ଶିକାରୀଙ୍କ ଦୌରାତ୍ମ୍ୟ ; ବନ କର୍ମଚାରୀଙ୍କ ଉପରକୁ ଗୁଳି ଚଳାଇଲେ, ୫ ଗିରଫ

ଶିକାରୀଙ୍କ ଦୌରାତ୍ମ । ଜଙ୍ଗଲରେ ଚଢାଉ ବେଳେ ବନବକର୍ମଚାରୀଙ୍କୁ ମାରିଲେ ଗୁଳି । ଯାହାର ଜବାବରେ ବନବିଭାଗ ଓ ଏସ୍‌ଟିପିଏଫ୍‌ ମଧ୍ୟ ଫାଙ୍କା ଗୁଳିଚାଳନା କରିଥିଲେ । ମୟୁରଭଞ୍ଜ ଜିଲ୍ଲା ପୋଡ଼ାଡିହା ରେଞ୍ଜ ମନଭଙ୍ଗା ବିଟ୍‌ ଅଞ୍ଚଳରେ ଘଟିଛି ।

Fired

ଖବର ଅନୁଯାୟୀ, ରବିବାର ବିଳମ୍ବିତ ରାତିରେ ପୋଡ଼ାଡିହା ବନ ବିଭାଗ ଏସ୍‌ଟିପିଏଫ୍‌ ମିଳିତ ଭାବେ ମନଭଙ୍ଗା ବିଟ୍‌ ଅଞ୍ଚଳରେ ଚଢାଉ କରିଥିଲେ । ଏହି ସମୟରେ ୬ ଜଣ ଶିକାରୀ ଜଙ୍ଗଲରେ ମଧ୍ୟରେ ରୋଷେଇ କରୁଥିବାର ଦେଖିଥିଲେ । ତେବେ ବନବିଭାଗକୁ ଦେଖି ଶିକାରୀମାନେ ଦୁଇ ରାଉଣ୍ଡ ଗୁଳିଚାଳନା କରି ଖସିଯିବାକୁ ଚେଷ୍ଟା କରିଥିଲେ । ହେଲେ ତାହା ସଫଳ ହୋଇନଥିଲା । ଏସ୍‌ଟିପିଏଫ୍‌ ମଧ୍ୟ ଫାଙ୍କା ଗୁଳିଚାଳନା କରିଥିଲେ । ତେବେ ଘଟଣାସ୍ଥଳରେ ଜଣେ ଶିକାରୀ ଏବଂ ଗୋଟିଏ ଦେଶୀ ବନ୍ଧୁକ ଜବତ କରିଥିବା ବେଳେ ୫ ଜଣ ଖସିଯାଇଥିଲେ । ଗିରଫ ଶିକାରୀଙ୍କୁ ପଚରାଉଚରା ପରେ ଅଶ୍ୱକୁଟି ଅଞ୍ଚଳରେ ଚଢାଉ ହୋଇଥିଲା । ଯେଉଁଠାରେ ଅନ୍ୟ ୩ ଜଣ ଶିକାରୀଙ୍କୁ ଗିରଫ ସହ ଜଙ୍ଗଲରେ ଲୁଚାଇ ରଖିଥିବା ୩ ବନ୍ଧୁକ ଜବତ ହୋଇଥିଲା । ବାକି ଏବେବି ୨ ଶିକାରୀ ଫେରାର ଅଛନ୍ତି । ଗିରଫ ଶିକାରୀ ମାନେ ହେଲେ ଅଶ୍ୱକୁଟି ଗାଁର ଗାନସା ସିଂ, ବରଜୁ ସିଂ, ଗୁରା ସିଂ ବାଂକ୍ଷୀରା , କାର୍ତ୍ତିକ ସିଂ ବାଂକ୍ଷୀରା ବୋଲି ଜଣାପଡିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+