Get Updates
Get notified of breaking news, exclusive insights, and must-see stories!

ଜଟଣୀ ସ୍ଥିତ କ୍ୟାନସର ହସ୍ପିଟାଲର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ଜଟଣୀରେ ହେବ କ୍ୟାନ୍ସର ହସ୍ପିଟାଲ୍ । ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ । ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନସିଂ ମାଧ୍ୟମରେ ଜଟଣୀ ସ୍ଥିତ ହୋମି ଭାଭା କର୍କଟ ରୋଗ ଚିକିତ୍ସାଳୟ ଓ ଗବେଷଣା କେନ୍ଦ୍ରର ଶିଳାନ୍ୟାସ କରିଛନ୍ତି ।

ଉଲ୍ଲେଖଥାଉ କି, ଆଜି ଜାତୀୟ ବୈଷୟିକ ଜ୍ଞାନ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୫ ହଜାର ୮୦୦ କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପଗୁଡ଼ିକର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉତ୍ସର୍ଗ କରିଛନ୍ତି । ନୂଆଦିଲ୍ଲୀରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଏକ ସ୍ମାରକୀ ଡାକ ଟିକଟ ଓ ମୁଦ୍ରା ଉନ୍ମୋଚନ କରିଛନ୍ତି ।

Cancer Hospital

ଏହି ଅବସରରେ ଜଟଣୀ ସ୍ଥିତ କ୍ୟାନସର ହସ୍ପିଟାଲର ମଧ୍ୟ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି ପ୍ରଧାନମନ୍ତ୍ରୀ । ଏହି ୨୦୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ ପାଇଁ ୬୫୦ କୋଟି ଟଙ୍କା ଖର୍ଚ୍ଚ ହେବ । ଏଠାରେ କ୍ୟାନ୍ସର ରୋଗୀଙ୍କ ଉତ୍ତମ ଚିକିତ୍ସା ଓ ନିରାକରଣ ଦିଗରେ କାର୍ଯ୍ୟ ହେବ।

କେନ୍ଦ୍ର ଆଟମିକ୍ ଏନର୍ଜି ଓ ଟାଟା ପକ୍ଷରୁ ଏନେଇ ମିଳିତ ଭାବେ ପ୍ରୟାସ କରାଯାଇଛି । ପୂର୍ବରୁ ଏହି ହସ୍ପିଟାଲ୍ ପାଇଁ ରାଜ୍ୟ ସରକାରଙ୍କ ସହ ଟାଟା ଚୁକ୍ତି ସ୍ୱାକ୍ଷର କରିଛି । ଏବେ କେନ୍ଦ୍ର ସରକାରଙ୍କ ପକ୍ଷରୁ ୧୯ଟି ରାଜ୍ୟରେ ନୂଆ କ୍ୟାନ୍ସର ହସ୍ପିଟାଲ୍ ନିର୍ମାଣ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି ।

ତେବେ ପ୍ରଧାନମନ୍ତ୍ରୀ କହିଛନ୍ତି ଭାରତ ଆଜି ବୈଷୟିକ ଜ୍ଞାନ କ୍ଷେତ୍ରରେ ଆଗରେ ରହିଛି । ସେ କହିଛନ୍ତି, ଭାରତ ବୈଷୟିକ ଜ୍ଞାନକୁ ଏହାର ପ୍ରଭୁତ୍ୱ ବିସ୍ତାର କରିବାକୁ ଏକ ମାଧ୍ୟମ ବୋଲି ବିବେଚନା କରୁନାହିଁ। ଭାରତ ଏହାକୁ ଦେଶର ବିକାଶର ଏକ ମାଧ୍ୟମ ବୋଲି ବିବେଚନା କରିଆସୁଛି । ସେ କହିଛନ୍ତି, ବିଜ୍ଞାନ ଓ ବୈଷୟିକ ଜ୍ଞାନ କ୍ଷେତ୍ରରେ ବିଗତ ୯ ବର୍ଷ ମଧ୍ୟରେ ଏକ ଦୃଢ଼ ଭିତ୍ତିଭୂମି ସ୍ଥାପନ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+