ଆଜିଠୁ +୨ ଖାତାଦେଖା ଆରମ୍ଭ; ମେ' ୧୫ ସୁଦ୍ଧା ରେଜଲ୍ଟ
ଆଜିଠୁ ଅର୍ଥାତ୍ ବୁଧବାରଠାରୁ +୨ ଖାତାଦେଖା ଆରମ୍ଭ ହେବ। ତେବେ ମେ' ୧୫ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି। ଖରାକୁ ଦୃଷ୍ଟିରେ ରଖି ଦୁଇଟି ସିଫ୍ଟରେ ଖାତା ଦେଖା ହେବ ବୋଲି ସେ କହିଛନ୍ତି।
ଅତ୍ୟଧିକ ଖରା ଓ ମୂଲ୍ୟାଙ୍କନ କେନ୍ଦ୍ରର ଦୂରତା ଯୋଗୁ ଅନେକ ଶିକ୍ଷୟିତ୍ରୀଶିକ୍ଷକ ଖାତା ଦେଖିବାକୁ ଆସିବା ବେଳେ ସମସ୍ୟାରେ ପଡିପାରନ୍ତି। ଯାହାକୁ ଦୃଷ୍ଟିରେ ରଖି ମୂଲ୍ୟାଙ୍କନ କେନ୍ଦ୍ର ବଢାଯାଇଛି । ଖାତା ଦେଖା ପାଇଁ ପ୍ରାଥମିକ ପର୍ଯ୍ୟାୟରେ ୮ ହଜାର ଶିକ୍ଷୟିତ୍ରୀଶିକ୍ଷକ ନିଯୁକ୍ତି ହୋଇଛନ୍ତି। ଏକଜାମିନରଙ୍କ ସୁବିଧା ଦୃଷ୍ଟିରୁ ସେମାନଙ୍କୁ ନିଜ ଜିଲାରେ ହୋଇଥିବା ମୂଲ୍ୟାଙ୍କନ କେନ୍ଦ୍ରରେ ଖାତା ଦେଖିବା ପାଇଁ ନିୟୋଜିତ କରାଯାଇଛି। ଏଥିସହିତ ଆଉ ଏକ ବଡ଼ ନିଷ୍ପତ୍ତି ନେଇଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ।

ଏଥର ମାଲ ପ୍ରାକ୍ଟିସ ବା ଏମପିରେ ବୁକ ହୋଇଥିବା ଛାତ୍ରୀଛାତ୍ରଙ୍କୁ ଦିଆଯିବ ବଡ଼ ଆଶ୍ବସ୍ତି। କୌଣସି ଭୁଲ ନ ଥାଇ ତ୍ରୁଟିପୂର୍ଣ୍ଣ ଭାବେ ଏମପିରେ ବୁକ ହୋଇଥିଲେ ସେମାନଙ୍କ ପରୀକ୍ଷା ଫଳ ସାଧାରଣ ପରୀକ୍ଷାର୍ଥୀଙ୍କ ସହ ଏକାସାଙ୍ଗରେ ପ୍ରକାଶ ପାଇବ। କାଉନସିଲ ଦ୍ୱାରା ଗଠିତ ସ୍ୱତନ୍ତ୍ର କମିଟିର ଯାଞ୍ଚରେ ଏମପିରେ ବୁକ ହୋଇଥିବା ଛାତ୍ରୀଛାତ୍ର ନିଜର ପକ୍ଷ ରଖିବେ। ଏକସଙ୍ଗେ କଳା, ବାଣିଜ୍ୟ, ବିଜ୍ଞାନ, ଧନ୍ଦାମୂଳକ ରେଜଲ୍ଟ ବାହାରିବ। ୩ ଲକ୍ଷ ୯୩ ହଜାର ୬୧୬ ପରୀକ୍ଷାର୍ଥୀଙ୍କ ରେଜଲ୍ଟ ଏକସଙ୍ଗେ ବାହାରିବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ କହିଛନ୍ତି।
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications