ରାଜ୍ୟରେ ବ୍ୟାପୁଛି ଆଖିଧରା ରୋଗ, ଜାଣନ୍ତୁ କଣ କରିବେ ଏବଂ କଣ କରିବେ ନାହିଁ...
ସାରା ରାଜ୍ୟରେ ବ୍ୟାପିଛି ଆଖିଧରା ରୋଗ । ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାରୁ ଏ ନେଇ ମାମଲା ଚିହ୍ନଟ ହେଉଛି । ତେଣୁ ଏହା ପ୍ରତି ସତର୍କ ରହିବାକୁ ପରାମର୍ଶ ଦେବା ସହ ମାର୍ଗଦର୍ଶିକା ଜାରି କରିଛି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ । ଛୋଟ ପିଲା ମୁଖ୍ୟତଃ ସ୍କୁଲ ଛାତ୍ରଛାତ୍ରୀଙ୍କ ପ୍ରତି ଅଧିକ ସଂକ୍ରମଣର ବିପଦ ରହିଛି ବୋଲି କହିଛନ୍ତି ବିଶେଷଜ୍ଞ ।

ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଦ୍ୱାରା ଜାରି କରାଯାଇଥିବା ମାର୍ଗ ଦର୍ଶିକାରେ କଣ କରିବେ ଏବଂ କଣ ନ କରିବେ ସେ ନେଇ ସୂଚନା ଦିଆଯାଇଛି ।
କଣ କରିବେ ?
- ଆଖି ଧରିଲେ, ପରିଷ୍କାର କପଡ଼ାକୁ ଉଷୁମ ପାଣିରେ ପକାଇ ଆଖି ପୋଛନ୍ତୁ ।
- ଡାକ୍ତରଙ୍କ ବିନା ପରାମର୍ଶରେ ଆଖିରେ କୌଣସି ଔଷଧ ପକାନ୍ତୁ ନାହିଁ ।
- ଚଷମା ପିନ୍ଧୁଥିଲେ, ନିୟମିତ ସଫା କରନ୍ତୁ ।
କଣ କରିବେ ନାହିଁ ?
ଆଖିଧରାରେ ଆକ୍ରାନ୍ତ ବ୍ୟକ୍ତିଙ୍କ ରୁମାଲ, ତଉଲିଆ, ତକିଆ ଏମିତିକି ଆଇ-ଡ୍ରପ୍କୁ ବି ବ୍ୟବହାର କରନ୍ତୁ ନାହିଁ ।
ସୁଇମିଂ ପୁଲ କିମ୍ବା ପୋଖରୀରେ ମୁହଁ ବୁଡ଼ାନ୍ତୁ ନାହିଁ ।
ଆଖିରେ କସ୍ମେଟିକ୍ ଓ କଣ୍ଟାକ୍ଟ ଲେନ୍ସ ବ୍ୟବହାର କରନ୍ତୁ ନାହିଁ ।
ଏପଟେ ଜନସ୍ୱାସ୍ଥ୍ୟ ବିଭାଗ କହିଛି, ଆଖିଧରା ରୋଗର ପ୍ରତିକାର ପାଇଁ ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି । ଏହାକୁ ନେଇ ଭୟଭୀତ ହେବାର କୌଣସି କାରଣ ନାହିଁ ।
ଏହାର ଲକ୍ଷଣ -
ଆଖି ଧରା ରୋଗ ହେଲେ ଆଖି ଲାଲ୍ ପଡ଼ିବା ସହ ଆଖି ଭିତରେ କୁଣ୍ଡେଇ ହୁଏ । ଆଖିରୁ ପାଣି ବୋହିବା ସହ ଲେଞ୍ଜରା ବାହାରେ । ଆଖିଧରା ରୋଗ ଉଭୟ ଭୂତାଣୁ ଓ ଜୀବାଣୁଜନିତ । ଭୂତାଣୁଜନିତ ଆଖିଧରାରେ ଆଖି ଲାଲ୍ ପଡ଼ିବା ସହ ଲୁହ ବାହରିଥାଏ । କିନ୍ତୁ ଜୀବାଣୁଜନିତ ଆଖିଧରାରେ ଆଖିରୁ ପ୍ରଚୁର ପରିମାଣର ଲେଞ୍ଜରା ବାହାରିଥାଏ, ଆଖି ଲାଖିଯାଏ ।
