ମେ'୧୫ ତାରିଖ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ
Odisha News: ମେ'୧୫ ତାରିଖ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ । ଏପ୍ରିଲ ୨ ରୁ ୧୪ ତାରିଖ ଯାଏଁ ପ୍ରଥମ ପର୍ଯ୍ୟାୟ ଖାତାଦେଖା ଆରମ୍ଭ ହେବ । ଏପ୍ରିଲ ୧୬ ରୁ ୧୮ ଯାଏଁ ଦ୍ୱିତୀୟ ପର୍ଯ୍ୟାୟ ଖାତାଦେଖା ହେବା ନେଇ ସୂଚନା ରହିଛି ।

୭୮ଟି ଅଫଲାଇନ୍, ୭୦ଟି ଅନଲାଇନ କେନ୍ଦ୍ର ହୋଇଛି । ଖାତା ମୂଲ୍ୟାଙ୍କନ କରିବେ ୧୬ ହଜାର ଅଧ୍ୟାପକ ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଜାରି କରାଯାଇଛି ।
ପ୍ରାଥମିକ ପର୍ଯ୍ୟାୟରେ ୮ ହଜାର ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଖାତାଦେଖା ପାଇଁ ନିଯୁକ୍ତ କରାଯାଇଛି । ୩୫, ୪୦ ଓ ୫୦ ମାର୍କ ଥିବା ବିଷୟଗୁଡିକ ପାଇଁ ୩୦ଟି ଖାତା ୫ ଘଣ୍ଟାରେ ଦେଖିବେ ଶିକ୍ଷକ ସେହିପରି ୭୦ ଓ ୮୦ ମାର୍କ ଥିବା ବିଷୟ ପାଇଁ ୫ ଘଣ୍ଟାରେ ୨୦ ଟି ଖାତା ଦେଖିବେ ଶିକ୍ଷକ । ମେ ୧୫ ତାରିଖ ସୁଦ୍ଧା ସଠିକ ସମୟରେ ପରୀକ୍ଷାଫଳ ବାହାରିବ ନେଇ ସୂଚନା ରହିଛି । ଚଳିତ ବର୍ଷ ରାଜ୍ୟରେ ୩ ଲକ୍ଷ ୯୩ ହଜାର ୬୧୮ ଜଣ ପରୀକ୍ଷାର୍ଥୀ ଯୁକ୍ତ ଦୁଇ ପରୀକ୍ଷା ଦେଇଛନ୍ତି ।












Click it and Unblock the Notifications