୨୨ ବର୍ଷରେ କେତେ ଲୋକଙ୍କୁ ମିଳିଛି ପକ୍କାଘର ? ବିଧାନସଭାରେ ଉତ୍ତର ରଖିଲେ ପଞ୍ଚାୟତିରାଜ ମନ୍ତ୍ରୀ...
ଗ୍ରାମୀଣ ଗୃହ ନିର୍ମାଣ ଯୋଜନାରେ ଗତ ୨୨ ବର୍ଷରେ ୪୪ ଲକ୍ଷ ୯୯ ହଜାର ପରିବାରଙ୍କୁ ପକ୍କାଘର ଯୋଗାଇ ଦିଆଯାଇଛି । ଏଭଳି ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀ ପ୍ରଦୀପ ଅମାତ।

ଭୁବନେଶ୍ବର: ଗ୍ରାମୀଣ ଗୃହ ନିର୍ମାଣ ଯୋଜନାରେ ଗତ ୨୨ ବର୍ଷରେ ୪୪ ଲକ୍ଷ ୯୯ ହଜାର ପରିବାରଙ୍କୁ ପକ୍କାଘର ଯୋଗାଇ ଦିଆଯାଇଛି । ଏଭଳି ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀ ପ୍ରଦୀପ ଅମାତ। ଖଣ୍ଡପଡ଼ା ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ଏକ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ ଏଭଳି ଉତ୍ତର ରଖିଛନ୍ତି ।
ମନ୍ତ୍ରୀ କହିଛନ୍ତି ଯେ, କେନ୍ଦ୍ର ସରକାର ମଞ୍ଜୁର କରିଥିବା ୯ ଲକ୍ଷ ୫୯ ହଜାର ପ୍ରଧାନମନ୍ତ୍ରୀ ଆବାସ ଗୃହ ପରେ ୨୦୧୯ ମସିହା ମାର୍ଚ୍ଚ ୭ ତାରିଖ ପୂର୍ବରୁ ଚିହ୍ନିତ ପରିବାରଙ୍କ ମଧ୍ୟରୁ ୧ ଲକ୍ଷ ୩୦ ହଜାର ୮୭୩ ପରିବାର ଆବାସ ପ୍ଲସ ତାଲିକାରେ ଯୋଗ୍ୟ ବିବେଚିତ ହୋଇଛନ୍ତି । ୨୦୨୨ରେ ପକ୍କା ଘର ପାଇଁ ପିଭିଟିଜି ପରିବାର ଓ ସ୍ୱାଭିମାନ ଅଞ୍ଚଳରେ ବାସ କରୁଥିବା ଯୋଗ୍ୟ ପରିବାରଙ୍କ ସର୍ଭେ କରାଯାଇଥିଲା । ଏହି ସର୍ଭେରେ ୨୬,୭୭୫ଟି ପିଭିଟିଜି ପରିବାର ଓ ସ୍ବାଭିମାନ ଅଞ୍ଚଳର ୧୮,୧୬୦ଟି ପରିବାର ଯୋଗ୍ୟ ବିବେଚିତ ହୋଇଛନ୍ତି । ଏହି ପରିବାରମାନଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ ଯୋଗାଇ ଦେବା ଲାଗି ଗତ ଜାନୁଆରୀ ୧୮ ତାରିଖରେ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କୁ ପତ୍ର ଲେଖି ଅନୁରୋଧ କରିଛନ୍ତି ବୋଲି କହିଛନ୍ତି ମନ୍ତ୍ରୀ ପ୍ରଦୀପ ଅମାତ ।
ଆଜି ବିଧାନସଭାରେ ବିଧାୟକ ସୌମ୍ୟରଂଜନ ପଟ୍ଟନାୟକ ପ୍ରଶ୍ନ କରିଥିଲେ ଯେ, ବାସଗୃହ ଯୋଗାଣ ଲାଗି ବିଭିନ୍ନ ସରକାରୀ ଯୋଜନାରେ ଗତ ୨୨ ବର୍ଷରେ କେତେ ପରିବାରଙ୍କୁ ପକ୍କାଘର ଦିଆଯାଇଛି ଓ ନିକଟରେ କେନ୍ଦ୍ର ସରକାର ମଞ୍ଜୁର କରିଥିବା ୯ ଲକ୍ଷ ୫୯ ହଜାର ପ୍ରଧାନମନ୍ତ୍ରୀ ଆବାସ ନିର୍ମାଣ ପରେ ଅବଶିଷ୍ଟ କେତେ ପରିବାର କଚ୍ଚା ଘରେ ରହୁଥିବେ ? କେବେ ସୁଦ୍ଧା ରାଜ୍ୟର ସବୁ ପରିବାରକୁ ପକ୍କା ଘର ଉପଲବ୍ଧ କରାଯିବ ?
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications