Get Updates
Get notified of breaking news, exclusive insights, and must-see stories!

ପ୍ରଦୀପ କୁମାର ଜେନା ହେଲେ ନୂଆ ମୁଖ୍ୟ ଶାସନ ସଚିବ, ମାର୍ଚ୍ଚ ୧ରୁ ଗ୍ରହଣ କରିବେ ଦାୟିତ୍ୱ

ନୂଆ ମୁଖ୍ୟ ଶାସନ ସଚିବ ହେଲେ ପ୍ରଦୀପ କୁମାର ଜେନା । ମାର୍ଚ୍ଚ ୧ରୁ ଗ୍ରହଣ କରିବେ ଦାୟିତ୍ୱ । ୧୯୮୯ ବ୍ୟାଚର ଆଇଏଏସ ପ୍ରଦୀପ କୁମାର ଜେନାଙ୍କୁ ପରବର୍ତ୍ତୀ ମୁଖ୍ୟ ସଚିବ ଓ ମୁଖ୍ୟ ଉନ୍ନୟନ କମିସନର ଭାବେ ନିଯୁକ୍ତ କରିଛନ୍ତି ରାଜ୍ୟ ସରକାର ।

Pradeep Kumar Jena

ଭୁବନେଶ୍ୱର: ନୂଆ ମୁଖ୍ୟ ଶାସନ ସଚିବ ହେଲେ ପ୍ରଦୀପ କୁମାର ଜେନା । ମାର୍ଚ୍ଚ ୧ରୁ ଗ୍ରହଣ କରିବେ ଦାୟିତ୍ୱ । ୧୯୮୯ ବ୍ୟାଚର ଆଇଏଏସ ପ୍ରଦୀପ କୁମାର ଜେନାଙ୍କୁ ପରବର୍ତ୍ତୀ ମୁଖ୍ୟ ସଚିବ ଓ ମୁଖ୍ୟ ଉନ୍ନୟନ କମିସନର ଭାବେ ନିଯୁକ୍ତ କରିଛନ୍ତି ରାଜ୍ୟ ସରକାର । ଫେବୃଆରୀ ୨୮ ତାରିଖରେ ଏବେର ମୁଖ୍ୟ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ କାର୍ଯ୍ୟକାଳ ଶେଷ ହେଉଛି ।

ସୂଚନାଯୋଗ୍ୟ, ୧୯୮୯ ବ୍ୟାଚ୍‌ର ଭାରତୀୟ ପ୍ରଶାସନିକ ଅଧିକାରୀ (ଆଇଏଏସ୍‌) ବର୍ତ୍ତମାନ ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ରିଲିଫ କମିସନର ଅଛନ୍ତି । ସେ ଆଗରୁ ଉନ୍ନୟନ କମିସନର ଓ ୨୦୧୭ରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭଳି ଦାୟିତ୍ୱ ତୁଲାଇ ସାରିଛନ୍ତି । ୧୯୯୧ ମସିହାରେ ପ୍ରଥମେ କଳାହାଣ୍ଡି ଜିଲ୍ଲାର ଧର୍ମଗଡ଼ର ଉପଜିଲ୍ଲାପାଳ ଭାବେ କାର୍ଯ୍ୟଭାର ଗ୍ରହଣ କରିଥିଲେ। ପରେ ସେଠାରେ ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଓ ଜିଲ୍ଲାପାଳ ଭାବେ ଦାୟିତ୍ବ ତୁଲାଇଥିଲେ। ପରେ କେନ୍ଦ୍ରାପଡ଼ା ଜିଲ୍ଲାପାଳ ଭାବେ ତାଙ୍କୁ ବଦଳି କରାଯାଇଥିଲା ।
୧୯୯୯ ମସିହାର ମହାବାତ୍ୟା ସମୟରେ ସେ କଟକ ଜିଲ୍ଲାପାଳ ଭାବେ ଅବସ୍ଥାପିତ ହୋଇଥିଲେ। ମହାବାତ୍ୟା ପରବର୍ତ୍ତୀ ପୁନରୁଦ୍ଧାର କାର୍ଯ୍ୟକୁ ସୁଚାରୁରୂପେ ତୁଲାଇ ଥିବାରୁ ପ୍ରଦୀପ ଜେନା ରାଜ୍ୟ ଓ ଜାତୀୟ ସ୍ତରରେ ଉଚ୍ଚପ୍ରଶଂସିତ ହୋଇଥିଲେ । ଜଣେ ଦକ୍ଷ ପ୍ରଶାସନିକ ଅଧିକାରୀ ଓ ଲୋକାଭିମୁଖୀ କାର୍ଯ୍ୟ କରିବାରେ ତାଙ୍କର ବହୁ ସୁନାମ ରହିଛି । ସେହିପରି କୋଭିଡ୍‌ ମହାମାରୀ ସମୟରେ ସାରା ରାଜ୍ୟ ସଂଗ୍ରାମ କରୁଥିବାବେଳେ ସ୍ବତନ୍ତ୍ର ରିଲିଫ୍‌ କମିସନର ପଦରେ ରହି ପ୍ରଦୀପ କୁମାର ଜେନା ଗୁରୁଦାୟିତ୍ବ ତୁଲାଇଥିଲେ ।

ଅନ୍ୟପଟରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ (ଏସିଏସ୍‌) ଅନୁ ଗର୍ଗ ନୂଆ ଉନ୍ନୟନ କମିସନର ନିଯୁକ୍ତ ହୋଇଛନ୍ତି। ପ୍ରଦୀପ ଜେନାଙ୍କୁ ପଦୋନ୍ନତି ମିଳିବା ପରେ ଅନୁ ଗର୍ଗଙ୍କୁ ନୂଆ ଦାୟିତ୍ବ ମିଳିଛି। ଅନୁ ଗର୍ଗ ଜଳସଂପଦ ସଚିବ ସହ ଉନ୍ନୟନ କମିସନର ଦାୟିତ୍ବ ତୁଲାଇବେ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+