ଜୁନ ୨୦ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦୀ, ରାଷ୍ଟ୍ରପତିଙ୍କ ଗାଁ କରିବେ ପରିଦର୍ଶନ
ରାଜ୍ୟରେ ବିଜେପି ସରକାର ଦୁଇ ବର୍ଷ ପୂର୍ତ୍ତି ଅବସରରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଆସନ୍ତା ଜୁନ୍ ୨୦ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୟୂରଭଞ୍ଜ ଜିଲ୍ଲା ଗ୍ରସ୍ତରେ ଆସିବେ । ଏହି ଅବସରରେ ସେ ପ୍ରଥମେ ମୟୂରଭଞ୍ଜର ପାହାଡ଼ପୁରରେ ହେଲିପ୍ୟାଡରେ ଅବତରଣ କରିବେ । ସେଠାରୁ ଦେଶର ମହାମହିମ ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କ ଗାଁ ପରିଦର୍ଶନରେ ଯିବେ । ରାଜ୍ୟ ସାଧାରଣ ସମ୍ପାଦକ ବିରଂଚି ତ୍ରିପାଠୀ ଏହି ସୂଚନା ଦେଇଛନ୍ତି ।

ରାଷ୍ଟ୍ରପତିଙ୍କ ଗାଁରେ ୧ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ବିତାଇ ଗାଁ ଲୋକଙ୍କ ସହ ପ୍ରଧାନମନ୍ତ୍ରୀ ଆଲୋଚନା କରିବେ । ଏହାପରେ ସେ ସେଠାରୁ ବାହାରି ଦାଣ୍ଡବୋସରେ ଓଡ଼ିଶା ସରକାରଙ୍କ ଦୁଇ ବର୍ଷ ପୂରଣ ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ । ସେଠାରେ ସେ ଏକ ଜନସଭାକୁ ସମ୍ବୋଧିତ କରିବା ପରେ ଓଡ଼ିଶାରୁ ଦିଲ୍ଲୀ ଫେରିଯିବେ ।
ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉତ୍ସବରେ ରାଜ୍ୟବାସୀଙ୍କୁ ପ୍ରକଳ୍ପ ଭେଟି ଦେବେ ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ର ଚାରୋଟି ପ୍ରକଳ୍ପ ଉଦଘାଟନ କରିବେ । ଦୁଇ ପ୍ରକଳ୍ପର ଶିଳାନ୍ୟାସ ହେବ । ଏହି ଅବସରରେ ସ୍ପୋର୍ଟ କମ୍ପ୍ଲେକ୍ସ, ଆଦିବାସୀ ଗବେଷଣା ଓ ଉନ୍ନୟନ କେନ୍ଦ୍ର, ସ୍ବତନ୍ତ୍ର ପ୍ରଦକ୍ଷିଣ ଗୃହ ଓ ରାଇରଙ୍ଗପୁର ପୋଲିସ ଜିଲ୍ଲା ଉଦଘାଟନ ହେବାର କାର୍ଯ୍ୟକ୍ରମ ରହିଛି । ଏହାଛଡ଼ା ଇଣ୍ଡିଆନ ଇନଷ୍ଟିଚ୍ୟୁଟ୍ ଅଫ୍ ଫରେଷ୍ଟ ମ୍ୟାନେଜମେଣ୍ଟ, ଅନ୍ତର୍ଜାତୀୟ ମାନର ବ୍ୟାଡ଼ମିଣ୍ଟନ କମ୍ପ୍ଲେକ୍ସର ଶିଳାନ୍ୟାସ ହେବ ।
ରାଜ୍ୟରେ ବିଜେପି ଏକାକୀ ସରକାର କରିବା ପରେ ପ୍ରଧାନମନ୍ତ୍ରୀଙ୍କର ଏହା ହେବ ଅଷ୍ଟମ ଗସ୍ତ । ଓଡିଶାକୁ ସବୁବେଳେ ଫୋକସରେ ରଖିଥିବା ପ୍ରଧାନମନ୍ତ୍ରୀଙ୍କ ଏହି ଗସ୍ତ ବେଶ ଗୁରୁତ୍ବପୂର୍ଣ । ସରକାର ଓ ସଂଗଠନରେ ଥିବା ଅଧୁରା କାମ ଏବଂ ପଂଚାୟତ ନିର୍ବାଚନ ପାଇଁ ରାଜ୍ୟ ନେତୃତ୍ବଙ୍କୁ ମାର୍ଗଦର୍ଶନ ଦେଇପାରନ୍ତି ପ୍ରଧାନମନ୍ତ୍ରୀ ।












Click it and Unblock the Notifications