ପୁରୀରେ ପୋଲିସ ଡିଜି ଅଭୟ, ସୁରକ୍ଷା ବ୍ୟବସ୍ଥାର କଲେ ସମୀକ୍ଷା
ରଥଯାତ୍ରା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ପୋଲିସ ଡିଜି । ପୁରୀ ଗୋପବନ୍ଧୁ ଆୟୁର୍ବେଦ ହସ୍ପିଟାଲ ପରିସରରେ ଏହି ସମୀକ୍ଷା ବୈଠକ ବସିଥିଲା ।
ପୁରୀ: ରଥଯାତ୍ରା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ପୋଲିସ ଡିଜି । ପୁରୀ ଗୋପବନ୍ଧୁ ଆୟୁର୍ବେଦ ହସ୍ପିଟାଲ ପରିସରରେ ଏହି ସମୀକ୍ଷା ବୈଠକ ବସିଥିଲା । ଏହି ବୈଠକରେ କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ, ପୁରୀ ଏସ୍ପିଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଯୋଗ ଦେଇଥିଲେ ।

ଆଜି ତିନି ରଥକୁ ଦକ୍ଷିଣ ମୋଡ଼ କରିଛନ୍ତି ଦଇତା ଓ ସେବାୟତ । ରଥଯାତ୍ରା ସମୟରେ କେବଳ ତିନିରଥକୁ ମହାପ୍ରଭୁଙ୍କ ସେବାୟତ ମାନେ ଟାଣିବାର ଅନୁମତି ଦେଇଛନ୍ତି ପ୍ରଶାସନ । ଘୋଷଯାତ୍ରାକୁ ଶୃଙ୍ଖଳାର ସହ ଶେଷ କରିବା ପାଇଁ ପ୍ରଶାସନିକ ପ୍ରସ୍ତୁତି ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି । ରଥଯାତ୍ରା ବେଳେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ପୁରୀ ସହରକୁ ୧୨ଟି ଜୋନରେ ବିଭକ୍ତ କରାଯାଇଛି । ୬୫ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି । ୧୦ ଜଣ ଅତିରିକ୍ତ ଏସପି, ୨୧ଜଣ ଡିଏସପି, ୬୪ ଜଣ ଇନସପେକ୍ଟର, ୨୨୨ ଏଏସ୍ଆଇ ଏବଂ ଏସ୍ଆଇଙ୍କୁ ଦାୟିତ୍ବ ଦିଆ ଯାଇଛି । ଆଜି ରାତି ୮ଟାରୁ ମଙ୍ଗଳବାର ରାତି ୮ଟା ପର୍ଯ୍ୟନ୍ତ ପୁରୀରେ କର୍ଫ୍ୟୁ ଲାଗୁ ହେବ । ଅନ୍ୟପଟେ ସମୀକ୍ଷା ବୈଠକ ପରେ ସାମ୍ବାଦିକ ସମ୍ମିଳନୀ କରିଛନ୍ତି ଡିଜିପି । ପୁରୀରେ ରଥଯାତ୍ରା ସମୟରେ ଶାନତି ଶୃଙ୍ଖଳା ବଜାୟ ରଖିବା ପାଇଁ ସାଧାରଣ ଲୋକଙ୍କୁ ଅପିଲ କରିଛନ୍ତି ଅଭୟ ।
ଅନ୍ୟପଟେ ପରମ୍ପରା ଅନୁସାରେ ରଥଯାତ୍ରା ଲାଗି ଜଗଦଗୁରୁ ଶଙ୍କରାଚାର୍ଯ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀଙ୍କୁ ନିମନ୍ତ୍ରଣ କରିଛି ଶ୍ରୀମନ୍ଦିର ପ୍ରଶାସନ । ଆଜି ତିନି ରଥ ସିଂହଦ୍ୱାର ସାମନାକୁ ଆସିବାବେଳେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ଗୋବର୍ଦ୍ଧନ ପୀଠରେ ପହଞ୍ଚି ଶଙ୍କରାଚାର୍ଯ୍ୟଙ୍କୁ ନିମନ୍ତ୍ରଣ କରିଛନ୍ତି ।












Click it and Unblock the Notifications