ଝାରସୁଗୁଡ଼ାରେ ପ୍ରକଳ୍ପ ବର୍ଷା କଲେ ପ୍ରଧାନମନ୍ତ୍ରୀ ମୋଦି; ୫୦,୦୦୦ କୋଟିରୁ ଅଧିକ ମୂଲ୍ୟର ବିକାଶମୂଳକ କାର୍ଯ୍ୟର ଉଦ୍ଘାଟନ
ଝାରସୁଗୁଡ଼ାରେ ପ୍ରକଳ୍ପ ବର୍ଷା କଲେ ପ୍ରଧାନମନ୍ତ୍ରୀ ମୋଦି । ୫୦,୦୦୦ କୋଟିରୁ ଅଧିକ ମୂଲ୍ୟର ବିକାଶମୂଳକ କାର୍ଯ୍ୟର ଉଦ୍ଘାଟନ । ସାରା ଦେଶରେ ୯୭,୫୦୦ରୁ ଅଧିକ ଟେଲିକମ୍ ଟାୱାର କାର୍ଯ୍ୟକ୍ଷମ । ଓଡ଼ିଶା ପାଇଁ ମୋଟ୍ ୧୭ ଶହ କୋଟିର ରେଳ ପ୍ରକଳ୍ପ ଭେଟି । ସମ୍ବଲପୁର-ସରଲା ମଧ୍ୟରେ ୨୭୩ କୋଟିର ରେଲ୍ ଫ୍ଲାଇ ଓଭର । କୋରାପୁଟ-ବାଇଗୁଡ଼ା ରେଲୱେ ଦେହରୀକରଣ ପାଇଁ ୪୮୧ କୋଟି । ବ୍ରହ୍ମପୁର- ସୁରତ ମଧ୍ୟରେ ଅମୃତ ଭାରତ ଏକ୍ସପ୍ରେସ୍ର ଶୁଭାରମ୍ଭ । ରାଜ୍ୟର ୧୩୦ଟି ଉଚ୍ଚ ଶିକ୍ଷାନୁଷ୍ଠାନରେ WI-FI ସୁବିଧା ପାଇଁ ୯୦ କୋଟି ।

ଉପକୃତ ହେବେ ଅଢ଼େଇ ଲକ୍ଷରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀ । ୫୦ ହଜାର ଅନ୍ତ୍ୟୋଦୟ ଘର କାର୍ଯ୍ୟାଦେଶ ବଣ୍ଟନ । BSNL ଦ୍ବାରା ସ୍ବଦେଶୀ 4G (5G ପ୍ରସ୍ତୁତ) ନେଟୱର୍କ ସାମିଲ ହେଲା । ଅନେକ କେନ୍ଦ୍ର ମନ୍ତ୍ରୀ ମଧ୍ୟ VCରେ ସାମିଲ ହେଲେ । VCରେ ସାମିଲ ହେଲେ ଆନ୍ଧ୍ର, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ । ମହାରାଷ୍ଟ୍ର, ଆସାମ ଓ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ମଧ୍ୟ VCରେ ସାମିଲ । ଅନେକ କେନ୍ଦ୍ର ମନ୍ତ୍ରୀ ମଧ୍ୟ VCରେ ସାମିଲ ହେଲେ ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନିକିଆ ଝାରସୁଗୁଡ଼ା ଗସ୍ତରେ ଆସିଛନ୍ତି। ଝାରସୁଗୁଡ଼ାସ୍ଥିତ ଅମରାପାଲି ପଡ଼ିଆଠାରେ ଆୟୋଜିତ ସାଧାରଣ ସଭାରେ ଯୋଗଦେଇ ପ୍ରଧାନମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ କରିଛନ୍ତି।
