୨୮ରେ ଆସିବେ ପିଏମ ମୋଦି, ଶିଳ୍ପପତି ଓ ପୁଞ୍ଜିନିବେଶକାରୀମାନଙ୍କୁ ଦେବେ ଉଦବୋଧନ

ଭୁବନେଶ୍ୱର: ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମ ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଆଜି ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିକଟରେ ଶିଳ୍ପ ବିଭାଗର ପ୍ରମୁଖ ସଚିବ ପ୍ରସ୍ତୁତି ସମ୍ପର୍କରେ ଏକ ବିସ୍ତୃତ ଉପସ୍ଥାପନ କରି ଜଣାଇଛନ୍ତି। ସମସ୍ତ କାର୍ଯ୍ୟକ୍ରମକୁ ତୃଟିଶୂନ୍ୟ ଭାବରେ ଓ ଆକର୍ଷଣୀୟ ଭାବରେ ପରିଚାଳନା କରି ଜାତୀୟ ଓ ଅନ୍ତର୍ଜାତୀୟ ନିବେଶକମାନଙ୍କ ପାଖରେ ଓଡ଼ିଶାର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ପରାମର୍ଶ ଦେଇଛନ୍ତି। ଏହା ଦ୍ୱାରା ଦୀର୍ଘ ସମୟ ପାଇଁ ଓଡ଼ିଶା ପୁଞ୍ଜିନିବେଶକମାନଙ୍କ ପାଇଁ ପସନ୍ଦର ସ୍ଥାନ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଜାନୁଆରି ୨୭ ତାରିଖରେ କନ୍‌ଫେଡେରେସନ୍‌ ଅଫ୍‌ ଇଣ୍ଡିଆନ୍‌ ଇଣ୍ଡଷ୍ଟ୍ରିଜ୍‌ (ସିଆଇଆଇ) ପକ୍ଷରୁ ଏହାର ନ୍ୟାସନାଲ ଏକଜିକ୍ୟୁଟିଭ୍ କାଉନସିଲ୍‌ର ବୈଠକ ଅନୁଷ୍ଠିତ ହେବ। ଜାନୁଆରି ୨୮-୨୯ ଦୁଇ ଦିନ ଧରି ୪ଟି ପ୍ଲେନାରୀ ସେସନ, ୧୬ଟି ସେକ୍ଟରାଲ୍ ସେସନ୍ ଓ ୪ଟି ରାଉଣ୍ଡ ଟେବୁଲ୍ କନଫରେନସ୍ ଅନୁଷ୍ଠିତ ହେବ। ଏହି ଦୁଇ ଦିନରେ ପ୍ରାୟ ୩୦୦୦ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର ଶିଳ୍ପପତି, ପୁଞ୍ଜିନିବେଶକାରୀ, ଷ୍ଟାର୍ଟଅପ ଉଦ୍ୟୋଗୀ ଓ ଶିଳ୍ପସଂସ୍ଥା ସହିତ ଜଡିତ ବ୍ୟକ୍ତିମାନେ ଯୋଗଦେବେ।

narendra modi

୨୮ ତାରିଖ ଦିନ ପ୍ରଧାନମନ୍ତ୍ରୀ ଆସି ଉପସ୍ଥିତ ଶିଳ୍ପପତି ଓ ପୁଞ୍ଜିନିବେଶକାରୀମାନଙ୍କୁ ଉଦବୋଧନ ଦେବେ। ଏହି ଦୁଇ ଦିନ ମଧ୍ୟରେ ଶିଳ୍ପର ବିଭିନ୍ନ କ୍ଷେତ୍ର ସମ୍ବନ୍ଧିତ ସ୍ୱତନ୍ତ୍ର ସେସନ୍ ଅନୁଷ୍ଠିତ ହେବା ସହିତ ବିଶିଷ୍ଟ ଶିଳ୍ପପତିମାନଙ୍କ ଅଭିଭାଷଣ, ମୁଖ୍ୟମନ୍ତ୍ରୀଙ୍କ ସହିତ ବଡ ବଡ ଶିଳ୍ପସଂସ୍ଥାର ସି.ଇ.ଓ ମାନଙ୍କ ରାଉଣ୍ଡ ଟେବୁଲ, ଓଡିଆ ଉଦ୍ୟୋଗୀମାନଙ୍କ ସ୍ୱତନ୍ତ୍ର ସେସନ୍ ଏବଂ ମହିଳା ବିଜନେସ୍ ଲିଡର୍ସମାନଙ୍କ ପାଇଁ ମଧ୍ୟ ସ୍ୱତନ୍ତ୍ର ସେସନ ଅନୁଷ୍ଠିତ ହେବ। ଏହା ସହିତ 'ସୁଭଦ୍ରାରୁ ମୁଦ୍ରା' ନାମରେ ଓଡ଼ିଆ ମହିଳା ଉଦ୍ୟୋଗୀମାନଙ୍କ ପାଇଁ ମଧ୍ୟ ଏକ ସ୍ୱତନ୍ତ୍ର ସେସନ ଅନୁଷ୍ଠିତ ହେବ। ଜାନୁଆରି ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ଇଣ୍ଡଷ୍ଟ୍ରିଆଲ୍ ଏକଜିବିସନ୍ ଅନୁଷ୍ଠିତ ହେବ।

ଏହି ବୈଠକରେ ଶିଳ୍ପମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, ଉନ୍ନୟନ କମିସନର ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+