ଆଜି ଆସିବ ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ମେରିଟ୍ ଲିଷ୍ଟ

Plus 2 1st Merit List To Be Released: ଆଜି ଆସିବ ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ମେରିଟ୍ ଲିଷ୍ଟ । ୧୧ ଟା ୪୫ରେ ପ୍ରଥମ ମେଧା ତାଲିକା ପ୍ରକାଶ ପାଇବ ଏବଂ ଏଥିରେ ମନୋନୀତ ହୋଇଥିବା ଛାତ୍ରଛାତ୍ରୀ ୨୨ ରୁ ୨୭ ତାରିଖ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ନାମ ଲେଖାଇପାରିବେ ।

Plus 2 1st Merit List

ସୂଚନା ଅନୁସାରେ, ଅଗଷ୍ଟ ୫ ତାରିଖ ଅପରାହ୍ନ ୩ଟାରେ ଯୁକ୍ତ ୨ ଦ୍ୱିତୀୟ ମେଧା ତାଲିକା ପ୍ରକାଶ ପାଇବ ଏବଂ ଚୟନ ହୋଇଥିବା ଛାତ୍ରଛାତ୍ରୀଙ୍କୁ ୭ ତାରିଖରୁ ୧୦ ତାରିଖ ମଧ୍ୟରେ ନାମ ଲେଖାଇପାରିବେ । ୨୦ ତାରିଖରେ ସ୍ପଟ ନାମଲେଖା ପାଇଁ ତାଲିକା ପ୍ରକାଶ ପାଇବ । ଅଗଷ୍ଟ ୧ ତାରିଖରୁ ଯୁକ୍ତଦୁଇ ପ୍ରଥମବର୍ଷ ପାଠପଢ଼ା ଆରମ୍ଭ ହେବ । ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ବିଜ୍ଞପ୍ତି ନେଇ ନୋଟିସ୍ ଜାରି କରାଯାଇଛି ।

ତେବେ ମୋଟ ୨ ହଜାର ୩୪୩ଟି ଉଚ୍ଚ ମାଧ୍ୟମିକ ସ୍କୁଲରେ ୫ ଲକ୍ଷ ୪୮ ହଜାର ୨୪୯ଟି ସିଟ୍ ରାଜ୍ୟରେ ରହିଛି । ଯାହାମଧ୍ୟରୁ କଳାରେ ୩ ଲକ୍ଷ ୧୦ ହଜାର ୧୩୬ଟି ସିଟ୍ ରହିଥିବା ବେଳେ ବିଜ୍ଞାନରେ ୧ ଲକ୍ଷ ୭୩ ହଜାର ୫୪୯, ବାଣିଜ୍ୟରେ ୪୧ ହଜାର ୮୦, ସଂସ୍କୃତରେ ୧୩ ହଜାର ୮୮, ଧନ୍ଦାମୂଳକ ଶିକ୍ଷାରେ ୧୦ ହଜାର ୩୯୬ଟି ସିଟ୍ ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+