ହାଇକୋର୍ଟ ଗଲେ ବିଧାୟକ ପ୍ରଦୀପ ପାଣିଗ୍ରାହୀ
କ୍ରାଇମବ୍ରାଞ୍ଚ ଦ୍ୱାରା ଗିରଫ ହୋଇଥିବା ପ୍ରଦୀପ ଆଜି ହାଇକୋର୍ଟରେ ଜାମିନ ପାଇଁ ଆବେଦନ କରିଛନ୍ତି।
ଭୁବନେଶ୍ୱର: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ଜାମିନ ପାଇଁ କଲେ ଆବେଦନ । କ୍ରାଇମବ୍ରାଞ୍ଚ ଦ୍ୱାରା ଗିରଫ ହୋଇଥିବା ପ୍ରଦୀପ ଆଜି ହାଇକୋର୍ଟରେ ଜାମିନ ପାଇଁ ଆବେଦନ କରିଛନ୍ତି। କ୍ରାଇମବ୍ରାଞ୍ଚ ଦ୍ୱାରା ଗିରଫ ହୋଇ ପ୍ରଦୀପ ପାଣିଗ୍ରାହୀ ଏବେ ୧୪ ଦିନିଆ ବିଚାର ବିଭାଗୀୟ ହେପାଜତରେ ଅଛନ୍ତି।

ତେବେ ଦୁର୍ନୀତି ମାମଲା ସାମ୍ନାକୁ ଆସିବା ପରେ ପ୍ରଥମେ ବିଜେଡିରୁ ବହିଷ୍କୃତ ହୋଇଥିଲେ ପ୍ରଦୀପ । ପରେ କ୍ରାଇମବ୍ରାଞ୍ଚ ଦ୍ବାରା ଗରିଫ ହୋଇଥିଲେ ପ୍ରଦୀପ । ସ୍ୱାସ୍ଥ୍ୟ ପରୀକ୍ଷା ପରେ ତାଙ୍କୁ ଏବେ ଝାରପଡ଼ା ଜେଲ ରଖାଯାଇଛି । ଚାକିରି କରାଇଦେବା ନାଁରେ ଆକାଶ ପାଠକ ଓ ତାଙ୍କ ଭାବି ଶ୍ୱଶୁର ପ୍ରଦୀପ ପାଣିଗ୍ରାହୀ ଶିକ୍ଷିତ ଯୁବକଙ୍କୁ ଠକିଥିବା ଅଭିଯୋଗ ସାମ୍ନାକୁ ଆସିବା ପରେ ତାଙ୍କ ବିରୋଧରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲା ।












Click it and Unblock the Notifications