ ଐଶାଣେଶ୍ୱର ମହାପ୍ରଭୁଙ୍କ ମହାସ୍ନାନ ପରେ ବୁଡ଼ ପକାଇ ଉଦିତ ସୂର୍ଯ୍ୟଙ୍କୁ ପୂଜାର୍ଚ୍ଚନା କରିଛନ୍ତି ଶ୍ରଦ୍ଧାଳୁ।












Click it and Unblock the Notifications