ଯୁକ୍ତ ଦୁଇ ପରୀକ୍ଷା; ଆଜିଠାରୁ ମିଳିବ ଆଡମିଟ୍ କାର୍ଡ, ଏମିତି କରିବେ ଡାଉନଲୋଡ୍
ଆସନ୍ତା ଜାନୁଆରୀ ୨ରୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ୍ ପରୀକ୍ଷା ଆରମ୍ଭ ହେବ । ତେବେ ଏହା ଭିତରେ ଯୁକ୍ତ ଦୁଇ ପରୀକ୍ଷା ପାଇଁ ଆଜିଠାରୁ ୱେବସାଇଟରେ ଆଡମିଟ୍ କାର୍ଡ ଉପଲବ୍ଧ ହେବ । ଉଭୟ ରେଗୁଲାର ଏବଂ ଏକ୍ସ ରେଗୁଲାର ପରୀକ୍ଷାର୍ଥୀ କଲେଜ ଯାଇ ଆଜିଠୁ ଆଡମିଟ ଆଣିବେ ।
ପ୍ରାକ୍ଟିକାଲ୍ ପରୀକ୍ଷା ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ପକ୍ଷରୁ ଆସନ୍ତା ୪୧ ତାରିଖ ସୁଦ୍ଧା ପରୀକ୍ଷା କେନ୍ଦ୍ରଗୁଡ଼ିକୁ ପରୀକ୍ଷା ସମ୍ପର୍କିତ ଫର୍ମ, ପ୍ରଶ୍ନପତ୍ର, ଉତ୍ତରଖାତା ଆଦି ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକରେ ପହଞ୍ଚିବ ।
ପରୀକ୍ଷା ଅଧୀକ୍ଷକମାନେ ପ୍ରଶ୍ନପତ୍ର, ଉତ୍ତରଖାତା ସମେତ ଅନ୍ୟାନ୍ୟ କାଗଜପତ୍ର ଗ୍ରହଣ କରିବା ସମୟରେ ତାହାକୁ ଭଲ ଭାବେ ଯାଞ୍ଚ କରିବେ । ଯଦି କୌଣସି ସ୍ଥାନରେ ପ୍ରଶ୍ନପତ୍ର କିମ୍ବା ଉତ୍ତରଖାତାରେ ତ୍ରୁଟି ରହିଥିବ ତେବେ ସଙ୍ଗେ ସଙ୍ଗେ ପରୀକ୍ଷା ନିୟନ୍ତ୍ରକଙ୍କୁ ଫୋନ୍ କରି ଜଣାଇବେ । ପରୀକ୍ଷା ସରିବା ପରେ ମଧ୍ୟ ପ୍ରଶ୍ନପତ୍ର ଓ ପ୍ୟାକେଟ୍ ସାମଗ୍ରୀକୁ ସେମାନେ ସାଇତି ରଖିବେ ।

ଜାନୁଆରୀ ୨ରେ ପ୍ରାକ୍ଟିକାଲ ଏବଂ ଫେବ୍ରୃଆରୀ ୧୬ରୁ ଥିଓରି ପରୀକ୍ଷା । ସାମ୍ସ ୱେବସାଇଟ www.samsodisha.gov.in କୁ ଯାଇ ଆଡମିଟ କାର୍ଡ ଡାଉନଲୋଡ କରିପାରିବେ କଲେଜ କତୃପକ୍ଷ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ସମସ୍ତ କଜେଜକୁ ଅବଗତ କରାଇଛି ।
ଆଡମିଟ୍ କାର୍ଡ ଡାଉନଲୋଡ ପରେ ପ୍ରଥମେ ସମସ୍ତ ତଥ୍ୟକୁ ଠିକ ଅଛି କି ନାହିଁ ଯାଞ୍ଚ କରିବା ପରେ ଦସ୍ତଖତ କରି ପରୀକ୍ଷାର୍ଥୀମାନଙ୍କୁ ପ୍ରଦାନ କରିବେ କଲେଜ କତୃପକ୍ଷ । କୌଣସି ତ୍ରୁଟି ଥିଲେ ତୁରନ୍ତ କଲେଜ କତୃପକ୍ଷ ମେଲ ଜରିଆରେ ବୋର୍ଡକୁ ଜଣାଇବାକୁ ନିର୍ଦ୍ଦେଶ ଦିଆଯାଇଛି ।
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications