Plus Two Exam: ଯୁକ୍ତ ଦୁଇ ନାମଲେଖା ପାଇଁ ଆଜିଠୁ ଆବେଦନ

ଚଳିତ ଶିକ୍ଷାବର୍ଷ ପାଇଁ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ ଆଜିଠୁ ଅର୍ଥାତ ମେ ୨୪ରୁ ଆରମ୍ଭ ହେବ ।

ସାମ୍ସ ପୋର୍ଟାଲ ଜରିଆରେ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ। ଏନେଇ ଆଜି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ବିଧିବଦ୍ଧଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି ।

ଏଥିରେ କୁହାଯାଇଛି ଯେ ଯୁକ୍ତ ଦୁଇରେ ନାମଲେଖା ଲାଗି ଆବେଦନ ମେ ୨୪ରୁ ଆରମ୍ଭ ହୋଇ ଜୁନ୍ ୩୦ ତାରିଖରେ ଶେଷ ହେବ ।

ଜୁଲାଇ ୭ରେ ପ୍ରଥମ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବ। ଏହାପରେ ଜୁଲାଇ ୮ରୁ ୧୪ ଯାଏଁ ଆଡମିଶନ୍ ହେବା ପରେ ଜୁଲାଇ ୨୪ରୁ ଯୁକ୍ତ ଦୁଇ ଛାତ୍ରଛାତ୍ରୀମାନଙ୍କର କ୍ଲାସ୍ ଆରମ୍ଭ ହେବ ।

Plus Two Exam

ସୂଚନାଯୋଗ୍ୟ ଚଳିତ ବର୍ଷ ମାଟ୍ରିକରେ ୯୪.୯୩ ପ୍ରତିଶତ ରେଜଲ୍ଟ ହୋଇଛି। ପୁଅଙ୍କ ପାସ ହାର ୯୪ ପ୍ରତିଶତ ରହିଥିବା ବେଳେ ଝିିଅଙ୍କ ପାସ୍ ହାର ୯୬ ପ୍ରତିଶତ ରହିଛି। ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେଇଥିଲେ ୫ ଲକ୍ଷ ୨ ହଜାର ୪୧୭ ଜଣ । ସେଥି ମଧ୍ୟରୁ ପାସ୍ କରିଛନ୍ତି ୪ ଲକ୍ଷ ୮୪ ହଜାର ୮୬୩ ଜଣ । ସେମାନଙ୍କ ମଧ୍ୟରୁ ୧୮୧୨ ଜଣ A1 ଗ୍ରେଡ ପାଇଥିବାବେଳେ, ୧୨ ହଜାର ୨୦୦ ଜଣ ଛାତ୍ରଛାତ୍ରୀ A2 ଗ୍ରେଡ ପାଇଛନ୍ତି । ସେହିପରି B1 ଗ୍ରେଡ ପାଇଛନ୍ତି ୩୮ ହଜାର ୮୩୧ ଜଣ ଛାତ୍ରଛାତ୍ରୀ । B2 ଗ୍ରେଡ ପାଇଛନ୍ତି ୮୪,୯୭୧ ଜଣ ଛାତ୍ରଛାତ୍ରୀ । C ଗ୍ରେଡ ପାଇଛନ୍ତି ୧ ଲକ୍ଷ ୩୩ ହଜାର ୮୮୨ ଜଣ ଛାତ୍ରଛାତ୍ରୀ । D ଗ୍ରେଡ ପାଇଛନ୍ତି ୧ ଲକ୍ଷ ୪୬ ହଜାର ୧୫୪ ଜଣ ଛାତ୍ରଛାତ୍ରୀ । E ଗ୍ରେଡ ପାଇଛନ୍ତି ୭୬,୦୧୩ ଜଣ ଛାତ୍ରଛାତ୍ରୀ। F ଗ୍ରେଡ ପାଇଛନ୍ତି ୭,୩୮୪ ଜଣ ଛାତ୍ରଛାତ୍ରୀ। ଚଳିତ ବର୍ଷ ଗଜପତି ଜିଲ୍ଲାରେ ସର୍ବାଧିକ ପାସହାର ୯୯.୩୫ ପ୍ରତିଶତ ରହିଥିବା ବେଳେ କୋରାପୁଟ ଜିଲ୍ଲାରେ ସର୍ବନିମ୍ନ ପାସ ହାର ୯୨.୮୩ ପ୍ରତିଶତ ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+