ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତିରେ ଯୋଗ ଦେଇପାରନ୍ତି ପ୍ରଧାନମନ୍ତ୍ରୀ, ରାଜସ୍ବ ମନ୍ତ୍ରୀ

ବିଜେପି ସରକାରଙ୍କ ବର୍ଷ ପୂର୍ତ୍ତି ସମାରୋହରେ ଯୋଗ ଦେଇପାରନ୍ତି ପ୍ରଧାନମନ୍ତ୍ରୀ, କେନ୍ଦ୍ର ଗୃହମନ୍ତ୍ରୀ ଓ କେନ୍ଦ୍ର ମନ୍ତ୍ରୀମଣ୍ଡଳର ଅନ୍ୟ ସଦସ୍ୟ ବୃନ୍ଦ । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସହ ଯୋଗାଯୋଗରେ ଅଛନ୍ତି ମୁଖ୍ୟମନ୍ତ୍ରୀ । ବର୍ଷ ପୂର୍ତ୍ତିକୁ ଉତ୍ସବ ଭାବେ ନୁହେଁ ଉତ୍ତରଦାୟୀ କାର୍ଯ୍ୟକ୍ରମ ଭାବେ ପାଳନ କରିବେ ରାଜ୍ୟ ସରକାର । ରିପୋର୍ଟ କାର୍ଡ ଧରି ରାଜ୍ୟର ୧ କୋଟି ପରିବାର ପାଖରେ ପହଞ୍ଚିବେ ସରକାର । ଜୁନ୍ ୧୨ ତାରିଖରୁ ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ ଏହି କାର୍ଯ୍ୟକ୍ରମ । ରାଜ୍ୟ, ଜିଲ୍ଲାଠୁ ନେଇ ବ୍ଲକ୍ ଓ ପଞ୍ଚାୟତ ପୌରସଂସ୍ଥା ଗୁଡ଼ିକରେ କାର୍ଯ୍ୟକ୍ରମ କରାଯିବ ।

modi

ବର୍ଷକ ମଧ୍ୟରେ ୧୧ଟି ନିର୍ବାଚନ ପ୍ରତିଶ୍ରୁତି ପୂରଣ କଲେଣି ବିଜେପି ସରକାର । ୨୪ ନିର୍ବାଚନ ବେଳେ ୨୧ଟି ପ୍ରତିଶ୍ରୁତି ଦିଆଯାଇଥିଲା ସରକାରକୁ ଆସିବା ପରେ ସେଥିମଧ୍ୟରୁ ୧୧ଟି ପ୍ରତିଶ୍ରୁତି ପାଳନ କରାଯାଇଥିବା କହିଛନ୍ତି ରାଜସ୍ୱ ମନ୍ତ୍ରୀ । ସେ ଆହୁରି କହିଛନ୍ତି, ଆଗାମୀ ବର୍ଷକ ମଧ୍ୟରେ ଆଉ ୧୦ଟି ନିର୍ବାଚନ ପ୍ରତିଶ୍ରୁତି ପୂରଣ କରାଯିବ । ଜୁନ୍ ୧୨ ତାରିଖରେ ସରକାରକୁ ବର୍ଷେ ପୂରଣ ହେବାକୁ ଯାଉଥିବା ବେଳେ ଲୋକଙ୍କ ପାଖକୁ ରିପୋର୍ଟ କାର୍ଡ ନେଇଯିବାକୁ ଯୋଜନା କରୁଛନ୍ତି ରାଜ୍ୟ ସରକାର ।

ବର୍ଷ ପୂର୍ତ୍ତି ଉତ୍ସବ ପାଇଁ ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀ ଓ ଅନ୍ୟ କେନ୍ଦ୍ରମନ୍ତ୍ରୀ ମାନଙ୍କୁ ନିମନ୍ତ୍ରଣ କରିବାକୁ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ଯୋଗାଯୋଗରେ ରହିଛି । ବର୍ଷ ପୂର୍ତ୍ତିକୁ ଉତ୍ସବ ଭାବେ ନୁହେଁ ଉତ୍ତରଦାୟୀ କାର୍ଯ୍ୟକ୍ରମ ଭାବେ ପାଳନ କରାଯିବ । ଲୋକଙ୍କ ପାଖକୁ ପ୍ରଦର୍ଶନ କାର୍ଡ ଧରିକି ଯିବୁ । ରାଜ୍ୟର ୧ କୋଟି ପରିବାର ପାଖରେ ଆମେ ଆମ ରିପୋର୍ଟ କାର୍ଡ ଧରି ପହଞ୍ଚିବୁ । ଏହାସହ ଆଗାମୀ ଦିନ ଲାଗି ଲୋକଙ୍କ ପରାମର୍ଶ ଲୋଡ଼ିବେ ରାଜ୍ୟ ସରକାର । ରାଜ୍ୟ, ଜିଲ୍ଲାଠୁ ନେଇ ବ୍ଲକ ଓ ପଞ୍ଚାୟତ ପୌରସଂସ୍ଥା ଗୁଡ଼ିକରେ କାର୍ଯ୍ୟକ୍ରମ କରାଯିବ । ଜୁନ୍ ୧୨ ତାରିଖରୁ ୧୯ ତାରିଖ ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଚାଲିବ ବୋଲି ସୁରେଶ ପୂଜାରୀ କହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+