ରାଜ୍ୟରେ ପାୱାର୍‌ କଟ୍‌ ସମସ୍ୟା; ବିଦ୍ୟୁତ ବିତରଣ କମ୍ପାନୀକୁ ନିର୍ଦ୍ଦେଶ ଦେଲେ ସ୍ୱତନ୍ତ୍ର ରିଲିଫ୍ କମିଶନର

ଅସହ୍ୟ ଗ୍ରୀଷ୍ମ ସହ ଗୁଳୁଗୁଳି ଭିତରେ ରାଜ୍ୟରେ ପାୱାର୍‌ କଟ୍‌ ସମସ୍ୟା ଦେଖାଦେଇଛି । ଆଉ ଏନେଇ ତୁରନ୍ତ ଦୃଷ୍ଟି ଦେବାକୁ ବିଦ୍ୟୁତ ବିତରଣ କମ୍ପାନୀକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର (SRC) । ସୋସିଆଲ୍ ମିଡ଼ିଆ ଜରିଆରେ TPCODL ସିଇଓ ଏବଂ ଶକ୍ତି ବିଭାଗ ସଚିବଙ୍କୁ ଟ୍ୟାଗ୍ କରି SRC ଜଣାଇଛନ୍ତି ।

ବିଶେଷ କରି ଭୁବନେଶ୍ୱର ସହର ଭିତରେ ବାରମ୍ବାର ବିଦ୍ୟୁତ କାଟ ଯୋଗୁ ଗ୍ରୀଷ୍ମ ସହ ଗୁଳୁଗୁଳିରେ ଲୋକେ ହନ୍ତସନ୍ତ ହେଉଥିବା ଅଭିଯୋଗ ହୋଇଛି । ତେଣୁ ତୁରନ୍ତ ସମାଧାନ ଦିଗରେ ପଦକ୍ଷେପ ନେବାକୁ ବିଦ୍ୟୁତ ବିତରଣ କମ୍ପାନୀକୁ କହିଛନ୍ତି ଏସଆରସି ।

ଅନେକ ସ୍ଥାନରେ ମେଣ୍ଟେନାନ୍ସ ଆଳରେ ବାରମ୍ବାର ପାୱାର କଟ୍ ହେଉଛି, ସେନେଇ ଜନ ଅସନ୍ତୋଷ ଦେଖାଦେଇଥିଲା । ଏହି ଖବର ପରେ ରାଜ୍ୟ ସରକାର ତତ୍ପର ହେବା ସହ ବିଦ୍ୟୁତ ବିତରଣ କମ୍ପାନୀକୁ ଏ ଦିଗରେ ଦୃଷ୍ଟି ଦେବାକୁ SRC କହିଛନ୍ତି ।

Power cut

ଅନ୍ୟପଟେ ରାଜ୍ୟରେ ତାତି ବଢ଼ିବାରେ ଲାଗିଛି ରାଜ୍ୟରେ ଅଂଶୁଘାତରେ ଏଯାବତ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ବାଲେଶ୍ୱରରୁ ଜଣକ ମୃତ୍ୟୁ ହୋଇଥିବା କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର । ଏଯାବତ ସାରା ରାଜ୍ୟରେ ଅଂଶୁଘାତ ଓ ହିଟ୍‌ ରିଲେଟେଡ୍‌ ଇଲନେସରେ ମୋଟ ୭୧ ଜଣ ଆକ୍ରାନ୍ତ ହୋଇଛନ୍ତି ।

୭୧ ଜଣଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୩୫ ଆକ୍ରାନ୍ତ ହୋଇଥିବା ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ । ମୟୂରଭଞ୍ଜରୁ ୭, ଅନୁଗୁଳରୁ ୭ ଜଣ ଅଂଶୁଘାତଜନିତ ସମସ୍ୟା ନେଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ସେହିପରି କ୍ୟାପିଟାଲ ହସ୍ପିଟାଲରେ ୬ ଜଣ ହିଟ୍‌ ରିଲେଟେଡ୍‌ ଇଲନେସ୍‌ ପାଇଁ ଆଡମିଶନ୍‌ ହୋଇଥିଲେ ବୋଲି କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ।

ଗତକାଲି ରାଜ୍ୟର ପ୍ରଥମ ଥର ପାଇଁ ୪୪ ଡିଗ୍ରୀ ପାର୍ କରିଛି ରାଜ୍ୟର ତାତି । ୪୪.୩ ଡିଗ୍ରୀ ସହ ବୌଦ୍ଧ ପାଲଟିଥିଲା ସର୍ବାଧିକ ଉତ୍ତପ୍ତ ସହର। ଏହା ତଳକୁ ରହିଥିଲା ବାରିପଦା। ଏଠାରେ ଦିନର ସର୍ବୋଚ୍ଚ ତାପମାତ୍ରା ୪୪.୨ ଡିଗ୍ରୀ ରେକର୍ଡ କରାଯାଇଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+