Get Updates
Get notified of breaking news, exclusive insights, and must-see stories!

ଟ୍ୱିନ୍ ସିଟିରେ ରୋଜଗାର ମେଳା: ଭୁବନେଶ୍ୱରରୁ ୨୩୯ଜଣ ଓ କଟକରୁ ୧୦୫ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ କେନ୍ଦ୍ର ମନ୍ତ୍ରୀ

ଟ୍ୱିନ୍ ସିଟିରେ ରୋଜଗାର ମେଳା: ଭୁବନେଶ୍ୱରରୁ ୨୩୯ଜଣ ଓ କଟକରୁ ୧୦୫ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ କେନ୍ଦ୍ର ମନ୍ତ୍ରୀ

ଭୁବନେଶ୍ୱର: ଟ୍ୱିନ୍ ସିଟିରେ ହେଲା ରୋଜଗାର ମେଳାର ଶୁଭାରମ୍ଭ । ରାଜଧାନୀ ଭୁବନେଶ୍ୱର ରେଳ ଅଡିଟୋରିୟମରେ ରୋଜଗାର ମେଳା କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ସାଂସଦ ଅପରାଜିତା ଷଡ଼ଙ୍ଗୀ । ୯ଟି ବିଭାଗର ମୋଟ ୨୩୯ଜଣ ଛାତ୍ରଛାତ୍ରୀଙ୍କୁ ନିଯୁକ୍ତି ପତ୍ର କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରଦାନ କରାଯାଇଛି ।

ODISHA.rojgar mela

ଯାହା ମଧ୍ୟରୁ ଡାକ ବିଭାଗର ସର୍ବାଧିକ ୮୯, ଭୁବନେଶ୍ୱର ଆଇଆଇଟିରେ ୫୫, ଇଏସଆଇସିରେ ୨୭, ଏସଏଲବିସିରୁ ୨୧ ଜଣଙ୍କୁ ନିଯୁକ୍ତି ପତ୍ର ବଂଟନ କରାଯାଇଛି । କେନ୍ଦ୍ର ସରକାରଙ୍କ ଆଜାଦି କା ଅମୃତ ମହୋତ୍ସବ କାର୍ଯ୍ୟକ୍ରମର ଅଂଶ ବିଶେଷ ଭାବେ ରୋଜଗାର ମିଶନ ସର୍ବ ଭାରତୀୟ ସ୍ତରରେ ପ୍ରଧାନମନ୍ତ୍ରୀ ଆରମ୍ଭ କରିଥିବା ବେଳେ ଓଡ଼ିଶାର ଭୁବନେଶ୍ୱର ଓ କଟକରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ଭୁବନେଶ୍ୱରରେ ଧର୍ମେନ୍ଦ୍ର ପ୍ରଧାନ ଏବଂ ସାଂସଦ ଅପରାଜିତା ଷଡ଼ଙ୍ଗୀ ନିଯୁକ୍ତି ପତ୍ର ଛାତ୍ରଛାତ୍ରୀଙ୍କୁ ବଣ୍ଟନ କରୁଥିବା ବେଳେ କଟକରେ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ପ୍ରଥମ ପର୍ୟ୍ୟାୟରେ ୧୦୫ ଜଣ ଛାତ୍ରଛାତ୍ରୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି । କଟକ ଶହୀଦ ଭବନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ମନ୍ତ୍ରୀ ବିଶ୍ବେଶ୍ଵର ଟୁଡୁଙ୍କ ସହ ବାରବାଟୀ କଟକ ବିଧାୟକ ମହମ୍ମଦ ମୋକିମ ଓ ଖୋର୍ଦ୍ଧା ରେଳବାଇ ଡିଭିଜନର ଡିଆରଏମ ଉପସ୍ଥିତ ଥିଲେ ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ରୋଜଗାର ମେଳାର ଶୁଭାରମ୍ଭ କରିଥିଲେ । 10 ଲକ୍ଷ ଯୁବକଙ୍କୁ ସରକାରୀ ଚାକିରୀ ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି 'ରୋଜଗାର ମେଳା' ଆରମ୍ଭ କରିଛନ୍ତି । ପ୍ରଥମ ପର୍ଯ୍ୟାୟରେ ମନୋନୀତ ହୋଇଥିବା 75,226 ଯୁବକଙ୍କୁ ନିଯୁକ୍ତି ପତ୍ର ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+