ପିପିଲି ଉପନିର୍ବାଚନ: ଦିନ ୧୧ଟା ସୁଦ୍ଧା ୨୪.୭୬ ପ୍ରତିଶତ ମତଦାନ
ପିପିଲି ଉପନିର୍ବାଚନ ଲାଗି ମତଦାନ ପ୍ରକ୍ରିୟା ସୁରୁଖୁରୁରେ ଚାଲିଛି। ପୂର୍ବାହ୍ନ ୧୧ଟା ସୁଦ୍ଧା ୨୪.୭୬ ପ୍ରତିଶତ ମତଦାନ ହୋଇଛି ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ ଲୋହାନୀ ସୂଚନା ଦେଇଛନ୍ତି।
ଭୁବନେଶ୍ବର: ପିପିଲି ଉପନିର୍ବାଚନ ଲାଗି ମତଦାନ ପ୍ରକ୍ରିୟା ସୁରୁଖୁରୁରେ ଚାଲିଛି। ପୂର୍ବାହ୍ନ ୧୧ଟା ସୁଦ୍ଧା ୨୪.୭୬ ପ୍ରତିଶତ ମତଦାନ ହୋଇଛି ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ ଲୋହାନୀ ସୂଚନା ଦେଇଛନ୍ତି। କୌଣସି ସ୍ଥାନରେ ଅପ୍ରୀତିକର ପରିସ୍ଥିତି ଉପୁଜି ନାହିଁ। ମତଦାନ ପ୍ରକ୍ରିୟା ଆରମ୍ଭ ହେବା ପୂର୍ବରୁ ମକ୍ ଡ୍ରିଲ୍ କରାଯାଇଥିଲା ବୋଲି କହିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ।

ତେବେ ସକାଳେ ପ୍ରଥମେ ୪ଟି ବୁଥ୍ରେ ଇଭିଏମ୍ ଅଚଳ ହୋଇଯାଇଥିବା ଖବର ଆସିଥିବା ବେଳେ ଏବେ ଆଉ ୬ଟି ବୁଥ୍ରେ ଇଭିଏମ୍ରେ ତ୍ରୁଟି ଦେଖିବାକୁ ମିଳିଥିବା ସୂଚନା ଆସିଛି। ଖବର ଅନୁଯାୟୀ, ପିପିଲି ନିର୍ବାଚନ ମଣ୍ଡଳି ଅନ୍ତର୍ଗତ କଣ୍ଟି ପଞ୍ଚାୟତ ୧୩୯- A ନଂ ବୁଥରେ ପ୍ରଥମେ ଇଭିଏମ୍ ଅଚଳ ଯୋଗୁ ମତଦାନରେ ବାଧା ଉପୁଜିଥିଲା । ଯାହାଫଳରେ ଭୋଟ ଦେବାକୁ ଆସିଥିବା ଭୋଟରଙ୍କ ମଧ୍ୟରେ ଅସନ୍ତୋଷ ଦେଖା ଦେଇଥିଲା ।
ସୂଚନାଯୋଗ୍ୟ, ପିପିଲି ଉପନିର୍ବାଚନ ପାଇଁ ଆଜି କୋଭିଡ୍ କଟକଣା ମଧ୍ୟରେ ସକାଳ ୭ଟାରୁ ମତଦାନ ପକ୍ରିୟା ଆରମ୍ଭ ହୋଇଛି। ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ ହେବ। ପିପିଲି ବ୍ଲକ୍ର ସମୁଦାୟ ୧୯୯ଟି ବୁଥ୍ ଓ ଡେଲାଙ୍ଗ ବ୍ଲକ୍ର ୧୪୯ଟି ବୁଥ୍ରେ ମତଦାନ ଜାରି ରହିଛି। ୧,୧୯,୨୦୬ ଜଣ ପୁରୁଷ ଭୋଟର ଓ ୧,୧୦,୭୯୦ଜଣ ମହିଳା ଭୋଟର ସେମାନଙ୍କର ମତଦାନ ସାବ୍ୟସ୍ତ କରିବେ। ଏହାବାଦ୍ ୨ ଜଣ ତୃତୀୟ ଲିଙ୍ଗ ଓ ୩୨୧ଜଣ ସର୍ଭିସ୍ ଭୋଟର୍ ମଧ୍ୟ ଭୋଟ୍ ଦେବେ।












Click it and Unblock the Notifications