ଶ୍ରୀମନ୍ଦିରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ, ଆଉ କିଛି ସମୟ ପରେ ଆରମ୍ଭ ହେବ ରୋଡ ଶୋ'

Pm Modi: ଶ୍ରୀମନ୍ଦିରରେ ପହଞ୍ଚରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ଆଜି ଶ୍ରୀଜୀଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିଛି । ଶ୍ରୀଜୀଉଙ୍କ ଦର୍ଶନ କରିବା ପରେ ପୁରୀରେ ରୋଡ ଶୋ' କରିବେ ମୋଦୀ । ପ୍ରଧାନମନ୍ତ୍ରୀଙ୍କ ରୋଡ ଶୋ'ପାଇଁ ସାରା ସହରର ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ପ୍ରଧାନମନ୍ତ୍ରୀଙ୍କୁ ଦେଖିବା ପାଇଁ ପୁରୀବାସୀଙ୍କ ମଧ୍ୟ ଉତ୍ସାହ ଦେଖିବାକୁ ମିଳୁଛି ।

PM Modi

ବାୟୁସେନାର ଏକ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ତାଳବଣିଆ ହେଲିପ୍ୟାଡରେ ପହଞ୍ଚିଲେ ମୋଦୀ । ତାଳବଣିଆ ହେଲିପ୍ୟାଡରୁ ସିଧାସଳଖ ଶ୍ରୀମନ୍ଦିର ଅଭିମୁଖେ ଯିବେ ପ୍ରଧାନମନ୍ତ୍ରୀ । ପ୍ରଥମେ ଶ୍ରୀଜୀଉଙ୍କ ଦର୍ଶନ କରିବା ପରେ ମୋଦୀ ବଡ଼ଦାଣ୍ତରୁ ଆରମ୍ଭ କରିବେ ରୋଡ୍ ଶୋ' । ସକାଳ ୮ରେ ମୋଦୀଙ୍କ ରୋଡ ଶୋ'କାର୍ଯ୍ୟକ୍ରମ ରହିଛି ।

ଏହା ପୂର୍ବରୁ ମେ' ୬ ତାରିଖରେ ବ୍ରହ୍ମପୁର ଓ ନବରଙ୍ଗପୁର ସଂକଳ୍ପ ସମାବେଶ ବା ନିର୍ବାଚନୀ ସଭାରେ ଯୋଗ ଦେଇଥିଲେ। ସେହିପରି ଗତ ଶୁକ୍ରବାର ଦୁଇ ଦିନ ଓଡ଼ିଶା ଗସ୍ତରେ ଆସିଥିଲେ। ଶୁକ୍ରବାର ରାତିରେ ଭୁବନେଶ୍ୱରରେ ରୋଡ୍ ଶୋ' କରିଥିଲେ। ଶନିବାର ଫୁଲବାଣୀ, ବଲାଙ୍ଗିର ଓ ବରଗଡ଼ରେ ନିର୍ବାଚନୀ ସଭାରେ ଯୋଗ ଦେଇଥିଲେ ପ୍ରଧାନମନ୍ତ୍ରୀ । ଏଥର ବିଜେପି ଫୋକସରେ ରହିଛି ଓଡ଼ିଶା । ଯେଉଁଥି ପାଇଁ ଲଗାତରା ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ରୀୟ ନେତୃତ୍ୱ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+