ରାଷ୍ଟ୍ରପତିଙ୍କ ଅଭିଭାଷଣ ବେଳେ ବିଦ୍ୟୁତ ବିଭ୍ରାଟ ପ୍ରସଙ୍ଗ:କ୍ଷମା ମାଗିଲେ କୁଳପତି
ବାରିପଦା:ଆଜି ବାରିପଦା ସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ରାଷ୍ଟ୍ରପତି ଭାଷଣ ଦେବା ସମୟରେ ୯ ମିନିଟ୍ ଲାଇଟ୍ କଟିଯାଇଥିବା ପ୍ରସଙ୍ଗରେ ବିଶ୍ୱବିଦ୍ୟାଳୟର ଜଣେ ବିଦ୍ୟୁତ୍ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି । ସେହିପରି ଏହି ଘଟଣାକୁ ନେଇ କ୍ଷମା ମାଗିବା ସହ ନିଜକୁ ଦାୟୀ କରିଛନ୍ତି କୁଳପତି ପ୍ରଫେସର ସନ୍ତୋଷ ତ୍ରୀପାଠୀ ।
ରାଷ୍ଟ୍ରପତିଙ୍କ ଅଭିଭାଷଣ ବେଳେ ବିଦ୍ୟୁତ ବିଭ୍ରାଟ ପରେ ଚାରିଆଡୁ ସମାଲୋଚନା କରାଯାଉଛି । ଏହି ପ୍ରସଙ୍ଗକୁ ଗୁରୁତ୍ୱର ସହ ନେଇଛି ପ୍ରଶାସନ । କେନ୍ଦ୍ରାଞ୍ଚଳ ଆରଡିସି ବୈଠକ ଡାକିଛନ୍ତି ଯେଉଁଠି ବରିଷ୍ଠ ପ୍ରଶାସନିକ ଅଧିକାରୀ ଓ ବିଦ୍ୟୁତ୍ ବିଭାଗର ଅଧିକାରୀଙ୍କ ମଧ୍ୟରେ ଆଲୋଚନା ହେବ ।

ଅନ୍ୟପଟେ ଏହି ଘଟଣା ପାଇଁ ନିଜକୁ ଦାୟୀ କରିଛନ୍ତି ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର କୁଳପତି । ସେ କହିଛନ୍ତି ଏହି ବିଭ୍ରାଟ ପାଇଁ ସେ ରାଷ୍ଟ୍ରପତିଙ୍କ ନିକଟରେ କ୍ଷମା ମାଗିଛନ୍ତି । ଏଥିସହ ସେ ସୂଚନା ଦେଇଛନ୍ତି ଯେ, ଏହି ତ୍ରୁଟିର ତଦନ୍ତ ପାଇଁ ତିନି ଜଣିଆ କମିଟି ଗଠନ କରାଯାଇଛି । ରିପୋର୍ଟ ଆସିଲେ କାର୍ଯ୍ୟନୁଷ୍ଠାନ ନିଆଯିବ ।
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ












Click it and Unblock the Notifications