ଆଜିଠୁ +2 ନାମଲେଖା ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ୱର:ଆଜିଠୁ ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ନାମଲେଖା ଆରମ୍ଭ ହେବ । ସିଏଚଏସଇ ଅଧିନ ବିଦ୍ୟାଳୟର କଳା, ବିଜ୍ଞାନ, ବାଣିଜ୍ୟ ଉପଶାସ୍ତ୍ରୀ ଓ ଧନ୍ଦାମୂଳକ ପାଠ୍ୟକ୍ରମରେ ହେବ ନାମଲେଖା । ଅଫିସିଆଲ୍ ୱେବସାଇଟ୍ www.samsodisha.gov.inରେ କମନ୍ ଆପ୍ଲିକେସନ୍ ଫର୍ମ ଉପଲବ୍ଧ ହେବ ।

ଜୁନ୍ ୨୦ ତାରିଖ ସୁଦ୍ଧା ଛାତ୍ରଛାତ୍ରୀ ମାନେ ପଞ୍ଜୀକରଣ କରିପାରିବେ । ଜୁନ୍ ୨୯ରୁ ଜୁଲାଇ ୫ ତାରିଖ ମଧ୍ୟରେ ନାମଲେଖା ଅନୁଷ୍ଠିତ ହେବା ନେଇ ସୂଚନା ରହିଛି । ଜୁନ୍ ୨୮ ତାରିଖ ପୂର୍ବାହ୍ନ ୧୧ ଟା ୪୫ରେ ପ୍ରଥମ ମେଧା ତାଲିକା ପ୍ରକାଶ ପାଇବ । ସେହିପରି ଜୁଲାଇ ୧୩ ତାରିଖରେ ଦ୍ୱିତୀୟ ମେଧା ତାଲିକା ପ୍ରକାଶ ପାଇବ । ଜୁଲାଇ ୨୬ରେ ସ୍ପଟ୍ ସିଲେକ୍ସନ ତାଲିକା ପ୍ରକାଶ ପାଇବ । ଜୁଲାଇ ୨୯ ତାରିଖରୁ ଏକାଦଶ ଶ୍ରେଣୀର ପାଠପଢା ଆରମ୍ଭ ହେବା ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସୂଚନା ଜାରି କରାଯାଇଛି ।
ସୂଚନାଥାଉ ଯେ, ଚଳିତ ବର୍ଷ କେବଳ ଅନଲାଇନରେ ହିଁ ନାମ ଲେଖା ଅନୁଷ୍ଠିତ ହେବ । ଜେନେରାଲ ବର୍ଗର ପ୍ରାର୍ଥୀଙ୍କ ପାଇଁ ଆବେଦନ ଫି ୨୦୦ ଟଙ୍କା ଥିବା ବେଳେ ଅନ୍ୟବର୍ଗଙ୍କ ପାଇଁ ୧୦୦ଟଙ୍କା ଫି' ରଖାଯାଇଛି ।












Click it and Unblock the Notifications