ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ
ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ । କଟକ ଏସସିବି ଅଗ୍ନିକାଣ୍ଡ ଘଟଣାକୁ ନେଇ ମୋହନ ମାଝୀଙ୍କ ସହ କଥା ହେଲେ ନରେନ୍ଦ୍ର ମୋଦି । ସୋସିଆଲ ମିଡିଆ ଏକ୍ସରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ । ଏସସିବି ମେଡିକାଲ କଲେଜରେ ଘଟିଥିବା ଅଭାବନୀୟ ଦୁର୍ଘଟଣା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ସହ ବିସ୍ତୃତ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ । ସମସ୍ତ ପ୍ରଭାବିତଙ୍କ ପାଇଁ ଗ୍ରହଣ କରାଯାଇଥିବା ଜରୁରୀକାଳୀନ ପଦକ୍ଷେପ, ସ୍ଥାନାନ୍ତର ପ୍ରକ୍ରିୟା ଏବଂ ସେମାନଙ୍କୁ ଯୋଗାଇ ଦିଆଯାଉଥିବା ସ୍ୱତନ୍ତ୍ର ଚିକିତ୍ସା ସେବା ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିବା ଉଚ୍ଚସ୍ତରୀୟ ବିଚାର ବିଭାଗୀୟ ତଦନ୍ତ ସମ୍ପର୍କରେ ମଧ୍ୟ ସୂଚନା ପ୍ରଦାନ କରିଛନ୍ତି । ସମସ୍ତ ସମ୍ପୃକ୍ତ ବିଭାଗ ଓ ଟିମ୍ ପୂର୍ଣ୍ଣ ସମନ୍ୱୟର ସହ ନିରନ୍ତର କାର୍ଯ୍ୟ କରୁଛନ୍ତି । ଏହି ସମ୍ବେଦନଶୀଳ ସମୟରେ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ସହାନୁଭୂତିପୂର୍ଣ୍ଣ ଉଦବେଗ ଏବଂ ଆବଶ୍ୟକୀୟ ସହାୟତାର ପ୍ରତିଶ୍ରୁତି ପାଇଁ କୃତଜ୍ଞତା ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
-
ବଢ଼ିଲା CPET ପରୀକ୍ଷା ଆବେଦନ ପାଇଁ ସମୟ ସୀମା -
କ୍ରସ୍ ଭୋଟିଂ ନାହିଁ କହିଲେ ଜୟନାରାୟଣ ମିଶ୍ର -
ଦିଲ୍ଲୀପ ରାୟ ନିଶ୍ଚିତ ଜିତିବେ କହିଲେ ବିଜୟ ମହାପାତ୍ର -
ପ୍ରଥମେ ଭୋଟ୍ ଦେଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ -
କଟକ SCB ଅଗ୍ନିକାଣ୍ଡ ; ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି,ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ -
ଅଲିଭ ରିଡ୍ଲେଙ୍କ ଗଣ ଅଣ୍ଡାଦାନ ଆରମ୍ଭ -
ରାଜ୍ୟସଭା ନିର୍ବାଚନ ପାଇଁ ଭୋଟିଂ ଆରମ୍ଭ, ୫ଟାରେ ଗଣତି -
ଦୋକାନରେ ଶୋଇଥିବା ବେଳେ ବାପପୁଅ ଜୀବନ୍ତ ଦଗ୍ଧ,ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ -
ଆଜି ନବୀନଙ୍କ ବଡ଼ ବୈଠକ, ରାଜ୍ୟସଭା ନିର୍ବାଚନ ପାଇଁ ପ୍ରସ୍ତୁତି -
ରାଜ୍ୟ ବିଜେପି କାର୍ଯ୍ୟାଳୟରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ -
ଡିଜିପିଙ୍କ ନିକଟରେ ୧୧ ମାଓବାଦୀଙ୍କ ଆତ୍ମସମର୍ପଣ -
ହଟିବେ ଶିଶୁ ଭିକ୍ଷୁକ, ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ଜାରିକଲା ନିର୍ଦ୍ଦେଶନାମା








Click it and Unblock the Notifications