ପ୍ରଶାନ୍ତଙ୍କ ପରିବାରକୁ ୨୦ ଲକ୍ଷର ସହାୟତା ଘୋଷଣା, ପତ୍ନୀଙ୍କୁ ମିଳିବ ସରକାରୀ ଚାକିରି
ବାଲେଶ୍ୱର ଇସାଣୀ ଗାଁରୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ପହଲଗାମ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ପ୍ରଶାନ୍ତଙ୍କ ପରିବାରକୁ ୨୦ ଲକ୍ଷର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ସେହିପରି ମୃତ ପ୍ରଶାନ୍ତଙ୍କ ପତ୍ନୀଙ୍କୁ ସରକାରୀ ଚାକିରି ଦିଆଯିବା ସହ ପୁଅର ପାଠପଢା ପାଇଁ ସରକାର ସମସ୍ତ ବ୍ୟବସ୍ଥା କରିବେ ବୋଲି ଘୋଷଣା କରାଯାଇଛି ।

ପହଲଗାମ ଆତଙ୍କବାଦୀ ଆକ୍ରମଣରେ ଇଶାଣୀ ଗାଁର ପ୍ରଶାନ୍ତ ଶତପଥୀଙ୍କ ମୃତ୍ୟୁ ହୋଇଛି । ସେ ବାଲେଶ୍ୱର ସିପେଟ୍ରେ ଆକାଉଣ୍ଟାଣ୍ଟ ଭାବେ କାର୍ଯ୍ୟ କରୁଥିଲେ। ଗତ ୧୯ ତାରିଖରେ ସ୍ତ୍ରୀ ପ୍ରିୟଦର୍ଶିନୀ ଓ ୮ ବର୍ଷୀୟ ପୁଅ ତନୁଜଙ୍କୁ ନେଇ ଜମ୍ମୁ କଶ୍ମୀର ବୁଲିବା ପାଇଁ ଯାଇଥିଲେ।
ସେଠାରେ ପହଲଗାମ୍ର ବୈସାରନ ଭ୍ୟାଲିରେ ରହିଥିଲେ। ମଙ୍ଗଳବାର ସେଠାରେ ପୁଅ ଓ ସ୍ତ୍ରୀଙ୍କ ସହିତ ପ୍ରଶାନ୍ତ ବୁଲୁଥିବା ବେଳେ ଆତଙ୍କବାଦୀମାନେ ଅତର୍କିତ ଗୁଳିମାଡ଼ କରିଥିଲେ। ପୁଅ ଓ ସ୍ତ୍ରୀଙ୍କ ସାମ୍ନାରେ ପ୍ରଶାନ୍ତଙ୍କ ମୁଣ୍ଡରେ ଗୁଳି ବାଜିଥିଲା। ଉକ୍ତ ସ୍ଥାନରେ ହିଁ ତାଙ୍କର ମୃତ୍ୟୁ ହୋଇଯାଇଥିଲା।












Click it and Unblock the Notifications