ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି ଏବଂ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା

PM Modi To Visit Odisha: ଆଜି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା । ଆଜି ରାତି ପ୍ରାୟ ସାଢେ ୯ଟା ସମୟରେ ଭୁବନେଶ୍ୱରରେ ପହଞ୍ଚିବେ ମୋଦି । ରାଜଭବନରେ ରାତ୍ରିଯାରନ କରିବେ । ଆସନ୍ତାକାଲି ଅର୍ଥାତ୍ ମେ ୬ ତାରିଖରେ ବ୍ରହ୍ମପୁର ଏବଂ ନବରଙ୍ଗପୁରରେ ଏକ ଜନସଭାରେ ଯୋଗଦେବେ ମୋଦି ।

ସେହିପରି ଆଜି ଅପରାହ୍ନରେ BJP ରାଷ୍ଚ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ମଧ୍ୟ ଓଡ଼ିଶା ଆସିବେ । ଏହି ଗସ୍ତ ସମୟରେ ନଡ୍ଡା ଭୁବନେଶ୍ୱରରେ ପ୍ରମୁଖ ନେତାଙ୍କ ସହ ଆଲୋଚନା କରିବେ। କଟକରେ ମଧ୍ୟ ନଡ୍ଡାଙ୍କ କାର୍ଯ୍ୟକ୍ରମ ରହିଥିବା ସୂଚନା ଦେଇଛନ୍ତି ଗୋଲକ ମହାପାତ୍ର।

PM Modi To Visit Odisha

ମେ' ୬ ତାରିଖ ସକାଳ ୧୦ଟାରେ ବ୍ରହ୍ମପୁର କନିଷିରେ ଆୟୋଜିତ ଜନସମାବେଶରେ ପ୍ରଧାନମନ୍ତ୍ରୀ ଉଦ୍‌ବୋଧନ ଦେବେ । ବ୍ରହ୍ମପୁର ଓ ଆସିକା ଲୋକସଭା ଆସନ ସହିତ ଏହା ଅଧୀନରେ ଥିବା ସମସ୍ତ ବିଧାନସଭା ଆସନକୁ ବିଜେପି ଫୋକସ୍‌ କରୁଛି । ଏଠାରେ ଜିତିବା ସମ୍ଭାବନା ଥିବାରୁ ନଡ୍ଡାଙ୍କ ପରେ ମୋଦି ନିର୍ବାଚନ ପ୍ରଚାର ପାଇଁ ଆସୁଛନ୍ତି । ପରେ ପ୍ରଧାନମନ୍ତ୍ରୀ ୧୧ତାରିଖରେ ପୁଣି ଓଡ଼ିଶାକୁ ପ୍ରଚାରରେ ଆସିବାର କାର୍ଯ୍ୟକ୍ରମ ରହିଛି ।

ରଧାନମନ୍ତ୍ରୀଙ୍କ ନବରଙ୍ଗପୁର ଗସ୍ତକୁ ନଜରରେ ରଖି ନୋ ଫ୍ଲାଇଂ ଜୋନ୍ ଘୋଷଣା କରାଯାଇଛି । ଚିଲିକାରେ ପ୍ରଧାନମନ୍ତ୍ରୀଙ୍କ ସଭା ଥିବାରୁ ଡ୍ରୋନ ଉଡ଼ାଣ ଉପରେ ରୋକ୍ ଲଗାଯାଇଛି । ଶନିବାରଠାରୁ ୬ ତାରିଖ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ନୋ ଫ୍ଲାଇଂ ଜୋନ୍ କଟକଣା ଲାଗୁ ରହିବ । ନୋ ଫ୍ଲାଇଂ ଜୋନ୍ ନେଇ ଜିଲ୍ଲାପାଳଙ୍କ ଅଫିସ୍ ପକ୍ଷରୁ ନିର୍ଦ୍ଦେଶାବଳୀ ଜାରି କରାଯାଇଛି ।

ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ସମୟରେ ବିମାନବନ୍ଦରରୁ ଭୁବନେଶ୍ୱରର ରାଜ ଭବନ ପର୍ଯ୍ୟନ୍ତ ଏକ ତିନି ସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି । 3 ଡିସିପିଏସ୍‌, ୧୦ ଏସିପି, ୧୭ ଆଇସି ଏବଂ ୨୦ ପ୍ଲାଟୁନ୍ ପୋଲିସ୍ ଫୋର୍ସ ନିୟୋଜିତ ରହିବା ନେଇ ସୂଚନା ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+