ମୁଖ୍ୟତଃ ସଂକ୍ରମିତ ରୋଗୀର ଲୁହ ଓ ଲେଞ୍ଜରାଜରିଆରେ ଆଖିଧରା ରୋଗ ସଂକ୍ରମିତ ହୋଇଥାଏ । ତେଣୁ ଆଖିଧରା ହୋଇଥିଲେ ରୋଗୀ ନିଜ ଆଖିଠାରୁ ହାତକୁ ଦୂରେଇ ରଖିବା ସହ ବାରମ୍ବାର ହାତ ଧୁଅନ୍ତୁ । ଚକ୍ଷୁରୋଗ ବିଶେଷଜ୍ଞ କହିଛନ୍ତି, ରୋଗୀର ଆଖିକୁ ଦେଖିବା ଦ୍ୱାରା ଆଖିଧରା ରୋଗ ବ୍ୟାପି ନ ଥାଏ ।
ବିଶେଷଜ୍ଞଙ୍କର କହିବା କଥା ହେଉଛି, ଋତୁ ପରିବର୍ତ୍ତନ ହେଲେ ଆଖି ଧରା ରୋଗ ଦେଖିବାକୁ ମିଳିଥାଏ । ଏଡିନୋ ଭୂତାଣୁ ଏହି ରୋଗର କାରଣ । ଏହି ଭୂତାଣୁ କେବଳ ଆଖି ଧରା ନୁହେଁ, ଅନ୍ୟ ରୋଗ ଯଥା ନିଶ୍ବାସ ପ୍ରଶ୍ବାସ ଜନିତ ସମସ୍ୟା ଓ ନିମୋନିଆ ଆଦି ରୋଗ ସୃଷ୍ଟି କରିଥାଏ । ଏବେ ରାଜ୍ୟରେ ମୌସୁମୀ ବର୍ଷା ଆରମ୍ଭ ହୋଇଛି । ପ୍ରତିବର୍ଷ ଋତୁ ପରିବର୍ତ୍ତନ ହେବା ପରେ ଆଖି ଧରା ରୋଗ ହୋଇଥାଏ । ଚଳିତବର୍ଷ ଏହାର ମାତ୍ରା ଅଧିକ ରହିଛି । ଏହା ଏକ ସଂକ୍ରାମକ ରୋଗ ହୋଇଥିବାରୁ ଖୁବଶୀଘ୍ର ଏକାଧିକ ଲୋକଙ୍କୁ ସଂକ୍ରମିତ କରିପାରୁଛି ।
-
IPS ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ରଥଯାତ୍ରା ଦାୟିତ୍ୱ -
ପୁଣି ଖସିଲା ସୁନା-ରୂପା ରେଟ୍ -
ଜାତୀୟ ରାଜପଥରେ ଯାତ୍ରା କରିବା ହେଲେ ମହଙ୍ଗା, ବାର୍ଷିକ FASTag ଟୋଲ୍ ପାସ୍ ଫି ହୋଲା ବୃଦ୍ଧି କଲେ ସରକାର -
ନିର୍ବାଚନକୁ ନେଇ ମୁହଁ ଖୋଲିଲେ ନବୀନ: କହିଲେ ଭାଜପା..... -
ଇରାନ ଉପରେ ଟ୍ରମ୍ପଙ୍କ ବଡ଼ ଦାବି, କହିଦେଲେ କିଛି ଏମିତି....... -
୧ ଏପ୍ରିଲରୁ ଆୟକର ନିୟମରେ ହେବ ବଡ଼ ପରିବର୍ତ୍ତନ, ଆୟକର ବିଭାଗ ଆପଣଙ୍କର ସୋସିଆଲ ମିଡିଆ..... -
ଗ୍ୟାସ ସିଲିଣ୍ଡର ବିସ୍ଫୋରଣରେ ୨ ମୃତ -
ଶୁଭମନ ଗିଲ୍ ସର୍ବଶ୍ରେଷ୍ଠ ଅନ୍ତରାଷ୍ଟ୍ରୀୟ କ୍ରିକେଟର -
ହର୍ମୁଜ ପ୍ରଣାଳୀ ଅତିକ୍ରମ କଲା ୨ ଏଲପିଜି ଗଚ୍ଛିତ ଭାରତୀୟ ଜାହାଜ -
୨ ବିଜେଡି ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ୍, ରାତି ୯ଟା ଭିତରେ ନବୀନ ନିବାସକୁ ରିପୋର୍ଟ ନିର୍ଦ୍ଦେଶ -
ଏଥର ପ୍ରଚଣ୍ଡ ହେବ ଗୁଷ୍ମ ପ୍ରବାହ, ୪୦ ଛୁଇଁବ ପାରଦ -
ଗହଣା କିଣିବା ପୂର୍ବରୁ ପକାନ୍ତୁ ନଜର, ଜାଣିରଖନ୍ତୁ ଆଜିର ଦାମ୍










Click it and Unblock the Notifications