ଓଡ଼ିଶା ଆସୁଛନ୍ତି ମୋଦୀ; ଆଜି ସମ୍ବଲପୁରରେ ହେବ ମୋଦି-ନବୀନ ଭେଟ !

ଆଜି ସମ୍ବଲପୁରରେ ହେବ ମୋଦି-ନବୀନ ଭେଟ । ସମ୍ବଲପୁରରେ ଉଦଘାଟନୀ କାର୍ଯ୍ୟକ୍ରମରେ ଉଭୟ ନେତା ଉପସ୍ଥିତ ରହିବେ । ତେବେ ସାଧାରଣ ନିର୍ବାଚନ ପୂର୍ବରୁ ସମ୍ବଲପୁରରେ ଗୋଟିଏ ମଞ୍ଚରେ ପିଏମ୍-ସିଏମ୍ ଉପସ୍ଥିତି ଏବଂ ସମ୍ଭାବ୍ୟ ଭେଟଘାଟକୁ ନେଇ ରାଜନୈତିକ ମହଲରେ ଏବେ ଚର୍ଚ୍ଚା ଜୋର ଧରିଛି ।

ଅର୍ଥାତ ଆଇଆଇଏମର ନୂଆ କ୍ୟାମ୍ପସ ଉଦଘାଟନୀ ଉତ୍ସବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଯାଉଥିବା କୁହାଯାଉଛି। ଯେଉଁଠିକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସୁଛନ୍ତି ।

naveen_modi

ପ୍ରଧାନମନ୍ତ୍ରୀଙ୍କ ଦିନିକିଆ ସମ୍ବଲପୁର ଗସ୍ତ କାର୍ଯ୍ୟକ୍ରମ ରହିଛି । ଏହି ଅବସରରେ ମୋଦି ରେମେଡ ପଡିଆରେ ବିଶାଳ ଗ୍ୟାରେଣ୍ଟି ସମାବେଶରେ ଯୋଗ ଦେଇ ଜନ ସାଧାରଣଙ୍କୁ ଉଦବୋଧନ ଦେବେ। ସମ୍ବଲପୁର IIMର ଲୋକାର୍ପଣ ସହ ଅନ୍ୟ କେତେକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନର କାର୍ଯ୍ୟକ୍ରମ ରହିଛି।

ପ୍ରଧାନମନ୍ତ୍ରୀ ପ୍ରାୟ ୨୮,୯୮୦ କୋଟି ଟଙ୍କାର ଏକାଧିକ ବିଦ୍ୟୁତ ପ୍ରକଳ୍ପକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିବା ସହ ଶିଳାନ୍ୟାସ କରିବେ । ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ ହେବାକୁ ଥିବା ପ୍ରକଳ୍ପଗୁଡ଼ିକ ମଧ୍ୟରେ ଓଡ଼ିଶାର ସୁନ୍ଦରଗଡ଼ ଜିଲ୍ଲାର ଏନଟିପିସି ଦର୍ଲିପାଲି ସୁପର ଥର୍ମାଲ ପାୱାର ଷ୍ଟେସନ (୨×୮୦୦ ମେଗାୱାଟ୍) ଏବଂ ଏନ୍ଏସପିସିଏଲ୍ ରାଉରକେଲା ପିପି-୨ ସମ୍ପ୍ରସାରଣ ପ୍ରକଳ୍ପ (୧x୨୫୦ ମେଗାୱାଟ୍) ଅନ୍ତର୍ଭୁକ୍ତ। ସେ ଓଡ଼ିଶାର ଅନୁଗୁଳ ଜିଲ୍ଲାରେ ଏନଟିପିସି ତାଳଚେର ତାପଜ ବିଦ୍ୟୁତ ପ୍ରକଳ୍ପ ଷ୍ଟେଜ୍‌-୩ (୨×୬୬୦ ମେଗାୱାଟ)ର ଶିଳାନ୍ୟାସ କରିବେ । ଏହି ବିଦ୍ୟୁତ ପ୍ରକଳ୍ପ ଗୁଡ଼ିକ ଓଡ଼ିଶା ସମେତ ଅନ୍ୟ କେତେକ ରାଜ୍ୟକୁ ଶସ୍ତାରେ ବିଜୁଳି ଯୋଗାଣ କରିବ।

ପ୍ରଧାନମନ୍ତ୍ରୀ ୨୭,୦୦୦ କୋଟିରୁ ଅଧିକ ମୂଲ୍ୟର ନେଭେଲି ଲିଗ୍ନାଇଟ୍ କର୍ପୋରେସନ୍ (ଏନଏଲସି) ତଲାବିରା ତାପଜ ବିଦ୍ୟୁତ ପ୍ରକଳ୍ପର ଶିଳାନ୍ୟାସ କରିବେ । ପ୍ରଧାନମନ୍ତ୍ରୀଙ୍କ ଆତ୍ମନିର୍ଭର ଭାରତର ସ୍ୱପ୍ନକୁ ସୁଦୃଢ଼ କରିବା ପାଇଁ ଏହି ଅତ୍ୟାଧୁନିକ ପ୍ରକଳ୍ପ ଦେଶର ଶକ୍ତି ନିରାପତ୍ତା ଦିଗରେ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ଦେବା ସହ ଦେଶର ଆର୍ଥିକ ଅଭିବୃଦ୍ଧି ଓ ସମୃଦ୍ଧିରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରି ବିଶ୍ୱସନୀୟ, ସୁଲଭ ଏବଂ ୨୪ ଘଣ୍ଟିଆ ବିଦ୍ୟୁତ ଶକ୍ତି ପ୍ରଦାନ କରିବ ।

ପ୍ରଧାନମନ୍ତ୍ରୀ ୩୪୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ସଡ଼କ ଉନ୍ନତିକରଣ ପ୍ରକଳ୍ପର ଶିଳାନ୍ୟାସ କରିବେ, ଯେଉଁଥିରେ ଦକ୍ଷିଣ ଏସିଆ ଉପଆଞ୍ଚଳିକ ଅର୍ଥନୈତିକ ସହଯୋଗ (ସାସେକ) କରିଡର କନେକ୍ଟିଭିଟିର ଅଂଶ ଭାବରେ ୩୮ଟି ପୋଲ ସମେତ ୪୩ଟି ରାସ୍ତାର ଉନ୍ନତିକରଣ କରାଯିବ । ଦୋଳବାରୀରୁ ଜାମୁଗୁଡ଼ି ଏବଂ ବିଶ୍ୱନାଥ ଚାରିଆଳିରୁ ଗୋହପୁର ଭଳି ଦୁଇଟି ୪ ଲେନ୍ ବିଶିଷ୍ଟ ପ୍ରକଳ୍ପର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ । ଏହି ପ୍ରକଳ୍ପଗୁଡ଼ିକ ଇଟାନଗରକୁ ଯୋଗାଯୋଗରେ ଉନ୍ନତି ଆଣିବାରେ ସହାୟକ ହେବ ଏବଂ ଏହି ଅଞ୍ଚଳର ସାମଗ୍ରିକ ଆର୍ଥିକ ବିକାଶକୁ ତ୍ୱରାନ୍ୱିତ କରିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+