Get Updates
Get notified of breaking news, exclusive insights, and must-see stories!

ପ୍ରକାଶ ପାଇଲା +୨ ପରୀକ୍ଷା ଫଳ; ବିଜ୍ଞାନରେ ପାସ୍‌ ହାର ୮୬.୯୩ ପ୍ରତିଶତ

ପ୍ରକାଶ ପାଇଲା +୨ ପରୀକ୍ଷା ଫଳ । ଏକ ସଙ୍ଗେ ବାହାରିଲା କଳା, ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା ଫଳ ପ୍ରକାଶ । କଳାରେ ପାସ୍‌ ହାର ୮୦.୯୫ ପ୍ରତିଶତ ରହିଛି । ବିଜ୍ଞାନରେ ପାସ୍‌ ହାର ୮୬.୯୩ ପ୍ରତିଶତ ରହିଛି । ସେହିପରି ବାଣିଜ୍ୟରେ ପାସ୍‌ ହାର ୮୨.୨୭ ପ୍ରତିଶତ ରହିଛି ।

plus two result

କଳାରେ ପୁଅଙ୍କ ଅପେକ୍ଷା ଝିଅଙ୍କ ପାସ୍‌ ହାର ଅଧିକ । ୧,୦୪,୪୪୭ ପୁଅ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୭୫,୯୧୩ ଉତ୍ତୀର୍ଣ୍ଣ।କଳାରେ ପୁଅଙ୍କ ପାସ୍‌ ହାର ୭୨.୬୮ ପ୍ରତିଶତ ରହିଛି । ୧,୩୦,୭୭୧ ଝିଅ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୧,୧୪,୫୧୬ ଉତ୍ତୀର୍ଣ୍ଣ ହୋଇଛନ୍ତି । ଝିଅଙ୍କ ପାସ୍ ହାର ୮୭.୫୬ ପ୍ରତିଶତ ରହିଛି । ମୋଟ୍ ପରୀକ୍ଷା ଦେଇଥିଲେ ୨,୩୫,୨୧୮ । ପାସ୍ ହୋଇଛନ୍ତି ୧,୯୦,୪୨୯ ।

ଯୁକ୍ତ ଦୁଇ ବିଜ୍ଞାନରେ ବି ଝିଅଙ୍କ ବାଜିମାତ୍ । ୬୦,୯୭୩ ପୁଅ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୫୨,୫୬୭ ଉତ୍ତୀର୍ଣ୍ଣ ହୋଇଛି । ବିଜ୍ଞାନରେ ପୁଅଙ୍କ ପାସ୍‌ ହାର ୮୬. ୨୧ ପ୍ରତିଶତ ରହିଛି ।୫୪,୯୨୨ ଝିଅ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୪୮,୧୯୦ ପାସ୍। ଝିଅଙ୍କ ପାସ୍ ହାର ୮୭.୭୪ ପ୍ରତିଶତ ରହିଛି ।

ଯୁକ୍ତ ଦୁଇ କମର୍ସରେ ବି କମାଲ ଦେଖାଇଲେ ଝିଅ । ବାଣିଜ୍ୟରେ ୯୪୩୧ ଝିଅ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୮୦୬୯ ପାସ୍ - ୧୬,୪୬୬ ପୁଅ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୧୩,୨୩୯ ପାସ୍ । ଝିଅଙ୍କ ପାସ୍ ହାର ୮୫.୫୫%, ପୁଅଙ୍କ ପାସ୍ ହାର ୮୦.୪୦% । ଛାତ୍ରଛାତ୍ରୀମାନେ www.orissaresults.nic.inରେ ରେଜଲ୍ଟ ଦେଖିପାରିବେ ।

ଗତ ଫେବ୍ରୁଆରୀ ୧୬ରୁ ମାର୍ଚ୍ଚ ୨୦ ତାରିଖ ପର୍ଯ୍ୟନ୍ତ ଯୁକ୍ତ ଦୁଇ ପରୀକ୍ଷା ହୋଇଥିଲା । ଚଳିତ ବର୍ଷ ୩ ଲକ୍ଷ ୮୬ହଜାର ୨୫୦ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ ।

ସେପଟେ ଆଜି ସକାଳେ ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷା ଫଳ । ଚଳିତ ବର୍ଷ ଛାତ୍ରଙ୍କୁ ପଛରେ ପକାଇ ବାଜି ମାରିଛନ୍ତି ଛାତ୍ରୀ । ରାଜ୍ୟରେ ଏବର୍ଷ ୫ ଲକ୍ଷ ୪୧ ହଜାର ରେଗୁଲାର୍ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେଇଥିବା ଚଳିତଥର ପାସ୍‌ହାର ୯୬.୦୭% ରହିଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+