କନ୍ଧମାଳ ସଂସଦୀୟ କ୍ଷେତ୍ର କଣ୍ଟାମାଳର ଦୁଇଟି ବୁଥରେ ଚାଲିଛି ସାନି ମତଦାନ; ଦିନ ୪ଟା ପର୍ଯ୍ୟନ୍ତ ଚାଲିବ ଭୋଟିଂ
କନ୍ଧମାଳ ସଂସଦୀୟ କ୍ଷେତ୍ର କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ଦୁଇଟି ବୁଥ ଆଜି ସାନି ମତଦାନ ହେଉଛି । ସକାଳ ୭ଟାରୁ ଆରମ୍ଭ ହୋଇଥିବା ମତଦାନ ଦିନ ୪ଟା ପର୍ଯ୍ୟନ୍ତ ଚାଲିବ ।
କିରାସିରା ଓ ମହେଶ୍ୱରପିଣ୍ଡା ବୁଥରେ ଭୋଟ୍ ଦେଉଛନ୍ତି ଭୋଟର । କିରାସିରା ବୁଥରେ ରିଗିଂ ଅଭିଯୋଗ ହୋଇଥିଲା । ସେହିପରି ମହେଶ୍ୱରପିଣ୍ଡା ବୁଥ ଉତେଜନା ଲାଗି ମତଦାନ ବନ୍ଦ ରହିଥିଲା ।
ତେଣୁ ସେଠାରେ ପୁଣି ମତଦାନ ପାଇଁ ଭାରତ ନିର୍ବାଚନ ଆୟୋଗ ନିର୍ଦ୍ଦେଶ ଦେଇଥିଲେ । ଉକ୍ତ ବୁଥ ଦ୍ବୟର ସମସ୍ତ ନିର୍ବାଚନ ଅଧିକାରୀ ତଥା ଏହା ବ୍ୟତୀତ ଭାରତ ନିର୍ବାଚନ ଆୟୋଗ ଶ୍ରୀ ଦିଲୀପ କୁମାର ମହାପାତ୍ରଙ୍କୁ ବୌଦ୍ଧ ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ତଥା କଣ୍ଟାମାଳ ବିଧାନସଭା ନିର୍ବାଚନ ମଣ୍ଡଳୀର ରିଟର୍ଡିଂ ଅଧିକାରୀ ରୂପେ ନିଯୁକ୍ତ କରିଛନ୍ତି ।

କଣ୍ଟାମାଳ ନିର୍ବାଚନମଣ୍ଡଳୀ ମହେଶ୍ୱର ପିଣ୍ଡା ବୁଥ୍ ନମ୍ବର- ୨୮ରେ ଭୋଟରଙ୍କୁ ଏକ ନିର୍ଦ୍ଧିଷ୍ଟ ଚିହ୍ନରେ ଭୋଟ ଦେବାକୁ କହିଥିବା ଅଭିଯୋଗ ହୋଇଥିଲା। ଏହାକୁ ନେଇ ଭୋଟରଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଥିବା ବେଳେ ପୁନଃ ମତଦାନ ପାଇଁ ଦାବି କରିଥିଲେ ବିଜେପି ପ୍ରାର୍ଥୀ କହ୍ନେଇ ଚରଣ ଡାଙ୍ଗ। ଏପରିକି ପୁଲିସ-ଜନତା ଖଣ୍ଡଯୁଦ୍ଧ ହୋଇଥିଲା ଏବଂ ସ୍ଥିତି ନିୟନ୍ତ୍ରଣ ପାଇଁ ପୁଲିସ ଲାଠିମାଡ ଓ ଫାଙ୍କା ଗୁଳିଚାଳନା ବି କରିଥିଲା।
ସୂଚନାଯୋଗ୍ୟ, ୨୦ତାରିଖରେ କନ୍ଧମାଳ ସଂସଦୀୟ କ୍ଷେତ୍ରରେ ମତଦାନ ହୋଇଥିଲା । ତେବେ ଏହି ଦୁଇ ବୁଥରେ ମତଦାନକୁ ନେଇ ଅଭିଯୋଗ ହେବାପରେ ନିର୍ବାଚନ କମିଶନ ଅନୁରୂପ ନିଷ୍ପତ୍ତି ନେଇଛନ୍ତି ।












Click it and Unblock the Notifications