ପୀତାମ୍ବର ଆଚାର୍ଯ୍ୟଙ୍କୁ ମିଳିଲା ବଡ ଦାୟିତ୍ଵ, ଆଡଭୋକେଟ ଜେନେରାଲ ଭାବେ ନିଯୁକ୍ତି କଲେ ସରକାର
ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟଙ୍କୁ ମିଳିଛି ବଡ଼ ଦାୟିତ୍ୱ। ମୁଖ୍ୟମନ୍ତ୍ରୀ ମୋହନ ମାଝି ତାଙ୍କୁ ଏଜି ଭାବେ ନିଯୁକ୍ତି ଦେଇଛନ୍ତି। ପୀତାମ୍ବରଙ୍କୁ ଆଡଭୋକେଟ ଜେନେରାଲ ଭାବେ ନିଯୁକ୍ତି କରିଛନ୍ତି ରାଜ୍ୟ ସରକାର।

ସୂଚନାଥାଉ କି, ମୋହନ ସରକାରକୁ ମାସେ ବିତିବା ପରେ ମଧ୍ୟ ଏଜି ପଦବୀ ଖାଲି ପଡିଥିଲା ଯାହାକୁ ନେଇ ପାୱାର କରିଡରରେ ଚର୍ଚ୍ଚା ହେବା ସହ ବିରୋଧୀ ମଧ୍ୟ ପ୍ରଶ୍ନ ଉଠାଇଥିଲେ। ତେବେ ଆଜି ସରକାର ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟଙ୍କୁ ଏଜି ଭାବେ ନିଯୁକ୍ତି କରିଛନ୍ତି। ନିର୍ବାଚନ ପୂର୍ବରୁ ପୀତାମ୍ବର ଦଳ ପାଇଁ ଅନେକ ପ୍ରସଙ୍ଗରେ ଆଇନଗତ ଲଢେଇ ଲଢି ବଳ ଯୋଗାଇଛନ୍ତି। ସେହିପରି ୨୦୧୯ରେ ଭାଜପା ଟିକେଟରେ ହିଞ୍ଜିଳିରୁ ନବୀନ ପଟ୍ଟନାୟକଙ୍କ ବିରୋଧରେ ଲଢିଛନ୍ତି।
ଏହି ସାମ୍ବିଧାନିକ ପଦ ସରକାରଙ୍କ ଅନୁମୋଦନକ୍ରମେ ରାଜ୍ୟପାଳ ନିଯୁକ୍ତି ଦେଇଥାନ୍ତି। ବରିଷ୍ଠ ଆଇନଜୀବୀଙ୍କ ମତ ହେଲା ଆଡଭୋକେଟ ଜେନେରାଲ ହେଉଛନ୍ତି ସରକାରଙ୍କ ପ୍ରଥମ ପରାମର୍ଶଦାତା। ବିଧାନସଭାରେ ସାମ୍ବିଧାନିକ ସଂକଟ ଦେଖାଦେଲେ ସେ ମଧ୍ୟ ଅଂଶ ଗ୍ରହଣ କରିପାରିବେ। ତେବେ ଯିଏ ସରକାରଙ୍କ ଅନୁଗତ ସହିତ ଅନୁଭବୀ ଓ ପାରଦର୍ଶୀ ସଂପନ୍ନ ହୋଇଥା'ନ୍ତି ସେହି ଆଇନଜୀବୀଙ୍କୁ ନିଯୁକ୍ତି ଦେଇଥାନ୍ତି ସରକାର।












Click it and Unblock the Notifications