Get Updates
Get notified of breaking news, exclusive insights, and must-see stories!

ବରମୁଣ୍ଡା ବସ୍ ଟର୍ମିନାଲରେ ହେବ ପୋଲିସ୍ ଆଉଟ୍ ପୋଷ୍ଟ, ନିଯୁକ୍ତ ହେବେ 89 ପୋଲିସ୍ କର୍ମଚାରୀ

ଭୁବନେଶ୍ୱର: ବରମୁଣ୍ଡା ଆମ୍ବେଦକର ବସ୍‌ ଟର୍ମିନାଲର ନିର୍ମାଣ କାର୍ଯ୍ୟ ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ନିକଟରେ ଏହାର ଉଦ୍‌ଘାଟନ ହୋଇପାରେ । ଏହା ପୂର୍ବରୁ ଡ. ବାବା ସାହେବ ଭୀମରାଓ ଆମ୍ବେଦକର ବସ୍‌ ଟର୍ମିନାଲରେ ଏକ ପୋଲିସ୍‌ ଆଉଟପୋଷ୍ଟ ପ୍ରତିଷ୍ଠା କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି । ଏଥିରେ 89 ଜଣ ପୋଲିସ୍‌ କର୍ମଚାରୀ ନିଯୁକ୍ତି ପାଇବେ ।

Baramunda Bus stand

ଏହା ଲୋକାର୍ପିତ ହେବା ପରେ ଏଠାକୁ ଦୈନିକ 700 ରୁ 800 ବସ୍‌ ଯାତାୟତ କରିବ । ଭବିଷ୍ୟତରେ ବସ୍‌ ସଂଖ୍ୟା 1700 ରୁ 1800 କୁ ବୃଦ୍ଧି ପାଇପାରେ । ଏହା ସହ ଦୈନିକ 35 ରୁ 45 ହଜାର ଯାତ୍ରୀ ମଧ୍ୟ ଯିବା ଆସିବା କରିବେ ବୋଲି ଆକଳନ କରାଯାଇଛି ।

5T ଅଧ୍ୟକ୍ଷ ବିଭିନ୍ନ ସମୟରେ ନିର୍ମାଣାଧୀନ ଟର୍ମିନାଲକୁ ଯାଇ ଏହାର ଅଗ୍ରଗତି ସମୀକ୍ଷା କରିବା ସମୟରେ ଅଧିକାରୀ ଓ ସ୍ଥାନୀୟ ଲୋକମାନଙ୍କ ସହିତ ଯାତ୍ରୀଙ୍କ ସୁରକ୍ଷା ଓ ସୁବିଧା ପାଇଁ ଏଠାରେ ଏକ ପୋଲିସ୍‌ ଆଉଟପୋଷ୍ଟ ପାଇଁ ପ୍ରସ୍ତାବ ଆସିଥିଲା । ଏ ବିଷୟରେ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିବା ପରେ ଏଠାରେ ପୋଲିସ୍‌ ଆଉଟପୋଷ୍ଟ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି ।

ଏହି ଟର୍ମିନାଲରେ ଯାତ୍ରୀଙ୍କ ପାଇଁ ରେଷ୍ଟୁରାଣ୍ଟ, ବହୁତଳ କାର ପାର୍କିଂ, ଆହାର କେନ୍ଦ୍ର, ଯାତ୍ରୀଙ୍କ ପାଇଁ ନେବା ଆଣିବା ସୁବିଧା, 144 ଟି ବସ୍‌ ବେ, ସିଟି ବସ୍‌ ପାଇଁ ବସ୍‌ ବେ ଓ ଦୋକାନ ବଜାର ଅନେକ ସୁବିଧା ରହିବ । ଏଥିପାଇଁ ଏଠାରେ ସୁରକ୍ଷା ବ୍ୟବସ୍ଥାର ଗୁରୁତ୍ୱ ଯଥେଷ୍ଟ ଅଧିକ ରହୁଛି । ଏହି ଆଉଟପୋଷ୍ଟରେ 89 ଜଣ ପୋଲିସ୍‌ କର୍ମଚାରୀ ନିଯୁକ୍ତି ପାଇବେ । ଏଥି ମଧ୍ୟରୁ 2 ଜଣ ସବ୍‌-ଇନ୍‌ସ୍ପେକ୍ଟର, 9ଜଣ ଆସିଷ୍ଟାଣ୍ଟ ସବ୍‌-ଇନ୍‌ସ୍ପେକ୍ଟର, 4ଜଣ ହାବିଲଦାର, 72 ଜଣ କନଷ୍ଟେବଳ ଓ 2 ଜଣ ଡ୍ରାଇଭର ରହିବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+