ଏହି ଦିନ ହେବ ଯୁକ୍ତ ଦୁଇ ପ୍ରାକ୍ଟିକାଲ୍ ପରୀକ୍ଷା
ଭୁବନେଶ୍ୱର: ଜାନୁଆରୀ 2 ରୁ ଆରମ୍ଭ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା । ଜାନୁଆରୀ 2ରୁ ପ୍ରାକ୍ଟିକାଲ ପରୀକ୍ଷା ଆରମ୍ଭ ହୋଇ ଫେବ୍ରୁଆରୀ 12 ତାରିଖରେ ଶେଷ ହେବ । ବିଜ୍ଞାନ, କଳା ଓ ବାଣିଜ୍ୟ ପ୍ରାକ୍ଟିକାଲ ସହ ଧନ୍ଦାମୂଳକ ପାଠ୍ୟକ୍ରମର ପ୍ରାକ୍ଟିକାଲ ପରୀକ୍ଷା ଅନୁଷ୍ଠିତ ହେବ । ଆଜି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପ୍ରାକ୍ଟିକାଲ ପରୀକ୍ଷା ତାରିଖ ଘୋଷଣା କରିଛି ।

ଏହା ପରେ ଫେବୃଆରୀ 16 ତାରିଖରୁ ଯୁକ୍ତ ଦୁଇ ଥିଓରୀ ପରୀକ୍ଷା ହେବା ଆଶା କରାଯାଉଛି । ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା ନେଇ ସୂଚନା ଦେଇଛନ୍ତି ପରୀକ୍ଷା ନିୟନ୍ତ୍ରଣ ଅଶୋକ କୁମାର ନାୟକ । ତେବେ ପରୀକ୍ଷା କେବେଠାରୁ ଆରମ୍ଭ ହେବ ଏ ନେଇ ଖୁବଶୀଘ୍ର ସବିଶେଷ କାର୍ଯ୍ୟକ୍ରମ ନେଇ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ସୂଚନା ଦେଇଛନ୍ତି ପରୀକ୍ଷା ନିୟନ୍ତ୍ରକ ।












Click it and Unblock the Notifications