ପ୍ରଧାନମନ୍ତ୍ରୀ ଓଡ଼ିଶାକୁ ୧୭୦୦ କୋଟିରୁ ଅଧିକ ମୂଲ୍ୟର ରେଳ ପ୍ରକଳ୍ପ ଉପହାର ଦେଇଛନ୍ତି। ବ୍ରହ୍ମପୁର ଏବଂ ସୁରଟ ମଧ୍ୟରେ ଅମୃତ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିଛନ୍ତି । ଭିଡିଓ କନଫରେନ୍ସିଂ ଜରିଆରେ ଅମୃତ ଭାରତ ଏକ୍ସପ୍ରେସର ଶୁଭାରମ୍ଭ ହୋଇଛି। ସମ୍ବଲପୁର ସିଟି ଏବଂ ସରଲା ମଧ୍ୟରେ ରେଳ ଫ୍ଲାଇଓଭର ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି । କୋରାପୁଟ-ବାଇଗୁଡ଼ା ରେଳ ଲାଇନ ଏବଂ ମାନାବାର-କୋରାପୁଟ-ଗୋରାପୁର ରେଳ ଲାଇନର ଦୋହରୀକରଣକୁ ଲୋକାର୍ପଣ କରିଛନ୍ତି। ଭୁବନେଶ୍ୱରରେ ସେମିକଣ୍ଡକ୍ଟର ଓ ଇଏସଡିଏମ ପାର୍କ ପ୍ରତିଷ୍ଠାର ଶିଳାନ୍ୟାସ କରିଛନ୍ତି। ରାଜ୍ୟ ସରକାରଙ୍କ ବିଶ୍ୱସ୍ତରୀୟ ଦକ୍ଷତା ବିକାଶ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି।
ରାଜ୍ୟର ୧୩୦ଟି ଉଚ୍ଚଶିକ୍ଷାନୁଷ୍ଠାନରେ ୱାଇଫାଇ ସେବା ଉଦଘାଟନ ହୋଇଛି । ଭୀମସାର ଓ ଏମକେସିଜି କଲେଜର ଉନ୍ନତୀକରଣ ପାଇଁ ପ୍ରସ୍ତୁତ ମାଷ୍ଟରପ୍ଲାନର ଲୋକାର୍ପଣ କରିଛନ୍ତି। ଅନ୍ତୋଦୟ ଗୃହ ଯୋଜନାରେ ୫୦ ହଜାର ପରିବାରକୁ ଗୃହ ର୍ନିମାଣ ପାଇଁ ମଞ୍ଜୁରି ପତ୍ର ପ୍ରଦାନ କରିଛନ୍ତି । ଦେଶର ୮ଟି ଆଇଆଇଟିର କ୍ଷମତା ବୃଦ୍ଧି ପ୍ରକଳ୍ପର ଶିଳାନ୍ୟାସ। ସେହିପରି ସାରା ଦେଶରେ ୪ଜି ସେବାର ଶୁଭାରମ୍ଭ କରିଛନ୍ତି ମୋଦି ।
ଓଡ଼ିଶାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଝାରସୁଗୁଡାରେ ପହଞ୍ଚିଲେ ମୋଦି । ବାୟୁସେନାର ସ୍ବତନ୍ତ୍ର ବିମାନରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ । ବିମାନବନ୍ଦରରେ ରାଜ୍ୟପାଳ ହରିବାବୁ କମ୍ଭମପତି ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସ୍ୱାଗତ କରିଛନ୍ତି । ବିମାନବନ୍ଦର ବାହାରେ ପାରମ୍ପରିକ ନାଚ ଗୀତ ମାଧ୍ୟମରେ ମୋଦିଙ୍କୁ ସ୍ବାଗତ କରାଯାଇଛି । ବିମାନ ବନ୍ଦରରେ ପହଞ୍ଚିବା ପରେ ରୋଡ ଶୋରେ ଅମଲିପାଲି ସମାବେଶ ସ୍ଥଳକୁ ଯାଇଥିଲେ ।












Click it and Unblock the Notifications