ମୁହଁ ଖୋଲିଲେ ପ୍ରଭାତ ତ୍ରିପାଠୀ, କହିଲେ ମୁଁ ଗତକାଲିଠାରୁ ବିଜୁ ଜନତା ଦଳରେ ନାହିଁ'
ଓ୍ବକଫ୍ ବିଲ ପ୍ରସଙ୍ଗରେ ଭି.କେ. ପାଣ୍ଡିଆନଙ୍କୁ ନେଇ ଆକ୍ଷେପ କରିବା ପୂର୍ବତନ ବିଜେଡି ବିଧାୟକ ପ୍ରଭାତ ତ୍ରିପାଠୀଙ୍କୁ ମହଙ୍ଗା ପଡ଼ିଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଖୋଲାଖୋଲିି ଭାବେ ଗଣମାଧ୍ୟମ ସମ୍ମୁଖରେ ପ୍ରଭାତ ଦଳର କେହି ନୁହନ୍ତି ବୋଲି କହିବା ସହ ଚିଟଫଣ୍ଡ ମାମଲାରେ ସେ ଜେଲ ଯିବା କଥା କହିଛନ୍ତି। ଏହି ପରିପ୍ରେକ୍ଷୀରେ ସାମାଜିକ ଗଣମାଧ୍ୟମରେ ପ୍ରଭାତଙ୍କ ଉପରୁ ୨୦୧୭ରେ ବିଜେଡି ପକ୍ଷରୁ ନିଲମ୍ବନ ଆଦେଶ ପ୍ରତ୍ୟାହୃତ ହୋଇଥିବା ଏକ ଚିଠି ଘୂରି ବୁଲୁଛି ।

୨୦୧୭ ନଭେମ୍ବର ୧୦ରେ ବିଜେଡି ପକ୍ଷରୁ ରାଜ୍ୟ ସମ୍ପାଦକ ବିଜୟ ନାୟକ ଉକ୍ତ ଚିଠିରେ ଦର୍ଶାଇଛନ୍ତି ଯେ, ଦଳର ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ବାଙ୍କୀ ବିଧାୟକ ପ୍ରଭାତ ତ୍ରିିପାଠୀଙ୍କ ନିଲମ୍ବନ ଆଦେଶକୁ ପ୍ରତ୍ୟାହାର କରିଛନ୍ତି। ତେବେ ପ୍ରଶ୍ନ ଉଠୁଛି, ଯଦି ପ୍ରଭାତ ବିଜେଡିରେ ଏବେଯାଏ ଥିଲେ ତେବେ ସେ ଦଳରେ ନ ଥିଲେ ବୋଲି ନବୀନ କିଭଳି ଗଣମାଧ୍ୟମ ଆଗରେ କହିଲେ। ବାସ୍ତବରେ ପ୍ରଭାତଙ୍କ ନିଲମ୍ବନ କଥା ବିଜେଡି ସୁପ୍ରିମୋ ଜାଣିଛନ୍ତି କି ନା ତାହାକୁ ନେଇ ରାଜନୈତିକ ମହଲରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଅନ୍ୟପକ୍ଷରେ ବିଜେଡିର ରାଜ୍ୟ ସଭା ସଦସ୍ୟ ଓ ଅନ୍ୟ ବରିଷ୍ଠ ନେତାମାନେ ପାଣ୍ଡିଆନଙ୍କୁ ନେଇ ଯେଉଁ ଆକ୍ଷେପ କରିଛନ୍ତି ସେନେଇ ତାଙ୍କ ଉପରେ ଦଳ ପକ୍ଷରୁ କେଉଁ ପ୍ରକାର କାର୍ଯ୍ୟାନୁଷ୍ଠାନ ହେଉଛି ତାହାକୁ ନେଇ ଚର୍ଚ୍ଚା ବଢ଼ିଲାଣି।
ତେବେ ଗୁରୁବାର ନବୀନ ପଟ୍ଟନାୟକଙ୍କ ବୟାନ ଉପରେ ପ୍ରଭାତ ତ୍ରିପାଠୀ କାଉଣ୍ଟର ଜବାବ ରଖିଛନ୍ତି। ସେ କହିଛନ୍ତି, ମୁଁ ନିଲମ୍ବନ ପ୍ରତ୍ୟାହାର ପାଇଁ ଅନୁରୋଧ କରି ନ ଥିଲି। ଚିଟଫଣ୍ଡ କେସ ବିଚାରାଧୀନ ଅଛି। ୨୦୨୪ ନିର୍ବାଚନରେ ମୁଁ ଦଳ ପାଇଁ ପ୍ରଚାର କରିଛି। ମୋତେ ଦଳ ବିଭିନ୍ନ ସମୟରେ ବିନିଯୋଗ କରିଛି।












Click it and Unblock the Notifications