ଓଡ଼ିଶାରେ ଷ୍ଟାର୍ଟ ଅପ୍ ଇକୋ ସିଷ୍ଟମ ବିଜେପିର ଟାର୍ଗେଟ; ଉତ୍କର୍ଷ ଉତ୍କଳ ଅଭିଯାନ ପାଇଁ ଆମେ କାମ କରୁଛୁ: ମୋଦି

ଓଡ଼ିଆରେ ଅଭିଭାଷଣ ଆରମ୍ଭ କଲେ ପ୍ରଧାନମନ୍ତ୍ରୀ । ସମସ୍ତଙ୍କୁ ଓଡ଼ିଆରେ ଶୁଭେଚ୍ଛା ଜଣାଇ ଅଭିଭାଷଣ ଆରମ୍ଭ କଲେ। ଦିଲ୍ଲୀରେ ଓଡ଼ିଶା ପର୍ବରେ ୫ ଦିନ ପୂର୍ବେ ଭଲ ମସଲା ଚା ପିଇଥିଲି। ଆଜି ଲିଙ୍ଗରାଜଙ୍କ ଭୂମିକୁ ଆସିବାର ସୁଯୋଗ ମିଳିଛି । ବିମାନ ବନ୍ଦରରେ ଏତେ ସଂଖ୍ୟାରେ ଲୋକ ମୋତେ ଅଭିଭୂତ କରିଛି ।

ମହାରାଷ୍ଟ୍ର, ହରିୟାଣା ନିର୍ବାଚନ ଫଳ ବିଶ୍ବାସ ଭରିଛି, ଏଠି ବି ଦେଖୁଛି ଏହା ହେଉଛି ଆମ କାର୍ଯ୍ୟକର୍ତ୍ତାଙ୍କ ସାମର୍ଥ୍ୟ। ବିଜେପିର କାମକୁ ଦେଖି ଲୋକେ ଭୋଟ୍ ଦେଉଛନ୍ତି। ନିର୍ବାଚନ ପୂର୍ବରୁ ଓଡ଼ିଶାରେ ବିଜେପିର ଶକ୍ତିକୁ ନେଇ ପ୍ରଶ୍ନ କରୁଥିଲେ। ଓଡ଼ିଶା ଲୋକେ ଦିଲ୍ଲୀରେ ବିଜେପି କାମକୁ ଦେଖି ଭୋଟ୍ ଦେଲେ।

ଓଡ଼ିଶାର ବିକାଶ ପାଇଁ ଆମେ ଲଗାତାର କାମ କରୁଛୁ। ପୂର୍ବରୁ ମନ୍ତ୍ରି ପରିଷଦରେ ଓଡ଼ିଶାରୁ କେବେ ଏତେ ସଦସ୍ୟ ନଥିଲେ। ଓଡ଼ିଶା ଲୋକେ ହୃଦୟ ଖୋଲି ଆମକୁ ସମର୍ଥନ କରିଛନ୍ତି। ବିଦେଶକୁ ଗଲେ ଲଗାତାର ତୃତୀୟ ଥର ସରକାର ପାଇଁ ପ୍ରଶଂସା ପାଉଛୁ।

pm modi odisha visit

ବିରୋଧୀଙ୍କୁ ନିଶାନା କଲେ ପ୍ରଧାନମନ୍ତ୍ରୀ ମୋଦି। ରାଜନୀତିର ବିଚାରଧାରା ଅଲଗା ହେବା କିଛି ନୂଆ ନୁହେଁ। ବିରୋଧୀ ଯେପରି ଲୋକଙ୍କ ଉପରେ ରାଗୁଛନ୍ତି ତାହା ଚିନ୍ତାଜନକ। କ୍ଷମତାଲୋଭୀ ଏମାନେ ଜନତାକୁ ମିଛ କହି ଆସୁଛନ୍ତି।

କ୍ଷମତାରୁ ଦୂରେଇ ରହିବା ପରେ ଏଭଳି ମିଛ କହୁଛନ୍ତି । ଚୌକିଦାର ଚୋର୍ ମନ୍ତବ୍ୟ ପ୍ରସଙ୍ଗ ଉଠାଇ ଟାର୍ଗେଟ୍ କଲେ। ନିକଟରେ ଓଡ଼ିଶାବାସୀ ସଫଳତାର ସହ ବାଲିଯାତ୍ରା କରିଛନ୍ତି। ଶହେରୁ ଊର୍ଦ୍ଧ୍ବ ବର୍ଷ ହେଲା ଦେଶରେ ଡିଜିପି ସମ୍ମିଳନୀ ହେଉଛି। ମାତ୍ର ଓଡ଼ିଶାରେ ପ୍ରଥମ ଥର ପାଇଁ ଡିଜିପି ସମ୍ମିଳନୀ ହେଉଛି। ଡିସେମ୍ବର ୪ରେ ନୌସେନା ଦିବସ ଓଡ଼ିଶାରେ ପାଳନ ହେବ। ଜାନୁଆରୀରେ ଭୁବନେଶ୍ବରରେ ପ୍ରବାସୀ ଭାରତୀୟ ଦିବସ ପାଳନ ହେବ। ସାରା ବିଶ୍ବରୁ ଲୋକ ଭୁବନେଶ୍ବରକୁ ଆସିବେ।

ଓଡ଼ିଶାରେ ଷ୍ଟାର୍ଟ ଅପ୍ ଇକୋ ସିଷ୍ଟମ ପାଇଁ ବିଜେପି ଲକ୍ଷ୍ୟ ରଖିଛି।
ଉତ୍କର୍ଷ ଉତ୍କଳ ଅଭିଯାନ ପାଇଁ ଆମେ କାମ କରୁଛୁ। ବିଜେପି ସରକାର ଆସିଲା ପରେ ନୂଆ ଶିକ୍ଷାନୀତି ଲାଗୁ ହୋଇଛି। ସବୁ ଘରକୁ ପାଣି ପହଞ୍ଚାଇବା ପାଇଁ ମିଶନ ମୋଡରେ କାମ କରୁଛୁ। ମୋହନ ମାଝୀ ମୁଖ୍ୟମନ୍ତ୍ରୀ ହେବା ପରେ ଜନତାଙ୍କ ସହ ଯୋଡ଼ି ହୋଇଛନ୍ତି।

ଜନତାଙ୍କ ସହ ଯୋଡ଼ି ହେବା ବିଜେପିର ନୀତି ଆଦର୍ଶ। ମା' ସୁଭଦ୍ରାଙ୍କ ଆଶୀର୍ବାଦ ନେଇ ସୁଭଦ୍ରା ଯୋଜନା ଲାଗୁ କରିଛୁ। ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ହୋଇ ଜନଜାତିଙ୍କ ଗୌରବ ବଢ଼ାଇଛନ୍ତି। ଓଡିଶାର ୧୩ ଆଦିବାସୀ ସଂପ୍ରଦାୟଙ୍କୁ ପିଏମ୍ ଜନମନ ସୁବିଧା ମିଳୁଛି। ଏଠାରେ ଧାନର ଏମ୍ଏସ୍‌ପି ୩୧୦୦ ଟଙ୍କା ଦିଆଯାଉଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+