Get Updates
Get notified of breaking news, exclusive insights, and must-see stories!

ଧାମନଗର ଉପନିର୍ବାଚନ: ଶେଷ ହେଲା ପ୍ରସ୍ତୁତି, କାଲି ପଡିବ ଭୋଟ୍

ଆସନ୍ତାକାଲି ଧାମନଗର ଉପନିର୍ବାଚନ ପାଇଁ ପଡିବ ଭୋଟ୍ । ଏଥିପାଇଁ ଶେଷ ହୋଇଛି ପ୍ରସ୍ତୁତି । ଆସନ୍ତାକାଲି ସକାଳ ୭ଟାରୁ ସଂଧ୍ୟା ୬ଟା ଯାଏଁ ହେବ ମତଦାନ ।

ଭୁବନେଶ୍ୱର: ଆସନ୍ତାକାଲି ଧାମନଗର ଉପନିର୍ବାଚନ ପାଇଁ ପଡିବ ଭୋଟ୍ । ଏଥିପାଇଁ ଶେଷ ହୋଇଛି ପ୍ରସ୍ତୁତି । ଆସନ୍ତାକାଲି ସକାଳ ୭ଟାରୁ ସଂଧ୍ୟା ୬ଟା ଯାଏଁ ହେବ ମତଦାନ । ମୋଟ ୨୫୨ ବୁଥରେ ହେବ ମତଦାନ ।

Dhamnagar bypoll

ମୋଟ୍ ୨ ଲକ୍ଷ ୩୮ହଜାର ୪୧୭ଜଣ ଭୋଟର ଦେବେ ମତଦାନ । ୧ ଲକ୍ଷ ୨୩ ହଜାର ୩୮ ଜଣ ପୁରୁଷ ଭୋଟର ରହିଥିବା ବେଳେ, ୧ ଲକ୍ଷ ୧୫ ହଜାର ୩୪୬ ଜଣ ମହିଳା ଭୋଟର ରହିଛନ୍ତି । ଏହା ପୂର୍ବରୁ ମକ୍ ପୋଲ ହେବ । ଭୋଟର ପରିଚୟ ପତ୍ର ଛଡା ୧୨ ଟି ଅନ୍ୟ ଡ଼କ୍ୟୁମେଣ୍ଟ ଦେଖାଇ ବି ଭୋଟ ଦେଇ ପାରିବେ । ସକାଳ ୭ ରୁ ସନ୍ଧ୍ୟା ୬ ଟା ପର୍ଯ୍ଯନ୍ତ ଭୋଟ ଗ୍ରହଣ ହେବ ।

ଧାମନଗର ପାଇଁ ମୋଟ ୨୫୨ଟି ବୁଥ୍ ରହିଛି । ତାହା ମଧ୍ୟରୁ ୧୧୦ ସମ୍ବେଦନଶୀଳ ବୁଥ ରହିଛି । ଆଉ ସେଥି ମଧ୍ୟରୁ ୧୨୬ ଟି ୱେବ କାଷ୍ଟିଂ ହେବ । ୨୫ ଟି ମାଇକ୍ରୋ ଅବଜରର୍ଭର ରହିଛନ୍ତି। ୧୫ ଟି ମଡେଲ ବୁଥ ଓ ୫ଟି ପିଙ୍କ ବୁଥ କରାଯାଇଛି । ସାଇଲେଣ୍ଟ ପିରିୟଡ଼ଠୁ ନେଇ ଭୋଟ ପର୍ଯ୍ଯନ୍ତ ମଦ ବିକ୍ରିକୁ ବନ୍ଦ କରାଯାଇଛି । ୪ ଟି ସେଣ୍ଟ୍ରାଲ ଟିମ ଓ ୧୦୦୦ ଜଣ ପୁଲିସ ଅଧିକାରୀ ନିୟୋଜିତ ହୋଇଛନ୍ତି ।

ବୁଥର ୧୦୦ ମିଟର ମଧ୍ୟରେ କେହି ବି କଥା ବାର୍ତ୍ତା ହୋଇ ପାରିବେ ନାହିଁ। ଯଦି କେହି ନିୟମ ଉଲଙ୍ଘନ କଲା ତେବେ ଗିରଫ କରାଯିବ। ବୁଥରେ ସବୁ ପ୍ରକାର ପୋଲିଂ କର୍ମଚାରୀ ନିୟୋଜିତ ହୋଇ ସାରିଛନ୍ତି । ୧୦୦୮ ପୋଲିଂ ପାର୍ଟି ନିୟୋଜିତ ହୋଇଛନ୍ତି ।

୩ ଟି ରାଜନୈତିକ ଦଳ ପ୍ରଚାର ସମୟରେ କିଛି ଅଭିଯୋଗ ଆଣିଥିଲେ । ସାଧାରଣ ଅଭିଯୋଗ ପାଇଁ ଆମେ ଜିଲ୍ଲା ପ୍ରଶାସନକୁ ମାର୍ଗ ଦର୍ଶୀକା ଦେଇଛୁ । ୫ଟି କେସରେ ପୁଲିସ କେସ ହୋଇଛି । ଆଉ ଗୋଟିଏ କେସ ରେ ଜଣେ ଉଚ୍ଚପଦସ୍ତ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ହୋଇଥିଲା ଆମେ ତାକୁ ଜାତୀୟ ନିର୍ବାଚନ ଆୟୋଗଙ୍କ ନିକଟକୁ ପଠାଇଛୁ । ଏ ନେଇ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ ଲୋହାନି ସୂଚନା ଦେଇଛନ୍ତି।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+