ବାପାଙ୍କ ପଛେ ପଛେ ଚାଲିଗଲେ ପୁଅ
ଗତ ମେ’ ୯ ତାରିଖରେ କରୋନାରେ ଆଖି ବୁଜିଥିଲେ ରାଜ୍ୟସଭା ସାଂସଦ ତଥା ବିଶିଷ୍ଟ ଭାସ୍କର୍ଯ୍ୟ ଶିଳ୍ପୀ ପଦ୍ମ ବିଭୂଷଣ ରଘୁନାଥ ମହାପାତ୍ର। ଆଉ ୧୦ ଦିନ ପରେ ଆଜି ତାଙ୍କ ସାନ ପୁଅ ତଥା ପୂର୍ବତନ ରଣଜୀ କ୍ରିକେଟର ଏବଂ ବିସିସିଆଇ ରେଫରୀ ପ୍ରଶାନ୍ତ ମହାପାତ୍ରଙ୍କର ପରଲୋକ ହୋଇ
ଭୁବନେଶ୍ୱର: ବାପାଙ୍କ ପଛେ ପଛେ ଚାଲିଗଲେ ପୁଅ । ଗତ ମେ' ୯ ତାରିଖରେ କରୋନାରେ ଆଖି ବୁଜିଥିଲେ ରାଜ୍ୟସଭା ସାଂସଦ ତଥା ବିଶିଷ୍ଟ ଭାସ୍କର୍ଯ୍ୟ ଶିଳ୍ପୀ ପଦ୍ମ ବିଭୂଷଣ ରଘୁନାଥ ମହାପାତ୍ର। ଆଉ ୧୦ ଦିନ ପରେ ଆଜି ତାଙ୍କ ସାନ ପୁଅ ତଥା ପୂର୍ବତନ ରଣଜୀ କ୍ରିକେଟର ଏବଂ ବିସିସିଆଇ ରେଫରୀ ପ୍ରଶାନ୍ତ ମହାପାତ୍ରଙ୍କର ପରଲୋକ ହୋଇଯାଇଛି। ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି।

ପ୍ରଶାନ୍ତ କରୋନାରେ ଆକ୍ରାନ୍ତ ହୋଇଥିଲେ। ଏହା ପରେ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସା ପରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ଆସିଥିଲା। ଏପରିକି ତାଙ୍କ କରୋନା ଟେଷ୍ଟ ରିପୋର୍ଟ ନେଗେଟିଭ୍ ମଧ୍ୟ ଆସିଥିଲା।
ତେବେ ହଠାତ୍ ପୁଣି ଥରେ ତାଙ୍କ ଅବସ୍ଥା ଗୁରୁତର ହୋଇଗଲା। ତେଣୁ ତାଙ୍କୁ ରେସ୍ପେରେଟୋରୀ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଡାକ୍ତରମାନଙ୍କ ସମସ୍ତ ଚେଷ୍ଟା ସତ୍ତ୍ୱେ ଶେଷରେ ସେ ଆଜି ସକାଳେ ଆଖି ବୁଜି ଦେଇଥିଲେ।
ଓଡ଼ିଶା ପାଇଁ ଅନେକ ରଣଜୀ ମ୍ୟାଚ୍ ଖେଳିଥିଲେ ପ୍ରଶାନ୍ତ। ସେ ୪୫ଟି ପ୍ରଥମ ଶ୍ରେଣୀ ଓ ୧୭ଟି ଲିଷ୍ଟ-A ମ୍ୟାଚ୍ ଖେଳିଥିଲେ। ରଣଜୀ କ୍ୟାରିୟରୁ ଅବସର ନେବା ପରେ ୪୦ରୁ ଅଧିକ ମ୍ୟାଚ୍ରେ ବିସିସିଆଇ ରେଫରୀ ଭାବେ ଦାୟିତ୍ୱ ତୁଲାଇଥିଲେ ପ୍ରଶାନ୍ତ।












Click it and Unblock the Notifications