ଯୁକ୍ତ ଦୁଇ ପରୀକ୍ଷା; ନଭେମ୍ବର ୧୫ ସୁଦ୍ଧା ସିସିଟିଭି ନ ଲଗାଇଲେ ବାତିଲ ହେବ ପରୀକ୍ଷା କେନ୍ଦ୍ର ମାନ୍ୟତା
ଆସନ୍ତା ନଭେମ୍ବର ୧୫ ତାରିଖ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଇ ବାକୁ ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ଚିଠି ଲେଖିଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ। ଏଥିସହ ପୂର୍ବରୁ ପରୀକ୍ଷା କେନ୍ଦ୍ର ଗୁଡ଼ିକରେ ଲାଗିଥିବା ସିସିଟିଭି ସବୁ କିଭଳି କାର୍ଯ୍ୟକ୍ଷମ ହେଉଛି ତା' ରିପୋର୍ଟ ବି ଦେବାକୁ ମଧ୍ୟ ଚିଠିରେ ଉଲ୍ଲେଖ କରାଯାଇଛି।
୨୦୨୫ରେ ହେବାକୁ ଥିବା ଯୁକ୍ତ ଦୁଇ ପ୍ରାକ୍ଟିକାଲ ଓ ଥିଓରୀ ପରୀକ୍ଷା ପାଇଁ ପ୍ରସ୍ତୁତି ଜୋରଦାର ଚାଲିଥିବା ବେଳେ ଫାଇନାଲ୍ ପରୀକ୍ଷା ପାଇଁ ହାତରେ ଆଉ ୪ ମାସ ବାକି ରହିଛି। ତା'ପୂର୍ବରୁ ସବୁ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଇବାକୁ ପରିଷଦ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

ପରୀକ୍ଷା ସ୍ୱଚ୍ଛ ଓ ସହଜ କରିବାକୁ ପରିଚାଳନା ହବ୍, ସେଣ୍ଟର ସୁପରିଣ୍ଟେଣ୍ଡେଣ୍ଟଙ୍କ ଅଫିସ୍, ଏକଜାମ୍ ହଲ୍ ସହ ସେଲ୍ଫ ଫାଇନାଲିଂ କଲେଜର ସମସ୍ତ ଲାବରେଟୋରିରେ ବି ସିସିଟିଭି ଲଗାଇବାକୁ ବାଧ୍ୟତାମୂଳକ କରାଯାଇଛି। ଯେଉଁ ଶିକ୍ଷାନୁଷ୍ଠାନ ଧାର୍ଯ୍ୟ ସମୟରେ ନିର୍ଦ୍ଦେଶ ଅନୁପାଳନ ନ କରିବେ ସେଠି ଉଭୟ ଥିଓରୀ ଓ ପ୍ରାକ୍ଟିକାଲ ପରୀକ୍ଷା ବାତିଲ୍ କରାଯିବା ସହ କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟ ସରକାରଙ୍କୁ ସୁପାରିଶ କରାଯିବାକୁ ନିଷ୍ପତ୍ତି ହୋଇଛି।
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications