ଭୁବନେଶ୍ଵରକୁ ଏୟାରଲିପ୍ଟ ହେବେ ପ୍ରସନ୍ନ

ଦୁର୍ଘଟଣାରେ ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଭୁବନେଶ୍ୱର ଏୟାରଲିପ୍ଟ କରାଯିବ ବୋଲି ଦଳ ପକ୍ଷରୁ ବ୍ୟବସ୍ଥା କରାଯାଉଥିବା ସୂଚନା ମିଳିଛି । ଦିନ ୧୧ଟା ପରେ ତାଙ୍କୁ ଭୁବନେଶ୍ୱର ଏୟାରଲିପ୍ଟ କରାଯିବ । ଦୁର୍ଘଟଣାରେ ପ୍ରସନ୍ନଙ୍କ ଦେହରେ ୩୬ ତି ଷ୍ଟିଜ୍ ପଡ଼ିଛି ବୋଲି ବିଶେଷ ସୂତ୍ରରୁ ପ୍ରକାଶ ।

Prasanna Acharya

ସୁଚନା ଯୋଗ୍ୟ ଯେ , ଆଜି ପ୍ରସନ୍ନ ଆଚାର୍ଯ୍ୟଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ଗୁରୁତର ଆହତ। ସମ୍ବଲପୁର ରେଢ଼ାଖୋଲ ବେଲଡିହି ନିକଟରେ ପ୍ରସନ୍ନ ଆଚାର୍ଯ୍ୟଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିଲା ।

୫୫ ନମ୍ବର ଜାତୀୟ ରାଜପଥରରେ ତାଙ୍କ ଗାଡ଼ିକୁ ଏକ ଗ୍ୟାସ୍ ବୋଝେଇ ଟ୍ୟାଙ୍କର ଧକ୍କା ଦେଇଛି। ଦୁର୍ଘଟଣାରେ ପ୍ରସନ୍ନ ଆଚାର୍ଯ୍ୟ ଓ ତାଙ୍କ ପିଏସଓ ଗୁରୁତର ଆହତ ହୋଇଛନ୍ତି। ଡ୍ରାଇଭର ସାମାନ୍ୟ ଆହତ ହୋଇଛନ୍ତି।

ଦୁର୍ଘଟଣା ପରେ ସମସ୍ତଙ୍କୁ ପ୍ରଥମେ ରେଢ଼ାଖୋଲ ଉପଖଣ୍ଡ ଚିକିତ୍ସାଳୟକୁ ନିଆଯାଇଥିଲା। ପରେ ସମସ୍ତଙ୍କୁ ସମ୍ବଲପୁର ସ୍ଥାନାନ୍ତର କରାଯାଇଛି। ସମ୍ବଲପୁରର ଏକ ଘରୋଇ ମେଡିକାଲରେ ସମସ୍ତଙ୍କ ଚିକିତ୍ସା ଚାଲିଛି। ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁଯାୟୀ ଗତକାଲି ନବୀନ ନିବାସରେ ଦଳୀୟ ବୈଠକରେ ଯୋଗ ଦେଇ ପ୍ରସନ୍ନ ଆଚାର୍ଯ୍ୟ ବରଗଡ଼ ଫେରୁଥିବା ବେଳେ ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+