ସମ୍ଭାବ୍ୟ ବାତ୍ୟା; ସମୁଦ୍ର ଭିତରକୁ ନ ଯିବାକୁ ମତ୍ସଜୀବୀଙ୍କୁ ବାରଣ
ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଆଗାମୀ ୨୪ ଘଣ୍ଟାରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ଆଶଙ୍କା ରହିଛି। ଦୁଇ ଦିନ ପରେ ଅର୍ଥାତ ୨୩ ତାରିଖ ସୁଦ୍ଧା ବାତ୍ୟା ସମ୍ଭାବନା ନେଇ ଜଣାପଡ଼ିବ। ତେବେ ଏହାର ପ୍ରକୋପ କେତେ ରହିବ ସେନେଇ ସ୍ପଷ୍ଟ ହୋଇନାହିଁ। ୨୪ ତାରିଖ ସକାଳ ସୁଦ୍ଧା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବାର ସମ୍ଭାବନା ରହିଛି ।

ଏହାର ପ୍ରଭାବରେ ପବନର ବେଗ ୧୦୦ ରୁ ୧୨୦ କିଲୋମିଟର ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଏହାର ପ୍ରଭାବରେ ଆସନ୍ତା ୨୪ ଓ ୨୫ ତାରିଖରେ ଉପକୂଳ ଜିଲା ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଲଘଚାପ ସୃଷ୍ଟି ହେବା ପରେ ବାତ୍ୟା ପ୍ରଭାବ ନେଇ ସ୍ପଷ୍ଟ ଜଣାପଡିବ ବୋଲି ପାଣିପାଗ ବିଭାଗର ମହାନିଦେ୍ର୍ଦଶକ ମୃତୁ୍ୟଞ୍ଜୟ ମହାପାତ୍ର କହିଛନ୍ତି ।
ଆସନ୍ତା ୧୨ ଘଣ୍ଟା ମଧ୍ୟରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଜପତି ଓ ଗଞ୍ଜାମ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷା ହେବାର ଅନୁମାନ କରାଯାଇଛି । ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀମାନଙ୍କୁ ମଙ୍ଗଳବାରଠାରୁ ଶୁକ୍ରବାର ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି












Click it and Unblock the Notifications