ସେପ୍ଚେମ୍ବର ୧୭ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ସୁଭଦ୍ରା ଯୋଜନାର କରିବେ ଶୁଭାରମ୍ଭ

PM Modi: ସେପ୍ଚେମ୍ବର ୧୭ରେ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ମୋଦି । ପ୍ରଧାନମନ୍ତ୍ରୀ ଓଡ଼ିଶା ଗସ୍ତ ସମୟରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବା ନେଇ ସୂଚନା ରହିଛି । ଏନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି ।

ସୂଚନାଥାଉ ଯେ, କିଛି ଦିନ ତଳେ ରାଜ୍ୟ ସରକାର ବହୁ ଚର୍ଚ୍ଚିତ 'ସୁଭଦ୍ରା' ଯୋଜନା ପାଇଁ ଏସ୍ଓପି ଜାରି କରିଥିଲେ । ରାଜ୍ୟ କ୍ୟାବିନେଟରେ ମଞ୍ଜୁରୀ ମିଳିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ଏହି ନେଇ ଘୋଷଣା କରିଥିଲେ । ୨୧-୬୦ବର୍ଷର ମହିଳାଙ୍କୁ ବାର୍ଷିକ ୨ଟି କିସ୍ତିରେ ୧୦ହଜାର ଟଙ୍କା ଲେଖାଏଁ ଟଙ୍କା ଦିଆଯିବ । ଆସନ୍ତା ୫ବର୍ଷରେ ପ୍ରତ୍ୟେକ ଯୋଗ୍ୟ ମହିଳା ହିତାଧିକାରୀ ମୋଟ ୫୦ହଜାର ଟଙ୍କା ପାଇବେ।

PM Narendra Modi To Visit Odisha

ତେବେ ଏହି ଯୋଜନା ୨୦୨୪-୨୫ରୁ ଆରମ୍ଭ ହୋଇ ୨୦୨୮-୨୯ ଆର୍ଥିକ ବର୍ଷ ପର୍ଯ୍ୟନ୍ତ କାର୍ଯ୍ୟକାରୀ ହେବ । ଏଥିପାଇଁ ୫୫,୮୨୫ କୋଟି ଟଙ୍କା ଖର୍ଚ୍ଚ ହେବ। କୋଟିରୁ ଅଧିକ ମହିଳା ଏଥିରେ ଉପକୃତ ହେବେ। ରାକ୍ଷୀ ପୂର୍ଣ୍ଣିମା ଏବଂ ଅନ୍ତର୍ଜାତୀୟ ମହିଳା ଦିବସରେ ୨୧-୬୦ବର୍ଷର ମହିଳାଙ୍କୁ ୫ହଜାର ଟଙ୍କା ପ୍ରଦାନ କରାଯିବ। ଏହି ଟଙ୍କା ସିଧାସଳଖ ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟ ଯିବ । ଏହାସହ ହିତାଧିକାରୀଙ୍କୁ ଏକ 'ସୁଭଦ୍ରା' ଡେବିଟ୍ କାର୍ଡ ମଧ୍ୟ ପ୍ରଦାନ କରାଯିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+