PM Modi Odisha Visit: ଗାଡ଼କଣ ବସ୍ତିକୁ ଯିବେ ପ୍ରଧାନମନ୍ତ୍ରୀ ମୋଦୀ, ପିଏମ୍ ଆବାସ ହିତାଧିକାରୀଙ୍କ ସହ କରିବେ ଆଲୋଚନା
ଭୁବନେଶ୍ବର ଏୟାରପୋର୍ଟରୁ ସିଧା ଗାଡ଼କଣ ବସ୍ତିକୁ ଯିବେ ପ୍ରଧାନମନ୍ତ୍ରୀ। ସେଠାରେ ଗାଡକଣ ଗାଁରେ ପିଏମ୍ ଆବାସ ହିତାଧୀକାରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ମୋଦି। ଏହାସହ ଗୋଠପାଟଣା ସ୍ପୋର୍ଟସ ଭ୍ୟାଲିର ବି ଶିଳାନ୍ୟାସ କରିବେ ମୋଦି।
ପାଖାପାଖି ୩୦ ମିନିଟ ଧରି ୨୦ ଜଣ ପିଏମ ଆବାସ ହିତାଧିକାରୀଙ୍କ ସହ ପିଏମ ଯୋଜନାର ଉପଲବ୍ଧି ସମ୍ବନ୍ଧରେ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ । ଏହାକୁ ନେଇ ମୁଖ୍ୟମନ୍ତ୍ରୀ, ରାଜ୍ୟ ପ୍ରଶାସନ, ଭୁବନେଶ୍ୱର ପ୍ରଶାସନ ଯାଇ ଶବର ସାହିର ସ୍ଥିତିର ତଦାରଖ କରିଥିବା ବେଳେ ଏସପିଜି ଯବାନମାନେ ସୁରକ୍ଷା ବ୍ୟବସ୍ଥାର କଡାକଡି ଯାଞ୍ଚ କରିଛନ୍ତି । ସାହିରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିବା ବେଳେ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେବାକୁ ନେଇ ବେଶ ଖୁସି ବ୍ୟକ୍ତ କରିଛନ୍ତି ଶବର ସାହିବାସିନ୍ଦା ।

ତେବେ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ବଦଳିଛି ଭୁବନେଶ୍ଵର ଗାଡକଣ ସ୍ଥିତ ଶବର ସାହିର ରୂପରେଖ । ଛଣ ଛପର ଘର କୋଠାରେ ପରିଣତ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତକୁ ନେଇ ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ, ବିଏମସି କମିଶନର ଘନଘନ ଗସ୍ତ କରି ସମସ୍ତ ବ୍ୟବସ୍ଥାକୁ ତନତନ କରି ଦେଖିଛନ୍ତି । ସେପଟେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ସଜେଇ ହୋଇଛି ଗାଡକଣ ସ୍ଥିତ ଶବର ସାହି । କେଉଁ ଘରେ ଝୋଟି ପଡ଼ୁଛି ତ ଆଉ କେଉଁ ଘରକୁ ସଜା ଯାଉଛି । ସେସବୁର ତଦାରଖ କରୁଛନ୍ତି ଗୃହ ନିର୍ମାଣ ଓ ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀ ଓ ବିଏମସି କମିଶନର ରାଜେଶ ପ୍ରଭାକର ପାଟିଲ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୧.୦୫ରେ ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିବା ପରେ ସିଧାସଳଖ ଗାଡକଣ ସ୍ଥିତ ଶବର ସାହିକୁ ଆସିବେ । ୧୧.୧୫ ସମୟରେ ପିଏମ ଆବାସ ହିତାଧିକାରୀ ଅନ୍ତର୍ଯ୍ୟାମୀ ନାୟକଙ୍କ ଆବାସ ଗୃହ ଉଦ୍ଘାଟନ କରିବା ସହ ପାଖାପାଖି ୩୦ ମିନିଟ ଧରି ୨୦ ଜଣ ପିଏମ ଆବାସ ହିତାଧିକାରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ । ଏଥିସହ ଗାଡକଣ ଶବର ସାହିର ୧୨୦ ଜଣ ପରିବାର ମଧ୍ୟରୁ ପିଏମ ଆବାସ ହିତାଧିକାରୀ ଭାବରେ ୩୬ ଜଣଙ୍କୁ ଯୋଗ୍ୟ ବିବେଚିତ କରାଯାଇଛି ।
ପ୍ରଧାନମନ୍ତ୍ରୀ ମୋଦିଙ୍କ ଭୁବନେଶ୍ବର ଗସ୍ତକୁ ନେଇ କଡ଼ା ସୁରକ୍ଷା ବଳୟରେ ଗାଡ଼କଣ ଗାଁ, ଜନତା ମଇଦାନ ସଭାସ୍ଥଳ ଓ ଏୟାରପୋର୍ଟରୁ କଳିଙ୍ଗ ହସ୍ପିଟାଲ ରାସ୍ତା। ବିମାନବନ୍ଦରରୁ ଜନତା ମୈଦାନ ଓ ଗାଡ଼କଣ ପର୍ଯ୍ୟନ୍ତ ନୋ ଫ୍ଲାଇଂ ଜୋନ୍ ଘୋଷଣା ହୋଇଛି। ପିଏମ୍ ଙ୍କ କାରକେଡ୍ ଯେଉଁବାଟେ ଯିବ ସବୁଠି ବ୍ୟାରିକେଡ୍ ଲାଗିଛି, ପୋଲିସ୍ ମୁତୟନ ହୋଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ପାଇଁ ୮୧ ପ୍ଲାଟୁନ୍ ଫୋର୍ସ ମୁତୟନ ହୋଇଛନ୍ତି। କମିଶନରେଟ୍ ପୋଲିସ ପକ୍ଷରୁ ଟ୍ରାଫିକ ଆଡଭାଇଜରୀ ଜାରି ହୋଇଛି। ସକାଳ ୭ଟା ୩୦ରୁ ଅପରାହ୍ନ ୩ଟା ଯାଏଁ ଜୟଦେବ ବିହାର-ନାଲକୋ ଛକ ରାସ୍ତାରେ କଟକଣା ଜାରି ହୋଇଛି।
ତା'ସହ ପ୍ରଧାନମନ୍ତ୍ରୀ ୧୦ ଲକ୍ଷ ପିଏମ୍ ଆବାସ ଗ୍ରାମୀଣ ହିତାଧିକାରୀଙ୍କୁ ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରିବା ସହ ୨୬ଲକ୍ଷ ପିଏମ୍ ଆବାସ ଗ୍ରାମୀଣ ଏବଂ ସହରାଞ୍ଚଳ ହିତାଧିକାରୀଙ୍କ ଗୃହ ପ୍ରବେଶ କରାଇବେ। ଏହାବାଦ୍ ଦେଶ ଉଦ୍ଦେଶ୍ୟରେ ୨୮ଶହ କୋଟିର ରେଳ ପ୍ରକଳ୍ପ ଜନକଲ୍ୟାଣ ଯୋଜନାର ଶୁଭାରମ୍ଭ କରିବେ। ଏଥିସହ ୧ ହଜାର କୋଟିର ଜାତୀୟ ରାଜପଥ ପ୍ରକଳ୍ପ ମଧ୍ୟ ଲୋକର୍ପଣ କରିବେ ପ୍ରଧାନମନ୍ତ୍ରୀ।












Click it and Unblock the Notifications