ଆଜିଠୁ ଯୁକ୍ତଦୁଇ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା
ଭୁବନେଶ୍ୱର:ଆଜିଠୁ ଯୁକ୍ତ ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା ଆରମ୍ଭ । ମୋଟ ୭୦ ହଜାର ୧୦୫ ଛାତ୍ରଛାତ୍ରୀ ମନୋନୀତ ହୋଇଛନ୍ତି । ଗତକାଲି ଯୁକ୍ତଦୁଇ ଦ୍ୱିତୀୟ ପର୍ଯ୍ୟାୟ ମେରିଟ୍ ଲିଷ୍ଟ୍ ପ୍ରକାଶ ପାଇଥିଲା । ୨୨ ତାରିଖ ପର୍ଯ୍ୟନ୍ତ ଚାଲିବ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ।
ସୂଚନାଥାଉ ଯେ, ଏଥି ମଧ୍ୟରୁ କଳାରେ ୪୯ ହଜାର ୭୦ ଛାତ୍ରଛାତ୍ରୀଙ୍କୁ ମନୋନୀତ କରାଯାଇଛି । ସେହିପରି ବାଣିଜ୍ୟରେ ୩ ହଜାର ୧୮୨ ଛାତ୍ରଛାତ୍ରୀ ମନୋନୀତ ହୋଇଛନ୍ତି ।

ବିଜ୍ଞାନରେ ୧୬ ହଜାର ୯୨୭ ଛାତ୍ରଛାତ୍ରୀଙ୍କୁ ତାଲିକାରେ ସାମିଲ କରାଯାଇଛି । ୨୨ ତାରିଖ ପର୍ଯ୍ୟନ୍ତ ଚାଲିବ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା । ବଳକା ସିଟ୍ ପାଇଁ ହେବ ସ୍ପଟ୍ ସିଲେକସନ । ଏ ନେଇ ୨୭ ତାରିଖରେ ପ୍ରକାଶ ପାଇବ ତାଲିକା । ୨୯ ରୁ ୩୧ ପର୍ଯ୍ୟନ୍ତ ହେବ ସ୍ପଟ୍ ନାମଲେଖା । ପ୍ରଥମ ପର୍ଯ୍ୟାୟରେ ୩ ଲକ୍ଷ ୪୩ ହଜାର ୭୬୯ ଛାତ୍ରଛାତ୍ରୀ ନାମ ଲେଖାଇଛନ୍ତି ।












Click it and Unblock the Notifications