ଓଡ଼ିଶାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଭୁବନେଶ୍ୱରରୁ ହେଲିକପ୍ଟରରେ ଚଣ୍ଡିଖୋଲ ଯିବେ

ଓଡ଼ିଶାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭୁବନେଶ୍ୱରରୁ ହେଲିକପ୍ଟରରେ ଚଣ୍ଡିଖୋଲ ଯିବେ । ସ୍ୱତନ୍ତ୍ର ବିମାନରେ ତେଲେଙ୍ଗାନାରୁ ଆସି ପହଞ୍ଚିଲେ । ଭୁବନେଶ୍ୱରରୁ ହେଲିକପ୍ଟରରେ ଚଣ୍ଡିଖୋଲ ଯିବେ । ୩ଟା ୩୦ରେ ସରକାରୀ କାର୍ଯ୍ୟକ୍ରମରେ ଦେବେ ଯୋଗ । ୪ଟା ୧୫ରେ ସାଧାରଣ ସଭାରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି । ତେବେ ମାସକ ପରେ ପୁଣି ଓଡ଼ିଶା ଆସିଛନ୍ତି ପ୍ରଧାନମନ୍ତ୍ରୀ । ଗତମାସ ୩ ତାରିଖରେ ସମ୍ବଲପୁର ଆସିଥିଲେ ।

ପ୍ରାୟ 19 ହଜାର 600 କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିବେ । ଏହା ସହ ଓଡ଼ିଶା ପାଇଁ ଅନ୍ୟ କିଛି ସ୍ୱତନ୍ତ୍ର ଘୋଷଣା କରିବାର ସମ୍ଭାବନା ରହିଛି ।

narendra modi

ଏହାପରେ ପାଖରେ ଥିବା ଏକ ପଡ଼ିଆରେ ଆୟୋଜିତ 'ମୋଦି ଗ୍ୟାରେଣ୍ଟି' ବିଶାଳ ସଭାରେ ବିଜେପିର ହଜାର ହଜାର ନେତା, କର୍ମୀ, ସମର୍ଥକ ଓ ଶୁଭେଚ୍ଛୁଙ୍କୁ ସମ୍ବୋଧିତ କରିବେ । ଜନସଭା କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ବିଜେପି ପକ୍ଷରୁ ଜୋରଦାର ପ୍ରୟାସ ରହିଛି । ସେଠାରୁ ପୁଣି ଥରେ ବାୟୁସେନାର ହେଲିକପ୍ଟରରେ ଭୁବନେଶ୍ୱର ବିମାନ ବନ୍ଦରକୁ ଆସିବେ । ପ୍ରାୟ 5.50 ମିନିଟରେ ସେ କୋଲକାତା ଅଭିମୁଖେ ଯାତ୍ରା କରିବେ ।

ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଆଖି ଆଗରେ ରଖି ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଇଛି । ସମାବେଶସ୍ଥଳ ବେଣାପୁର ପଡିଆକୁ ଯାଇ ସୁରକ୍ଷା ବ୍ୟବସ୍ଥାର ତଦାରଖ କରିଛନ୍ତି ପୁଲିସ ଡିଜି ଅରୁଣ ଷଡ଼ଙ୍ଗୀ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+